ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି

ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ ନିଆଁ ଲଗାଇ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛନ୍ତି। ମାତ୍ର ଏଥିପ୍ରତି ତହସିଲ ପ୍ରଶାସନର ନିଘା ରହୁନାହିଁ। ଏପରି କି ଯାଜପୁର ଜିଲାପାଳ ଅମ୍ବର କୁମାର କର ବେଆଇନ ଇଟାଭାଟିକୁ ବନ୍ଦ କରିବାକୁ ଦେଇଥିବା ନିର୍ଦ୍ଦେଶକୁ ଅଣଦେଖା କରାଯାଉଛି। ଉକ୍ତ ବ୍ଲକ୍‌ ଅନ୍ତର୍ଗତ ଭୋଟକା ପଞ୍ଚାୟତରେ ବେଆଇନ ଇଟାଭାଟି ବନ୍ଦ ପାଇଁ ଜିଲାପାଳଙ୍କ ନିକଟରେ ହୋଇଥିବା ଅଭିଯୋଗରୁ ଏହାସ୍ପଷ୍ଟ ହୋଇଛି। ଭୋଟକା ଗ୍ରାମର ଜଣେ ବ୍ୟକ୍ତି ଛିଣ୍ଡା ଖରସ୍ରୋତା ନଦୀପଠାରେ ଇଟାଭାଟି ଜାଳୁଛନ୍ତି ବୋଲି ଗ୍ରାମବାସୀଙ୍କ ପକ୍ଷରୁ ଯାଜପୁର ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଅଭିଯୋଗ କରାଯାଇଛି।
୧୮ା୦୩ା୨୦୨୬ରେ ଅଭିଯୋଗ ପଞ୍ଜୀକୃତ ହୋଇଛି। ଉକ୍ତ ଅଭିଯୋଗ ଆଧାରରେ ଜିଲାପାଳ ରସୁଲପୁର ତହସିଲଦାରଙ୍କୁ ବେଆଇନ ଇଟାଭାଟି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାରି ଭିତରେ ସପ୍ତାହ ବିତିବାକୁ ବସିଲାଣି, ହେଲେ ତହସିଲ ପ୍ରଶାସନ ପକ୍ଷରୁ ଇଟାଭାଟି ମାଲିକଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ପ୍ରଶାସନର ଢିଲାପଣ ଯୋଗୁ ଇଟାଭାଟି ମାଲିକ ଦୁଇଦିନ ତଳେ ଆଉ ଏକ ନୂଆ ଇଟାଭାଟିରେ ନିଆଁ ଲଗାଇଛନ୍ତି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତେବେ ବେଆଇନ ଇଟାଭାଟି ବନ୍ଦ ଦିଗରେ ଜିଲା ପ୍ରଶାସନ ତ୍ୱରିତ ପଦକ୍ଷେପ ଗ୍ରହଣ ନ କଲେ ଗ୍ରାମବାସୀ ମାନବାଧିକାର କମିଶନଙ୍କ ଦ୍ୱରାସ୍ଥ ହେବେ ବୋଲି ଚେତାବନୀ ଦେଇଛନ୍ତି।
ଇଟାଭାଟି ଚତୁଃପାର୍ଶ୍ୱରେ ଜନବସତି, ବ୍ୟବସାୟିକ ପ୍ରତିଷ୍ଠାନ, ସ୍କୁଲ, ମନ୍ଦିର, ପଞ୍ଚାୟତ କାର୍ଯ୍ୟାଳୟ, ଅଙ୍ଗନୱାଡି କେନ୍ଦ୍ର ଆଦି ରହିଛି। ପ୍ରଚଣ୍ଡ ରୌଦ୍ରତାପ ଓ ଗରମ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ ଇଟାଭାଟିର ଧୂଆଁ ଓ ଉତ୍ତାପରେ ଲୋକେ ଅସ୍ତବ୍ୟସ୍ତ ହୋଇପଡିଲେଣି। ମାତ୍ର ବାୟୁମଣ୍ଡଳର ତାପମାତ୍ରାକୁ ବହୁଗୁଣିତ କରୁଥିବା ଜଳନ୍ତା ଇଟାଭାଟିକୁ ବନ୍ଦ କରିବାକୁ ପ୍ରଶାସନ ପଛଘୁଞ୍ଚା ଦେବା ଘଟଣା ତହସିଲ ପ୍ରଶାସନର ଭୂମିକାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଏନେଇ ମଧୁବନ ରାଜସ୍ବ ସର୍କଲର ରାଜସ୍ବ ନିରୀକ୍ଷକ ଲକ୍ଷ୍ମୀପ୍ରିୟା ପାତ୍ରଙ୍କୁ ପଚାରିବାରୁ ସେ କହିଛନ୍ତି, ଜିଲାପାଳଙ୍କ ପ୍ରକୋଷ୍ଠରେ ହୋଇଥିବା ଅଭିଯୋଗ ଆଧାରରେ ସେ ଘଟଣାସ୍ଥଳକୁ ଯାଇ ଇଟାଭାଟିରେ ନିଆଁ ଲଗାଇବା ବନ୍ଦ କରିବାକୁ ମାଲିକଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ମାଲିକ ତାଙ୍କ କଥା ନ ଶୁଣି ଇଟାଭାଟିରେ ନିଆଁ ଲଗାଇଥିଲେ ବୋଲି ସେ ଜାଣିବାକୁ ପାଇଥିଲେ। ଏହାପରେ ରାଜସ୍ବ ନିରୀକ୍ଷକ ତହସିଲଦାରଙ୍କୁ ୩ଦିନ ହେଲା ଲିଖିତ ଭାବରେ ରିପୋର୍ଟ କରିଛନ୍ତି। ହେଲେ ତାଙ୍କ ରିପୋର୍ଟ ଆଧାରରେ ତହସିଲଦାରଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଏ ସମ୍ପର୍କରେ ରସୁଲପୁର ତହସିଲଦାର ସିଦ୍ଧାର୍ଥ କୁମାର ବେହେରାଙ୍କୁ ପଚାରିବାରୁ ସେ କହିଛନ୍ତି, ବେଆଇନ ଇଟାଭାଟି ବନ୍ଦ ପାଇଁ ଇଟା ବ୍ୟବସାୟୀଙ୍କୁ ନିର୍ଦ୍ଦେଶ ଦିଆଯାଉଛି। ହେଲେ ସେମାନେ ପ୍ରଶାସନ କଥା ମାନୁନାହାନ୍ତି। ରାଜସ୍ବ ନିରୀକ୍ଷକଙ୍କଠାରୁ ରିପୋର୍ଟ ତଲବ କରାଯାଇଛି। ରିପୋର୍ଟ ଆଧାରରେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏବେ ଦେଖିବାକୁ ଅପେକ୍ଷା କେବେ ଏହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?