ସରକାରୀ ନିୟମକୁ ଅଣଦେଖା, ଖରାରେ କାମ କରୁଛନ୍ତି ଶ୍ରମିକ

ନିରାକାରପୁର,୮ା୫(ଡି.ଏନ୍‌.ଏ.): ପ୍ରଚଣ୍ଡ ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାରଙ୍କ ଶ୍ରମ ନିୟମ ଅନୁଯାୟୀ ଏପ୍ରିଲ ପହିଲାରୁ ସମସ୍ତ ଶ୍ରମିକ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖରାରେ କାମ କରିବା ପାଇଁ ବାରଣ କରାଯାଇଛି। ତେବେ କେତେଜଣ ଅସାଧୁ ଠିକାଦାର ଏହି ନିୟମ ମାନୁନାହାନ୍ତି। ଟାଙ୍ଗୀ ବ୍ଲକ୍‌ ଅନ୍ତର୍ଗତ କମାଗୁରୁ ପାନୀୟଜଳ ପ୍ରକଳ୍ପ ନିକଟରେ ଯାଇଥିବା ରାସ୍ତାର ସୁରକ୍ଷା ପାଚେରି ନିର୍ମାଣ ଚାଲିଥିବା ବେଳେ ଖରାରେ ଶ୍ରମିକମାନେ କାର୍ଯ୍ୟ କରୁଥିବା ଦେଖିବାକୁ ମିଳିଛି। ସରକାରୀ ନିୟମକୁ ନ ମାନି ଠିକାଦାର ଶ୍ରମିକମାନଙ୍କୁ ଖରାରେ କାମ କରାଉଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଯଦି କୌଣସି ଶ୍ରମିକଙ୍କ ଶରୀର ଖରାପ ହୁଏ ଏଥିପାଇଁ କିଏ ଦାୟୀ ରହିବ ବୋଲି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଖରାରେ କାର୍ଯ୍ୟ କରୁଥିବା ନେଇ ସେଠାରେ ନିୟୋଜିତ ଶ୍ରମିକଙ୍କୁ ପଚାରିବାରୁ କେହି କିଛି କହି ନ ଥିଲେ। ଅନ୍ୟପକ୍ଷରେ ଏ ସମ୍ପର୍କରେ ବାଲୁଗଁା ଶ୍ରମ ଅଧିକାରୀ ଚନ୍ଦନ ମାଝି କହିଛନ୍ତି, ନିୟମ ମୁତାବକ ଏବେ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକ ଖରାରେ କାମ କରିବା ପାଇଁ ବାରଣ କରାଯାଇଛି। ଯଦି କେହି ଠିକାଦାର ଅମାନିଆ ହୋଇ କାର୍ଯ୍ୟ କରାଉଛନ୍ତି ଏନେଇ ଉପରିସ୍ଥ ଅଧିକାରୀଙ୍କୁ ଜଣାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri