Posted inଜାତୀୟ

ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅଣଦେଖା, ପୁଣି ଚାଲିଲା କ୍ଷମତା ଲଢ଼େଇ…

ବେଙ୍ଗାଲୁରୁ,୪।୧୧ : ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) ମହାସଚିବ ରଣଦୀପ ସୁରଜେୱାଲା ଦଳର ବିଧାୟକ, ନେତା ଓ ମନ୍ତ୍ରୀମାନଙ୍କୁ ଚେତାବନୀ ଦେଇଛନ୍ତି କର୍ନାଟକରେ କ୍ୟାବିନେଟ ପୁନର୍ଗଠନ ଏବଂ ନେତୃତ୍ୱ ପରିବର୍ତ୍ତନ ଭଳି ପ୍ରସଙ୍ଗରେ ଜନସାଧାରଣଙ୍କୁ ମତାମତ ନ ଦିଅନ୍ତୁ, ଯଦି ସେମାନେ ଏପରି କରନ୍ତି ତେବେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହେବେ। କିନ୍ତୁ, ରାଜ୍ୟରେ ହାଇକମାଣ୍ଡଙ୍କ ଏହି ଚେତାବନୀ ରାଜ୍ୟ କଂଗ୍ରେସ ନେତାଙ୍କ ଉପରେ କୌଣସି ପ୍ରଭାବ ପକାଇ ନାହିଁ। ସୁରଜେୱାଲାଙ୍କ ଚେତାବନୀ ଦେବାର ମାତ୍ର ୨୪ ଘଣ୍ଟା ପରେ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ଦାବି କରିଛନ୍ତି ସେ ସମ୍ପୂର୍ଣ୍ଣ ପାଞ୍ଚ ବର୍ଷ ପର୍ଯ୍ୟନ୍ତ କ୍ଷମତାରେ ରହିବେ। ଏହା ପୂର୍ବରୁ ରାମନଗରରୁ କଂଗ୍ରେସ ବିଧାୟକ ଇକବାଲ ହୁସେନ ତାଙ୍କୁ ବିରୋଧ କରି କହିଥିଲେ ଉପ-ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ କଂଗ୍ରେସ ୟୁନିଟ ସଭାପତି ଡି.କେ ଶିବକୁମାର ଦେଢ଼ବର୍ଷ ପରେ ମୁଖ୍ୟମନ୍ତ୍ରୀ ହେବେ। ଫଳରେ ରାଜ୍ୟରେ ପୁଣି ଚାଲିଲା କ୍ଷମତା ଲଢ଼େଇ ଆରମ୍ଭ ହୋଇଛି।

ରିପୋର୍ଟ ଅନୁଯାୟୀ, ବିଧାନସଭା ନିର୍ବାଚନରେ ପୂର୍ବତନ ସିଏମ ଏଚ କୁମାରସ୍ବାମୀଙ୍କ ପୁଅ ନିଖିଲଙ୍କୁ ପରାସ୍ତ କରିଥିବା ହୁସେନ କହିଛନ୍ତି କେପିସି ସଭାପତି ଭାବରେ ଶିବକୁମାର କେବଳ ତୃଣମୂଳ ସ୍ତରରେ ଦଳକୁ ଗଠନ କରିନାହାଁନ୍ତି ବରଂ କର୍ମୀମାନଙ୍କ ମଧ୍ୟରେ ଉତ୍ସାହ ମଧ୍ୟ ସୃଷ୍ଟି କରିଛନ୍ତି। ବିଧାନସଭା ନିର୍ବାଚନରେ କଂଗ୍ରେସର ବିଜୟରେ ସେ ଅନ୍ୟ କୌଣସି ନେତାଙ୍କ ଅପେକ୍ଷା ତାଙ୍କର ଅଧିକ ଅବଦାନ ରହିଛି। ସେ ମଧ୍ୟ ଅନେକ କିଛି ବଳିଦାନ ଦେଇଛନ୍ତି। ତେଣୁ ସେ ମୁଖ୍ୟମନ୍ତ୍ରୀ ହେବା ସ୍ବାଭାବିକ। ଏଆଇସିସି ମହାସଚିବ କେସି ଭେନୁଗୋପାଲ, କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ ଶିବକୁମାର ଏବଂ ସିଏମ ସିଦ୍ଦରାମାୟାଙ୍କ ସହ ରାଜ୍ୟ ତଥା ସରକାରଙ୍କ ସମ୍ପର୍କ ତଥା ୨୦୨୪ ଲୋକସଭା ପାଇଁ ପ୍ରସ୍ତୁତି ବୈଠକ ପରେ ସୁରଜେୱାଲା ଏଭଳି ଧମକ ଭରା  ମନ୍ତବ୍ୟ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?