ଆମେରିକା କଟକଣାକୁ ଅଣଦେଖା, ରୁଷିଆ ସହିତ ସର୍ବିୟାର ବୃହତ୍‌ ଚୁକ୍ତି…

ମସ୍କୋ/ ବେଲଗ୍ରେଡ, ୩୦।୫ : ୟୁରୋପୀୟ ୟୁନିଅନ ଏବଂ ଆମେରିକା ଦ୍ୱାରା ରୁଷିଆ ବିରୋଧରେ ଉପରେ ଲାଗୁ କରାଯାଇଥିବା କଟକଣାକୁ ଅଣଦେଖାକରି ସର୍ବିଆ ରୁଷିଆ ସହିତ ୩ ବର୍ଷ ପାଇଁ ଏକ ପ୍ରମୁଖ ଗ୍ୟାସ ଚୁକ୍ତି ସ୍ବାକ୍ଷର କରିଛି। ସର୍ବିୟାର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର୍‌ ଭ୍ୟୁଚିକ ପୂର୍ବରୁ ୟୁକ୍ରେନ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିବାକୁ ମନା କରିବା ସହିତ ସହ ୟୁରୋପୀୟ ଦେଶମାନଙ୍କ ଦ୍ୱାରା ରୁଷିଆ ଉପରେ ଲାଗିଥିବା ପ୍ରତିବନ୍ଧକକୁ ଗ୍ରହଣ କରିବାକୁ ଅମଙ୍ଗ ହୋଇଛନ୍ତି।

ଏହାର ଶକ୍ତି ଆବଶ୍ୟକତା ପୂରଣ କରିବା ପାଇଁ ସର୍ବିୟା ରୁଷିଆର ଗ୍ୟାସ ଉପରେ ସମ୍ପୂର୍ଣ୍ଣ ନିର୍ଭରଶୀଳ । ଏହାର ପ୍ରମୁଖ ଶକ୍ତି କମ୍ପାନୀଗୁଡିକ ମଧ୍ୟ ରୁଷିଆର ମାଲିକାନାରେ ରହିଛି। ଭ୍ୟୁଚିକଙ୍କୁ ରୁଷିଆର ଜଣେ ଦୃଢ଼ ସମର୍ଥକ ଭାବରେ ବିବେଚନା କରାଯାଏ। ସେ ନିକଟରେ କହିଛନ୍ତି ଯେ ୟୁରୋପୀୟ ୟୁନିଅନ ଚାହୁଁଛି ଯେ ସେ ତାଙ୍କ ସଂଗଠନରେ ସର୍ବିୟା ଯୋଗ ଦେଉ। କିନ୍ତୁ ନିକଟ ଅତୀତରେ ରୁଷିଆ ସହିତ ସର୍ବିୟାର ସମ୍ପର୍କ ମଜବୁତ ହୋଇଛି ଏବଂ ଆମେ ଦୀର୍ଘ ଦିନର ସହଯୋଗୀ ଭାବେ ରହି ଆସିଛୁ।

ଭ୍ୟୁଚିକ କହିଛନ୍ତି ଯେ ଏହି ଚୁକ୍ତିରେ ଆମେ ମୌଳିକ ପ୍ରସଙ୍ଗଗୁଡ଼ିକ ଉପରେ ସହମତ ହୋଇଛୁ, ଯାହା ସର୍ବିୟା ପାଇଁ ସହାୟକ ହୋଇଥାଏ। ଏହି ଚୁକ୍ତି ତିନି ବର୍ଷ ପାଇଁ କରାଯାଇଛି। ସେ କହିଛନ୍ତି ଯେ ପୁଟିନଙ୍କ ସହ ଫୋନ ଆଲୋଚନାରେ ସେ କହିଛନ୍ତି ଯେ ଯଥାଶୀଘ୍ର ଏହି ଅଞ୍ଚଳରେ ଶାନ୍ତି ପ୍ରତିଷ୍ଠା କରାଯାଉ। ଜୁନ ପ୍ରାରମ୍ଭରେ ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଓ୍ବରୋଭଙ୍କ ବେଲଗ୍ରେଡ ଗସ୍ତ ସମୟରେ ଏହି ଚୁକ୍ତି ସ୍ବାକ୍ଷରିତ ହେବାର ସମ୍ଭାବନା ରହିଛି


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri