ଆଇଆଇସି ଗିରଫ: ମାମଲାରୁ ନାଁ କାଟିବାକୁ ନେଉଥିଲେ ୨୫ହଜାର ଟଙ୍କା

ବଲାଙ୍ଗୀର ଅଫିସ, ୫ା୧୨:ଏକ ମାମଲାରୁ ନଁା କାଟିଦେବାକୁ ଲାଞ୍ଚ ନେବାବେଳେ ରବିବାର ଭିଜିଲାନ୍ସ ଜାଲରେ ପଡିଛନ୍ତି ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଆଇଆଇସି ଆଲୋକ କୁମାର ବେହେରା। ଅଫିସ୍‌ ଚାମ୍ବରରେ ଅଜିତ ଘଡେଇ ନାମକ ବ୍ୟକ୍ତିଙ୍କଠାରୁ ସେ ଉକ୍ତ ଟଙ୍କା ନେଉଥିବାବେଳେ ବଲାଙ୍ଗୀର, ବରଗଡ ଏବଂ ସମ୍ବଲପୁରର ମିଳିତ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିନେଇଥିଲା। ତାଙ୍କଠାରୁ ଲାଞ୍ଚ ବାବଦକୁ ନେଉଥିବା ୨୫ହଜାର ଟଙ୍କା ଜବତ କରାଯାଇଥିଲା। ୨୦୨୦ ମସିହାର ଟଙ୍କା ହେରଫେର ଘଟଣାକୁ ନେଇ ଏକ ମାମଲା ରୁଜୁ ହୋଇଥିଲା। ଏଥିରୁ ନଁା କାଟି ଦେବାକୁ ଆଇଆଇସି ବେହେରା ଘଡେଇଙ୍କଠାରୁ ୨୫ ହଜାର ଟଙ୍କା ଦାବି କରିଥିଲେ। ଏହାପରେ ସେ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଯୋଜନା ମୁତାବକ ଘଡେଇ ଆଇଆଇସି ବେହେରାଙ୍କ ଅଫିସ ଚାମ୍ବରକୁ ଯାଇ ଟଙ୍କା ଦେଇଥିଲେ। ଏହି ସମୟରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ଆଇଆଇସିଙ୍କଠାରୁ ୨୫ ହଜାର ଟଙ୍କା ଜବତ କରିଥିଲା। ଏନେଇ ସମ୍ବଲପୁର ଭିଜିଲାନ୍ସ ଥାନାରେ ଏକ ମାମଲା (୪୧/୨୨) ରୁଜୁ ହୋଇଛି। ସୋମବାର ଗିରଫ ଆଇଆଇସିଙ୍କୁ କୋର୍ଟଚାଲାଣ କରାଯିବ ବୋଲି ଭିଜିଲାନ୍ସ ଡିଏସ୍‌ପି ପୌଲସ୍ତି ଛତ୍ରିଆ ସୂଚନା ଦେଇଛନ୍ତି। ଭିଜିଲାନ୍ସ ଟିମ୍‌ ବେହେରାଙ୍କୁ ଗିରଫ କରିବା ପରେ ସିନ୍ଧେକେଲାସ୍ଥିତ ସରକାରୀ କ୍ୱାର୍ଟର୍ସ ଏବଂ କଟକ ଜିଲା ଆୱଲପୁରସ୍ଥିତ ପୈତୃକ ଘରେ ଚଢ଼ାଉ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri