ମଦ ବେପାରୀଙ୍କଠାରୁ ଲାଞ୍ଚ ନେଇ ଆଇଆଇସି, ଏଏସ୍‌ଆଇ ଗିରଫ

ବାଲେଶ୍ୱର, ୨୦।୭(ମାନସ ବିଶ୍ୱାଳ)୫୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଆଇଆଇସି ଗଣେଶ୍ୱର ପ୍ରଧାନ ଓ ଏଏସ୍‌ଆଇ ପ୍ରଦୀପ କୁମାର ମହାନ୍ତି। ଉଭୟେ ମଦ ବ୍ୟବସାୟୀଙ୍କଠାରୁ ମାସିକିଆ ବଟି ବାବଦରେ ନେଉଥିବା ଭିଜିଲାନ୍ସ ଜାଣିବାକୁ ପାଇଛି। ଏନେଇ ଭିଜିଲାନ୍ସ ଅଫିସରେ ମାମଲା (ନଂ. ୧୮/୨୩) ରୁଜୁ କରାଯାଇ ଉଭୟଙ୍କୁ ଗିରଫ କରାଯାଇଥିବା ବାଲେଶ୍ୱର ଭିଜିଲାନ୍ସ ଏସ୍‌ପି ନରହରି ନାୟକ ସୂଚନା ଦେଇଛନ୍ତି। ବାଲେଶ୍ୱର ସହର ପାତ୍ରପଡ଼ା ଓ ଚାନ୍ଦିପୁର ମେରାଇନ୍‌ ଥାନା ବଳରାମଗଡ଼ି ଅଞ୍ଚଳରେ ଥିବା ସରକାରୀ ଲାଇସେନ୍ସପ୍ରାପ୍ତ ବିଦେଶୀ ମଦ ଦୋକାନ କରି ବ୍ୟବସାୟ କରୁଥିବା ମାଲିକଙ୍କୁ ମାସିକ ୫୦ହଜାର ଟଙ୍କା ବଟି ଦେବା ପାଇଁ ଚାନ୍ଦିପୁର ଥାନାର ଆଇଆଇସି ପ୍ରଧାନ ଓ ଏଏସ୍‌ଆଇ ମହାନ୍ତି ଧମକଚମକ ଦେଉଥିଲେ। ମାଲିକ ଜଣକ ପୂର୍ବରୁ ମାସିକ ୧୦ହଜାର ଟଙ୍କା ବଟି ଦେଇଆସୁଥିବା ବେଳେ ହଠାତ୍‌ ଏତେ ଟଙ୍କା ମାଗିବାରୁ ଅତିଷ୍ଠ ହୋଇ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ।
ଭିଜିଲାନ୍ସ ଅଧିକାରୀଙ୍କ ନିର୍ଦ୍ଦେଶ ଅନୁସାରେ ତାଙ୍କୁ ଟ୍ରାପ୍‌ କରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା। ବୁଧବାର ଅପରାହ୍ନ ୩ଟାରେ ମଦ ବ୍ୟବସାୟୀ ଜଣକ ଚାନ୍ଦିପୁର ଥାନାର ଏଏସ୍‌ଆଇ ମହାନ୍ତିଙ୍କ ପାଖରେ ପହଞ୍ଚତ୍ ଆଇଆଇସି ପ୍ରଧାନଙ୍କ ଉପସ୍ଥିତିରେ ଟଙ୍କା ଦେଇଥିଲେ। ପୂର୍ବ ପ୍ରସ୍ତୁତ ଯୋଜନା ଅନୁସାରେ ଭିଜିଲାନ୍ସର ଏକ ଟିମ୍‌ ଦୁଇ ଅଧିକାରୀଙ୍କୁ ଲାଞ୍ଚ ନେବା ବେଳେ ଗିରଫ କରିଛି। ଅନ୍ୟପକ୍ଷରେ ଭିଜିଲାନ୍ସ ଉଭୟ ଅଧିକାରୀଙ୍କର ବାସଭବନ ସମେତ ଭିନ୍ନ ଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri