ମଦ ବେପାରୀଙ୍କଠାରୁ ଲାଞ୍ଚ ନେଇ ଆଇଆଇସି, ଏଏସ୍‌ଆଇ ଗିରଫ

ବାଲେଶ୍ୱର, ୨୦।୭(ମାନସ ବିଶ୍ୱାଳ)୫୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଆଇଆଇସି ଗଣେଶ୍ୱର ପ୍ରଧାନ ଓ ଏଏସ୍‌ଆଇ ପ୍ରଦୀପ କୁମାର ମହାନ୍ତି। ଉଭୟେ ମଦ ବ୍ୟବସାୟୀଙ୍କଠାରୁ ମାସିକିଆ ବଟି ବାବଦରେ ନେଉଥିବା ଭିଜିଲାନ୍ସ ଜାଣିବାକୁ ପାଇଛି। ଏନେଇ ଭିଜିଲାନ୍ସ ଅଫିସରେ ମାମଲା (ନଂ. ୧୮/୨୩) ରୁଜୁ କରାଯାଇ ଉଭୟଙ୍କୁ ଗିରଫ କରାଯାଇଥିବା ବାଲେଶ୍ୱର ଭିଜିଲାନ୍ସ ଏସ୍‌ପି ନରହରି ନାୟକ ସୂଚନା ଦେଇଛନ୍ତି। ବାଲେଶ୍ୱର ସହର ପାତ୍ରପଡ଼ା ଓ ଚାନ୍ଦିପୁର ମେରାଇନ୍‌ ଥାନା ବଳରାମଗଡ଼ି ଅଞ୍ଚଳରେ ଥିବା ସରକାରୀ ଲାଇସେନ୍ସପ୍ରାପ୍ତ ବିଦେଶୀ ମଦ ଦୋକାନ କରି ବ୍ୟବସାୟ କରୁଥିବା ମାଲିକଙ୍କୁ ମାସିକ ୫୦ହଜାର ଟଙ୍କା ବଟି ଦେବା ପାଇଁ ଚାନ୍ଦିପୁର ଥାନାର ଆଇଆଇସି ପ୍ରଧାନ ଓ ଏଏସ୍‌ଆଇ ମହାନ୍ତି ଧମକଚମକ ଦେଉଥିଲେ। ମାଲିକ ଜଣକ ପୂର୍ବରୁ ମାସିକ ୧୦ହଜାର ଟଙ୍କା ବଟି ଦେଇଆସୁଥିବା ବେଳେ ହଠାତ୍‌ ଏତେ ଟଙ୍କା ମାଗିବାରୁ ଅତିଷ୍ଠ ହୋଇ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ।
ଭିଜିଲାନ୍ସ ଅଧିକାରୀଙ୍କ ନିର୍ଦ୍ଦେଶ ଅନୁସାରେ ତାଙ୍କୁ ଟ୍ରାପ୍‌ କରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା। ବୁଧବାର ଅପରାହ୍ନ ୩ଟାରେ ମଦ ବ୍ୟବସାୟୀ ଜଣକ ଚାନ୍ଦିପୁର ଥାନାର ଏଏସ୍‌ଆଇ ମହାନ୍ତିଙ୍କ ପାଖରେ ପହଞ୍ଚତ୍ ଆଇଆଇସି ପ୍ରଧାନଙ୍କ ଉପସ୍ଥିତିରେ ଟଙ୍କା ଦେଇଥିଲେ। ପୂର୍ବ ପ୍ରସ୍ତୁତ ଯୋଜନା ଅନୁସାରେ ଭିଜିଲାନ୍ସର ଏକ ଟିମ୍‌ ଦୁଇ ଅଧିକାରୀଙ୍କୁ ଲାଞ୍ଚ ନେବା ବେଳେ ଗିରଫ କରିଛି। ଅନ୍ୟପକ୍ଷରେ ଭିଜିଲାନ୍ସ ଉଭୟ ଅଧିକାରୀଙ୍କର ବାସଭବନ ସମେତ ଭିନ୍ନ ଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri