ନିରାଡ଼ମ୍ବର ପୂଜା ପାଇଁ ଆଇଆଇସିଙ୍କ ନିର୍ଦ୍ଦେଶ

ଦାରିଙ୍ଗବାଡ଼ି,୧୦।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଏବଂ ଦାରିଙ୍ଗବାଡ଼ିରେ ଦଶହରା ପୂଜାକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କୋଭିଡ୍‌ ଗାଇଡ୍‌ଲାଇନ୍‌କୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଶାନ୍ତି ଶୃଙ୍ଖଳାରେ ଏହାକୁ ପାଳନ କରାଯିବା ନେଇ ଆଲୋଚନା ହୋଇଛି। ଏଥିରେ ଆଇଆଇସି କୌଶିକ ମାଝି ଅଧ୍ୟକ୍ଷତା କରିଥିବା ବେଳେ ସବ୍‌ଇନ୍ସପେକ୍ଟର ସୌମ୍ୟରଞ୍ଜନ ଜେନା ସହଯୋଗ କରିଥିଲେ। କୌଣସି ପୂଜା ମଣ୍ଡପରେ ଭିଡ଼ ନ ଜମାଇବା ସହ ନିରାଡ଼ମ୍ବର ଭାବେ ପାଳନ କରାଯିବାକୁ ଆଇଆଇସି ପରାମର୍ଶ ଦେଇଥିଲେ। ସେହିପରି ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳରେ ପୋଲିସ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ବିଭିନ୍ନ ଛକ, ବଜାରରେ ପୋଲିସ ପକ୍ଷରୁ ବ୍ଲକିଂ କରି ଗାଡ଼ିମୋଟର ଯାଞ୍ଚ ପ୍ରକ୍ରିୟାକୁ ବୃଦ୍ଧି କରାଯାଇଥିବା ଆଇଆଇସି କହିଛନ୍ତି। ସମସ୍ତ ପୂଜା କମିଟି ପକ୍ଷରୁ କୋଭିଡ୍‌ ଗାଇଡ୍‌ଲାଇନ୍‌କୁ ପାଳନ କରାଯିବାକୁ ସହମତି ପ୍ରକାଶ ପାଇଥିବା ଆଇଆଇସି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri