ସୁନାଚୋରି ଘଟଣାରେ ଆଇଆଇସି ନିଲମ୍ବିତ

କୋରାପୁଟ/ନାରାୟଣପାଟଣା,୨ା୨(ସ୍ବ.ପ୍ର./ଡି.ଏନ୍‌.ଏ.): କୋରାପୁଟ ଜିଲା ନାରାୟଣପାଟଣା ଥାନା ଆଇଆଇସି ରଞ୍ଜିତ୍‌ ସାହୁଙ୍କୁ ବୁଧବାର ଡିଜିପି କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ଲକ୍ଷ୍ମୀପୁର ଷ୍ଟେଟ୍‌ବ୍ୟାଙ୍କ ଲକରରୁ ସୁନା ଚୋରି ଘଟଣାରେ ସୁନା କିଣିଥିବା ଲୋକଙ୍କୁ ଖସି ପଳାଇବାରେ ଆଇଆଇସି ସାହୁ ସହାୟତା କରିଥିବାରୁ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏଥିସହ ହୋମଗାର୍ଡ ଗୋପାଳ ରେଡ୍ଡିଙ୍କୁ ମଧ୍ୟ ନିଲମ୍ବିତ କରାଯାଇଥିବା ଏସ୍‌ପି ବରୁଣ ଗୁଣ୍ଟୁପାଲି ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, ଗତ ନଭେମ୍ବର ୩୦ରେ ବ୍ୟାଙ୍କର ପୂର୍ବତନ ମେସେଞ୍ଜର ଶେଖର କୁଲଦିପିଆ ଲକ୍ଷ୍ମୀପୁରସ୍ଥିତ ଷ୍ଟେଟ ବ୍ୟାଙ୍କ ଶାଖା ଷ୍ଟ୍ରଙ୍ଗ୍‌ ରୁମ୍‌ରୁ ୧୬୧୦ ଗ୍ରାମ ସୁନା ଅଳଙ୍କାର ଚୋରି କରିଥିଲେ। ଜାନୁୟାରୀ ୧୪ରେ ଏହା ଜଣାପଡିବା ପରେ ଶାଖା ପରିଚାଳକ ସୁଧାଂଶୁ ଶେଖର ରାଉତ ସେହିଦିନ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା(ନଂ. ୭/୨୨) ରୁଜୁ କରି ଏସ୍‌ଡିପିଓ ଅଶ୍ୱିନୀ ନାୟକଙ୍କ ତତ୍ତ୍ୱାବଧାନରେ ତଦନ୍ତ ଆରମ୍ଭ କରିଥିଲା। ଜାନୁୟାରୀ ୧୬ରେ ଶେଖରଙ୍କୁ ଗିରଫ କରାଯାଇଥିଲା। ତାଙ୍କ ନାରାୟଣପାଟଣା ବିକ୍ରମପୁରସ୍ଥିତ ଘର ଉପରେ ଚଢାଉ କରି ପୋଲିସ ୧୧୮୯ ଗ୍ରାମ ସୁନା ଜବତ କରିଥିଲା  । ଏହି ଘଟଣାରେ ପୂର୍ବରୁ ବ୍ୟାଙ୍କ ପ୍ରଶାସନ ଶାଖା ପରିଚାଳକଙ୍କୁ ଚାକିରିରୁ ନିଲମ୍ବନ କରିବା ସହ ଅନ୍ୟ କର୍ମଚାରୀଙ୍କୁ ବଦଳି କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri