‘ମୋତେ ଗେଟ୍‌ ଆଉଟ୍‌ କହିଥିଲେ ଆଇଆଇସି’

ଭୁବନେଶ୍ୱର,୨୭ା୯: ଲୋକସେବା ଭବନରେ ଶୁକ୍ରବାର ଦୁଇ ଦିନିଆ ଜିଲାପାଳମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଆଜିର ଏହି ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସହ ଘଟିଥିବା କିଛି ଦୁଃଖଦ କଥାକୁ ସର୍ବ ସମ୍ମୁଖରେ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପୂର୍ବ ସରକାରରେ ଥାନାଧିକାରୀଙ୍କ ବ୍ୟବହାର ଅତି କଠୋର ଥିଲା। ବିରୋଧୀ ଦଳ ନେତା ଭାବେ ଏକ ଅଭିଯୋଗ ନେଇ ଥାନାକୁ ଯାଇଥିଲି। ମାତ୍ର ସେଠାରେ ଥିବା ଆଇଆଇସି ମୋ’ ଅଭିଯୋଗ ଶୁଣିବା ପୂର୍ବରୁ ଥାନାକୁ ଆସିବାର ତୁମର ଅଧିକାର ନାହିଁ ବୋଲି କହିବା ସହ ଆମ ଥାନାକୁ କାହିଁକି ଆସିଛି କହି ଗେଟ୍‌ ଆଉଟ୍‌ କହିଥିଲେ।

ଏହି ଘଟଣା ମୋ’ ସହ ଆମ ସରକାର ଆସିବାର ଏକ ମାସ ପୂର୍ବରୁ ହୋଇଥିଲା। ମୁଖ୍ୟମନ୍ତ୍ରୀ ହେବା ପରେ ଥାନାକୁ ଯାଇଥିଲି ଆଇଆଇସି ଅବସ୍ଥା କ’ଣ ଥିବ ବୁଝିବା ପାଇଁ। କାହା ଚାପରେ କିମ୍ବା ଅଜ୍ଞାନରେ ଏମିତି କରିଥିବେ ଭାବି କ୍ଷମା କରିଦେଇଥିଲି। ମୁଖ୍ୟମନ୍ତ୍ରୀ ନିଜ କଥାରୁ ଅନୁଭବ କରି କହିଛନ୍ତି, ଥାନାକୁ ଯାଉଥିବା ଲୋକଙ୍କ ସହ ଉଚିତ ବ୍ୟବହାର କର, ତାଙ୍କ କଥା ପ୍ରଥମେ ଶୁଣ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ନୀତି ଖୋର ଅଫିସରଙ୍କ ଟ୍ରାନ୍ସଫର୍‌ କରିବାରେ ପଛଘୁଞ୍ଚା ଦିଅନି। କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳଙ୍କ ହାତରେ କ୍ଷମତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri