‘ମୋତେ ଗେଟ୍‌ ଆଉଟ୍‌ କହିଥିଲେ ଆଇଆଇସି’

ଭୁବନେଶ୍ୱର,୨୭ା୯: ଲୋକସେବା ଭବନରେ ଶୁକ୍ରବାର ଦୁଇ ଦିନିଆ ଜିଲାପାଳମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଆଜିର ଏହି ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସହ ଘଟିଥିବା କିଛି ଦୁଃଖଦ କଥାକୁ ସର୍ବ ସମ୍ମୁଖରେ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପୂର୍ବ ସରକାରରେ ଥାନାଧିକାରୀଙ୍କ ବ୍ୟବହାର ଅତି କଠୋର ଥିଲା। ବିରୋଧୀ ଦଳ ନେତା ଭାବେ ଏକ ଅଭିଯୋଗ ନେଇ ଥାନାକୁ ଯାଇଥିଲି। ମାତ୍ର ସେଠାରେ ଥିବା ଆଇଆଇସି ମୋ’ ଅଭିଯୋଗ ଶୁଣିବା ପୂର୍ବରୁ ଥାନାକୁ ଆସିବାର ତୁମର ଅଧିକାର ନାହିଁ ବୋଲି କହିବା ସହ ଆମ ଥାନାକୁ କାହିଁକି ଆସିଛି କହି ଗେଟ୍‌ ଆଉଟ୍‌ କହିଥିଲେ।

ଏହି ଘଟଣା ମୋ’ ସହ ଆମ ସରକାର ଆସିବାର ଏକ ମାସ ପୂର୍ବରୁ ହୋଇଥିଲା। ମୁଖ୍ୟମନ୍ତ୍ରୀ ହେବା ପରେ ଥାନାକୁ ଯାଇଥିଲି ଆଇଆଇସି ଅବସ୍ଥା କ’ଣ ଥିବ ବୁଝିବା ପାଇଁ। କାହା ଚାପରେ କିମ୍ବା ଅଜ୍ଞାନରେ ଏମିତି କରିଥିବେ ଭାବି କ୍ଷମା କରିଦେଇଥିଲି। ମୁଖ୍ୟମନ୍ତ୍ରୀ ନିଜ କଥାରୁ ଅନୁଭବ କରି କହିଛନ୍ତି, ଥାନାକୁ ଯାଉଥିବା ଲୋକଙ୍କ ସହ ଉଚିତ ବ୍ୟବହାର କର, ତାଙ୍କ କଥା ପ୍ରଥମେ ଶୁଣ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ନୀତି ଖୋର ଅଫିସରଙ୍କ ଟ୍ରାନ୍ସଫର୍‌ କରିବାରେ ପଛଘୁଞ୍ଚା ଦିଅନି। କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳଙ୍କ ହାତରେ କ୍ଷମତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

ସୁନେତ୍ରାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଶରଦ ପାଓ୍ବାର, ସାମ୍ନାକୁ ଆସିଲା ବଡ଼ କାରଣ…

ମୁମ୍ବାଇ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଆଜି ଅର୍ଥାତ୍‌ ଶନିବାର ସୁନେତ୍ରା…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ଗ୍ରୀନଫିଲ୍ଡ ଷ୍ଟାଡିୟମ ବାହାରେ ଲାଗିଲା MS Dhoniଙ୍କ ୫୦ ଫୁଟର ‘କଟ ଆଉଟ’, ଜାଣନ୍ତୁ କେତେବେଳେ ଆରମ୍ଭ ହେବ IND vs NZ ପଞ୍ଚମ T20

ନୂଆଦିଲ୍ଲୀ,୩୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ T20 ସିରିଜର ଶେଷ ମ୍ୟାଚ ଶନିବାର ତିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଏଠାରେ ଚାରୋଟି…

President Droupadi Murmu to visit Odisha: କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ…

ଭୁବନେଶ୍ୱର,୩୧।୧: ଫେବୃଆରୀ ପ୍ରଥମ ସପ୍ତାହରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ବ୍ଲୁ…

T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri