ଆଇଆଇଏଫ୍‌ଏଲ୍‌ ଲୁଟ୍‌ ଘଟଣା: ଆଉ ୨ ଗିରଫ, ଜଣେ ଅଟକ

କଟକ ଅଫିସ୍‌, ୨୯ା୧୧: କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ(ଆଇଆଇଏଫ୍‌ଏଲ୍‌) ଶାଖା କାର୍ଯ୍ୟାଳୟରୁ ସୁନା ଲୁଟ ଘଟଣାରେ ଅଭିଯୁକ୍ତଙ୍କ ତାଲିକା ବଢ଼ିବାରେ ଲାଗିଛି। ପୂର୍ବରୁ ଏହି ମାମଲାରେ ୮ଜଣଙ୍କୁ ଗିରଫ କରାଯାଇଥିବାବେଳେ ଶନିବାର ଆଉ ୨ଜଣ ଗହଣା ଦୋକାନୀଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚତ୍ଥିବାବେଳେ ଅନ୍ୟଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରଖିଛି। ଶନିବାର ଗିରଫ ହୋଇଥିବା ଅଭିଯୁକ୍ତଦ୍ୱୟ ହେଲେ ଆଲାମଚାନ୍ଦ ବଜାରର ଲଳିତ ସୋନୀ(୪୫) ଓ ମଙ୍ଗଳାବାଗର ସରୋଜ ପୃଷ୍ଟି(୨୫) । ଆଇଆଇଏଫ୍‌ଏଲ୍‌ ବ୍ୟତୀତ ସହରର ଅନ୍ୟ କେତେକ ଅର୍ଥ ଲଗାଣକାରୀ ସଂସ୍ଥାରେ ମଧ୍ୟ ସମାନ ଶୈଳୀରେ ଅନିୟମିତତା କରାଯାଉଥିବା ଜଣାପଡ଼ିଛି। ୩ଦିନିଆ ରିମାଣ୍ଡରେ ଆସିଥିବା ୫ଅଭିଯୁକ୍ତଙ୍କୁ ଜେରା ସମୟରେ ପୋଲିସ ଏଭଳି ଅନେକ କିଛି ତଥ୍ୟ ପାଇଛି।

ଅପରପକ୍ଷରେ ଲୁଟ ଘଟଣାର ମୁଖ୍ୟ ସୂତ୍ରଧର କୁହାଯାଉଥିବା ଅଭିଯୁକ୍ତ ଲାଲା ଅମ୍ରିତ ରାୟ ବିଭିନ୍ନ ସୁନା ଋଣ ପ୍ରଦାନକାରୀ ସଂସ୍ଥାରେ ଜାଲିଆତି କରି ଏକାଧିକ ଆକାଉଣ୍ଟ ଖୋଲୁଥିଲେ। ଆଉ ସେହି ବେନାମୀ ଆକାଉଣ୍ଟରେ ଲାଲା ଆଇଆଇଏଫ୍‌ଏଲ୍‌ ସଂସ୍ଥାରୁ ସୁନା ନେଇ ବନ୍ଧକ ରଖି କୋଟି କୋଟି ଟଙ୍କା ହଡ଼ପ କରୁଥିଲେ। ଏପରି କି ଏଥିପାଇଁ ଆଇଆଇଏଫ୍‌ଏଲ୍‌ ସଂସ୍ଥାର କର୍ମଚାରୀଙ୍କ ସହ ଅନ୍ୟ କିଛି ସଂସ୍ଥାର କର୍ମଚାରୀମାନେ ମଧ୍ୟ ସାମିଲ ଥିଲେ। ସେମାନେ ଲାଲା ବନ୍ଧକ ରଖୁଥିବା ସୁନା ବାବଦରେ ଦାଖଲ କରୁଥିବା ନକଲି ପ୍ରମାଣପତ୍ରକୁ ଅସଲି ଭାବେ ଦର୍ଶାଉଥିଲେ। ଆଉ ଏଥିପାଇଁ ସେମାନଙ୍କୁ ଲକ୍ଷାଧିକ ଟଙ୍କାର କମିଶନି ଦିଆଯାଉଥିଲା ବୋଲି ପୋଲିସ ତଦନ୍ତରୁ ଜାଣିବାକୁ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri