ଆଜି ଖୋଲିବ ଆଇଆଇଏଲ୍‌ର ଆଇପିଓ

ଭୁବନେଶ୍ୱର,୧୪।୧୨: ଆଇନକ୍ସ ଇଣ୍ଡିଆ ଲିମିଟେଡ୍‌ (ଆଇଆଇଏଲ୍‌)ର ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଚଳିତ ବର୍ଷ ଡିସେମ୍ବର ୧୪ରେ ଖୋଲିବ। ଏପରିକି ଉକ୍ତ ଅଫର ୨୦୨୩ ଡିସେମ୍ବର ୧୮ରେ ବନ୍ଦ ହେବ। ଫଳରେ ଆଙ୍କର ନିବେଶକମାନେ ଅଫର ଖୋଲିବାର ଗୋଟିଏ ଦିନ ପୂର୍ବରୁ ୨୦୨୩ ଡିସେମ୍ବର ୧୩ରେ ବିଡ୍‌ ଦାଖଲ କରିପାରିବେ। ଉକ୍ତ ଅଫରରେ ଇକ୍ୱିଟି ଶେୟାରର ମୂଲ୍ୟ ୬୨୭ ରୁ ୬୬୦ ଟଙ୍କା ମଧ୍ୟରେ ଧାର୍ଯ୍ୟ କରାଯାଇଛି। ସେହିଭଳି ସର୍ବନିମ୍ନ ୨୨ଟି ଇକ୍ୱିଟି ଶେୟାର ପାଇଁ ବିଡ୍‌ ଦାଖଲ କରାଯାଇପାରିବ ଏବଂ ଏହା ପରେ ୨୨ଟି ଲେଖାଏଁ ଇକ୍ୱିଟି ଶେୟାର ଗୁଣିତକ ଭାବେ ଯୋଡ଼ାଯାଇପାରିବ। କମ୍ପାନୀ ଅଂଶଧନକାରୀମାନଙ୍କ ୨୨,୧୧୦,୯୫୫ ଇକ୍ୱିଟି ଶେୟାର ବିକ୍ରିକରି ପାଣ୍ଠି ଯୋଗାଡ଼ କରିବାକୁ ଯୋଜନା ରଖିଛି। କମ୍ପାନୀର ଇକ୍ୱିଟି ଶେୟାରଗୁଡ଼ିକୁ ବିଏସ୍‌ଇ ଲିମିଟେଡ୍‌ ଓ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ ଇଣ୍ଡିଆ ଲିମିଟେଡ୍‌ରେ ତାଲିକାଭୁକ୍ତ କରିବା ଲାଗି ରେଡ୍‌ ହେରିଂ ପ୍ରୋସପେକ୍ଟସ୍‌ରେ ପ୍ରସ୍ତାବ ରହିଛି। ସେହିଭଳି ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ(ସେବି) ର ନିୟମ ଅନୁସାରେ ଉକ୍ତ ଅଫରର ୫୦% ପର୍ଯ୍ୟନ୍ତ ଇକ୍ୱିଟି ଶେୟାର ସମାନୁପାତିକ ଭିତ୍ତିରେ ଯୋଗ୍ୟ ସଂସ୍ଥାଗତ ନିବେଶକ (କ୍ୟୁଆଇବି)ମାନଙ୍କ ଲାଗି ରହିବ। ବିଶେଷକରି ବୁକ୍‌ ରନିଂ ଲିଡ୍‌ ମ୍ୟାନେଜରଙ୍କ ପରାମର୍ଶରେ କ୍ୟୁଆଇବି ଭାଗର ୬୦% ଇକ୍ୱିଟି ଶେୟାରକୁ ଆଙ୍କର ନିବେଶକମାନଙ୍କ ଲାଗି ଉପଲବ୍ଧ କରାଯାଇପାରିବ। ସେଥିରୁ ଅତିକମ୍‌ରେ ଏକ ତୃତୀୟାଂଶ ଇକ୍ୱିଟି ଶେୟାରକୁ ସ୍ଥାନୀୟ ମ୍ୟୁଚୁଆଲ ଫଣ୍ଡ୍‌ମାନଙ୍କୁ ପ୍ରଦାନ କରାଯିବ। ଯଦି ସ୍ଥାନୀୟ ମ୍ୟୁଚୁଆଲ ଫଣ୍ଡ୍‌ ସବୁ ଶେୟାର ନେବେ ନାହିଁ ତେବେ ଅବଶିଷ୍ଟ ଶେୟାରକୁ କ୍ୟୁଆଇବିଙ୍କ ପାଇଁ ପୁଣି ଥରେ ସାମିଲ କରାଯାଇପାରିବ। ଉକ୍ତ ଅଫରର ୧୫% ଇକ୍ୱିଟି ଶେୟାର ଅଣ ସଂସ୍ଥାଗତ ନିବେଶକମାନଙ୍କ ଲାଗି ରହିବ। ସେବି ନିୟମ ଅନୁସାରେ ନେଟ୍‌ ଅଫରର ୩୫% ପର୍ଯ୍ୟନ୍ତ ଇକ୍ୱିଟି ଶେୟାରକୁ ଖୁଚୁରା ନିବେଶକମାନଙ୍କ ଲାଗି ଉପଲବ୍ଧ। ଉକ୍ତ ଅଫରର ବୁକ୍‌ ରନିଂ ଲିଡ୍‌ ମ୍ୟାନେଜରମାନେ ହେଉଛନ୍ତି ଆଇସିଆଇସିଆଇ ସିକ୍ୟୁରିଟିଜ ଲିମିଟେଡ୍‌ ଓ ଆକ୍ସିସ୍‌ କ୍ୟାପିଟାଲ୍‌ ଲିମିଟେଡ୍‌ ଇତ୍ୟାଦି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri