ନରେନ୍ଦ୍ରନ୍‌ଙ୍କୁ ଆଇଆଇଏମ୍‌-ଜେଆର୍‌ଡି ଟାଟା ପୁରସ୍କାର

ଭୁବନେଶ୍ୱର,୨୫।୧୧(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ କମ୍ପାନୀ ଟାଟା ଷ୍ଟିଲ୍‌ର ଏମ୍‌ଡି ତଥା ସିଇଓ ଟି.ଭି. ନରେନ୍ଦ୍ରନଙ୍କୁ ନିକଟରେ ଆଉ ଏକ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଟାଲ୍ସ (ଆଇଆଇଏମ୍‌)ର ୭୭ତମ ବାର୍ଷିକ ବୈଷୟିକ ବୈଠକରେ ଟାଟା ଷ୍ଟିଲ୍‌ର ଏମ୍‌ଡି ତଥା ସିଇଓ ଟି. ଭି. ନରେନ୍ଦ୍ରନଙ୍କୁ ସମ୍ମାନଜନକ ଆଇଆଇଏମ୍‌-ଜେଆର୍‌ଡି ଟାଟା ପୁରସ୍କାର-୨୦୨୩ ପ୍ରଦାନ କରାଯାଇଛି। ବିଶେଷକରି ଧାତବ ଶିଳ୍ପରେ କର୍ପୋରେଟ ନେତୃତ୍ୱ ଉକତ୍ର୍ଷ ପାଇଁ ନରେନ୍ଦ୍ରନଙ୍କୁ ଉପରୋକ୍ତ ସମ୍ମାନରେ ସମ୍ମାନିତ କରାଯାଇଛି। ଏପରିକି ଆଇଆଇଏମ୍‌ର ସଭାପତି ସତୀଶ ପାଇ ନରେନ୍ଦ୍ରନଙ୍କୁ ଉକ୍ତ ପୁରସ୍କାର ପ୍ରଦାନ କରିଥିଲେ। ଅପରପକ୍ଷରେ ଦୀର୍ଘ ସ୍ଥାୟିତ୍ୱ,ନବସୃଜନ ଓ ଦାୟିତ୍ୱବାନ୍‌ ବ୍ୟବସାୟ ଅଭ୍ୟାସ ପ୍ରତି ଟାଟା ଷ୍ଟିଲର ପ୍ରତିବଦ୍ଧତା ରହିଛି। ଉକ୍ତ ପ୍ରତିବଦ୍ଧତା ଅନୁସାରେ ଖଣି ଓ ଧାତବ ଶିଳ୍ପ ପ୍ରତି ଗୁରୁତ୍ୱପୂର୍ଣ୍ଣ ଅବଦାନ ଲାଗି ନରେନ୍ଦ୍ରନଙ୍କୁ ଏଭଳି ଏକ ସମ୍ମାନଜନକ ଆଓ୍ବାର୍ଡ ଦିଆଯାଇଛି। ସୂଚନାଯୋଗ୍ୟ, ୨୦୦୬-୦୭ରେ ଆରମ୍ଭ ହୋଇଥିବା ଆଇଆଇଏମ୍‌-ଜେଆର୍‌ଡି ଟାଟା ପୁରସ୍କାର ସମାରୋହ ଉତ୍ସବ ଜେଆର୍‌ଡି ଟାଟାଙ୍କ ପରମ୍ପରାକୁ ମନେଇ ପକାଇଥାଏ। ଏହା ଗୋଷ୍ଠୀ ସମୁଦାୟ ଏବଂ ଦେଶ ପାଇଁ ପରିବର୍ତ୍ତନ ଆଣିବା ଲାଗି ତାଙ୍କ ଦୃଷ୍ଟିକୋଣକୁ ମଧ୍ୟ ପ୍ରତିଫଳିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri