ମାର୍ଚ୍ଚ ସୁଦ୍ଧା କାର୍ଯ୍ୟକ୍ଷମ ହେବ ଆଇଆଇଏମ୍‌ ନୂତନ କ୍ୟାମ୍ପସ

ସମ୍ବଲପୁର,୨୯ା୧(ବ୍ୟୁରୋ): ସମ୍ବଲପୁରର ଭାରତୀୟ ପ୍ରବନ୍ଧନ ସଂସ୍ଥାନ (ଆଇଆଇଏମ୍‌)ର ନିଜସ୍ବ ସ୍ଥାୟୀ କ୍ୟାମ୍ପସ ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା କାର୍ଯ୍ୟକ୍ଷମ ହେବ। ଏ ନେଇ ଆଇଆଇଏମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ୨୦୧୫ରୁ ଅସ୍ଥାୟୀ ଭାବେ ସମ୍ବଲପୁରରେ ପାଠପଢା ହେଉଛି। ନୂତନ ଅତ୍ୟାଧିନିକ କ୍ୟାମ୍ପସ ଲୋକାର୍ପଣ ହେଲେ ପାଠପଢାର ସୁନ୍ଦର ପରିବେଶ ସୃଷ୍ଟି ହେବ ବୋଲି ଆଶା କରାଯାଉଛି।
ସୂଚନାଯୋଗ୍ୟ, ମହାନଦୀ ଅପରପାର୍ଶ୍ୱ ବସନ୍ତପୁରଠାରେ ପ୍ରାୟ ୨ଶହ ଏକର ଜମିରେ ଆଇଆଇଏମ୍‌-ଏସ୍‌ର ନିଜସ୍ବ କ୍ୟାମ୍ପସ ନିର୍ମାଣ କାର୍ଯ୍ୟ ଚାଲିଛି। ଏହାର ୯୦ ପ୍ରତିଶତ ସିଭିଲ୍‌ କାମ ସମ୍ପୂର୍ଣ୍ଣ ହୋଇସାରିଛି। ଅଭ୍ୟନ୍ତରୀଣ ଓ ବୈଦ୍ୟୁତିକ କାମ ତ୍ୱରାନ୍ବିତ କରାଯାଇଛି। ମାର୍ଚ୍ଚ ସୁଦ୍ଧା କ୍ୟାମ୍ପସର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଧାର୍ଯ୍ୟ ହୋଇଛି ବୋଲି ଆଇଆଇଏମ୍‌ ପକ୍ଷରୁ ଠିକା ସଂସ୍ଥାକୁ ତାଗିଦା କରାଯାଇଛି। ପ୍ରସ୍ତାବିତ ନୂତନ କ୍ୟାମ୍ପସରେ ୫ଶହ ଛାତ୍ରୀଛାତ୍ରଙ୍କ ପାଇଁ ହଷ୍ଟେଲ, ଶ୍ରେଣୀ କକ୍ଷ, ପ୍ରଶାସନିକ ଭବନ, ପାଠାଗାର, ପ୍ରେକ୍ଷାଳୟ, ଏକ୍‌ଜିକ୍ୟୁଟିଭ ପ୍ରବନ୍ଧନ କେନ୍ଦ୍ର, ଇନ୍‌କ୍ୟୁଭେଶନ କେନ୍ଦ୍ର, ଅଧିକାରୀ-କର୍ମଚାରୀମାନଙ୍କ ପାଇଁ କମ୍ପ୍ଲେକ୍ସ ଜିମ୍ନାସିୟମ୍‌, କ୍ରୀଡ଼ା କମ୍ପ୍ଲେକ୍ସ ଆଦି ସୁବିଧା ରହିବ। ଏହି ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ୪୦୧ କୋଟି ଟଙ୍କା ମଞ୍ଜୁର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri