Posted inଜାତୀୟ

ଆଇଆଇଏସ୍‌ସି ଦେଶର ସର୍ବଶ୍ରେଷ୍ଠ ଗବେଷଣା ପ୍ରତିଷ୍ଠାନ: ଶିକ୍ଷାମନ୍ତ୍ରୀ

ବେଙ୍ଗାଲୁରୁ,୯ା୯: ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ, ବେଙ୍ଗାଲୁରୁ ହେଉଛି ଦେଶର ସର୍ବୋତ୍ତମ ଗବେଷଣା ପ୍ରତିଷ୍ଠାନ। ସେହିପରି ଆଇଆଇଟି ମାଡ୍ରାସ ଦ୍ୱିତୀୟ ଶ୍ରେଷ୍ଠ ଏବଂ ଆଇଆଇଟି ବମ୍ବେ ଗବେଷଣା କ୍ଷେତ୍ରରେ ତୃତୀୟ ଶ୍ରେଷ୍ଠ ଅନୁଷ୍ଠାନ ଭାବରେ ତାଲିକାରେ ସ୍ଥାନ ପାଇଛି।

ଶିକ୍ଷାମନ୍ତ୍ରୀଙ୍କ ଦ୍ୱାରା ପ୍ରକାଶିତ ଏନ୍‌ଆଇଆର୍‌ଏଫ୍‌ ୨୦୨୧ ତାଲିକାରେ ଥିବା ଅନୁଷ୍ଠାନଗୁଡ଼ିକୁ ଏହି ର଼୍ୟାଙ୍କିଙ୍ଗ ଦିଆଯାଇଛି। ଏହା ବ୍ୟତୀତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ବମ୍ବେ ମହାରାଷ୍ଟ୍ର ତୃତୀୟ ସ୍ଥାନରେ ଥିବାବେଳେ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ଦିଲ୍ଲୀ ଚତୁର୍ଥ ସ୍ଥାନରେ ରହିଛି। ସେହିପରି ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ଖଡ଼ଗପୁର ପଶ୍ଚିମବଙ୍ଗ ୫ମ ସ୍ଥାନରେ ରହିଛି। ଏହା ବ୍ୟତୀତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି କାନପୁର ଉତ୍ତରପ୍ରଦେଶକୁ ଷଷ୍ଠ ପ୍ରତିଷ୍ଠାନ ଭାବେ ସ୍ଥାନିତ ହୋଇଛି।

– ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ରୁର୍କି ଉତ୍ତରାଖଣ୍ଡ।

– ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଦିଲ୍ଲୀ।

– ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ଗୁଆହାଟି ଆସାମ।

– ଟାଟା ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଫଣ୍ଡାମେଣ୍ଟାଲ ରିସର୍ଚ୍ଚ ମହାରାଷ୍ଟ୍ର।

– ଦିଲ୍ଲୀ ବିଶ୍ୱବିଦ୍ୟାଳୟ।

– ଭେଲୋର ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ତାମିଲନାଡୁ।

– ହୋମି ଭାବା ଜାତୀୟ ପ୍ରତିଷ୍ଠାନ ମହାରାଷ୍ଟ୍ର।

– ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ଉତ୍ତରପ୍ରଦେଶ।

– ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ହାଇଦ୍ରାବାଦ ତେଲେଙ୍ଗାନା।

 

ଏଥିସହିତ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏନ୍‌ଆଇଆରଏଫ୍‌ ର଼୍ୟାଙ୍କିଙ୍ଗରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଅନୁଷ୍ଠାନକୁ ଅଭିନନ୍ଦନ ଜଣାଇଛନ୍ତି। ଶିକ୍ଷାମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ମୁଁ ଭାରତର ସମସ୍ତ ପ୍ରଧାନ ଶିକ୍ଷାନୁଷ୍ଠାନକୁ ଅଭିନନ୍ଦନ ଜଣାଉଛି। ଯେଉଁମାନେ ନିଜ ନିଜ ବର୍ଗରେ ମାନ୍ୟତା ପାଇଛନ୍ତି। ଯେଉଁଥିରେ ସାମଗ୍ରିକ ଭାବେ ବିଶ୍ୱବିଦ୍ୟାଳୟ, ଇଞ୍ଜିନିୟରିଂ, ମ୍ୟାନେଜମେଣ୍ଟ, କଲେଜ, ଫାର୍ମାସୀ, ମେଡିଶିନ, ସ୍ଥାପତ୍ୟ, ଆଇନ, ଦନ୍ତ ଚିକିତ୍ସା ଏବଂ ଅନୁସନ୍ଧାନ ପ୍ରତିଷ୍ଠାନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri