ସେମିକଣ୍ଡକ୍ଟର ନିର୍ମାଣ କରିବ ଆଇଆଇଟି ଭୁବନେଶ୍ୱର

ଭୁବନେଶ୍ୱର,୨୫।୭ (ବ୍ୟୁରୋ): ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ଆଇଆଇଟି ଭୁବନେଶ୍ୱର ଗସ୍ତରେ ଆସି ଛାତ୍ରୀଛାତ୍ରମାନଙ୍କୁ ଷ୍ଟାର୍ଟଅପ୍‌ କାର୍ଯ୍ୟକ୍ରମ ପାଇଁ ଉତ୍ସାହିତ କରିଛନ୍ତି। ଏପରିକି ଷ୍ଟାର୍ଟଅପ୍‌ କାର୍ଯ୍ୟକ୍ରମ ପାଇଁ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରି ବୈଷ୍ଣବ କହିଛନ୍ତି, ବର୍ତ୍ତମାନ ଭାରତରେ ୭୪ହଜାର ଷ୍ଟାର୍ଟଅପ୍‌ ରହିଛି। ୨୦୧୪-୧୫ରେ ଏହା ମାତ୍ର ୪ଶହ ରହିଥିଲା। ଏହାପୂର୍ବରୁ ବୈଷ୍ଣବ ଆଇଆଇଟି-ଭୁବନେଶ୍ୱର ଲାବୋରେଟୋରି ପରିଦର୍ଶନ କରି ଖୁସିବ୍ୟକ୍ତ କରିବା ସହ ଆଜାଦୀ କା ଅମୃତ ମହୋତ୍ସବ କାଳରେ ନୂତନ ଚିନ୍ତାଧାରା ଏବଂ ନୂତନତ୍ୱ ଆଣିବା ପାଇଁ ଛାତ୍ରୀଛାତ୍ରମାନଙ୍କୁ ସେ ପରାମର୍ଶ ଦେଇଥିଲେ। ସେହିଭଳି ଇଲେକ୍ଟ୍ରୋନିକ୍ସ ଚିପ୍ସକୁ ଷ୍ଟାର୍ଟଅପ୍‌ ପ୍ରୋଗ୍ରାମ୍‌ ଅନ୍ତର୍ଭୁକ୍ତ କରିବା ପାଇଁ ବୈଷ୍ଣବ ଆଇଆଇଟି ଭୁବନେଶ୍ୱରକୁ ଭାରତ ସରକାରଙ୍କ ଅନୁମୋଦନ ପତ୍ର ମଧ୍ୟ ପ୍ରଦାନ କରିଛନ୍ତି। ଫଳରେ ସେମିକଣ୍ଡକ୍ଟର ପ୍ରସ୍ତୁତି ପାଇଁ ଭୁବନେଶ୍ୱର ଆଇଆଇଟି ଦେଶର ୩୧ତମ ଅନୁଷ୍ଠାନ ହେବ ବୋଲି କୁହାଯାଇଛି। ଆଇଆଇଟି ଭୁବନେଶ୍ୱରରେ ଛାତ୍ରୀଛାତ୍ରମାନଙ୍କୁ ଚ୍ୟାଲେଞ୍ଜ କରି ବୈଷ୍ଣବ କହିଛନ୍ତି, ଯଦି ଛାତ୍ରୀଛାତ୍ରମାନେ ୫ଜି ପାଇଁ ଅତି କମରେ ୧୦ଟି କୌଶଳର ପରିକଳ୍ପନା ଯୋଗାଇ ଦେବେ, ତେବେ ଆଇଆଇଟି ଭୁବନେଶ୍ୱରକୁ ୫ଜି ବ୍ୟବହାରର ପ୍ରସ୍ତୁତି ପାଇଁ ସେଣ୍ଟର ଅଫ୍‌ ଏକ୍ସଲେନ୍ସ ମାନ୍ୟତା ଦିଆଯିବ। ଭୁବନେଶ୍ୱରରେ ଆଇଆଇଟିଆନଙ୍କ ସହ ଜ୍ଞାନକୌଶଳ ବିନିମୟ କରି ବୈଷ୍ଣବ ଏହା ମଧ୍ୟ କହିଛନ୍ତି, ଯଦି ପ୍ରସ୍ତାବ ଦିଆଯିବ ତେବେ ଆଇଆଇଟି ଭୁବନେଶ୍ୱରକୁ ରେଳ ପ୍ରଯୁକ୍ତିବିଦ୍ୟା ବିକାଶ ପାଇଁ ଗତିଶକ୍ତି ସହ ନିବନ୍ଧନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?