Posted inଜାତୀୟ

ଆଇଆଇଟି ବମ୍ବେ ହଷ୍ଟେଲରେ ନିରାମିଷ ଟେବୁଲ୍‌ରେ ଆମିଷ ଖାଇବାକୁ ନେଇ ହଙ୍ଗାମା, ଛାତ୍ରଙ୍କ ଉପରେ ଲାଗିଲା ୧୦ହଜାର ଟଙ୍କାର ଜରିମାନା 

ବମ୍ବେ,୩।୧୦: ଭାରତର ଅନ୍ୟତମ ପ୍ରମୁଖ ଇଞ୍ଜିନିୟରିଂ କଲେଜ ଆଇଆଇଟି ବମ୍ବେ ଏହାର ଫୁଡ୍‌ ପଲିସି(ଖାଦ୍ୟ ନୀତି ) ପାଇଁ ଚର୍ଚ୍ଚାର ପରିସରକୁ ଆସିଛି। କଲେଜ୍‌  ହଷ୍ଟେଲରେ ଆମିଷ ଖାଇବାକୁ ନେଇ ଛାତ୍ରମାନଙ୍କଠାରୁ ୧୦,୦୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି। ଛାତ୍ରମାନେ କଲେଜରେ ଖାଇବାକୁ ନେଇ ଥିବା ନିୟମ ଅନୁସରଣ କରୁନଥିବା ଅଭିଯୋଗ ହୋଇଛି।
ଆଇଆଇଟି ବମ୍ବେର ହଷ୍ଟେଲରେ ନିରାମିଷ ଖାଦ୍ୟ ଖାଇବା ଲାଗି ଏକ ଭିନ୍ନ ଟେବୁଲ ରହିଛି। ଏହି ଟେବୁଲରେ ଆମିଷ ଖାଦ୍ୟ ଖାଇବା ଲାଗି ଛାତ୍ରମାନଙ୍କୁ ଜରିମାନା କରାଯାଇଛି। ଏହି ମାମଲା  ସାମ୍ନାକୁ ଆସିବା ପରେ ସୋସିଆଲ ମିଡିଆରେ କଲେଜର ନିୟମ ଉପରେ ପ୍ରଶ୍ନ ଉଠାଯାଉଛି।ଆମ୍ବେଦକର ପେରିଅର ଫୁଲେ ଷ୍ଟଡି ସର୍କଲ(ଏପିପିଏସସି) ସହିତ ଜଡିତ ଛାତ୍ରମାନେ ସୋସିଆଲ ମିଡିଆରେ ପୋଷ୍ଟ ଶେୟାର କରି କଲେଜ ନିୟମକୁ ମଧ୍ୟ ବିରୋଧ କରିଛନ୍ତି।
ଅପରପକ୍ଷେ କଲେଜର ମେସ କାଉନସିଲ ଛାତ୍ରଛାତ୍ରୀଙ୍କ ନାମରେ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ଜାରି କରିଛି। ପରିଷଦ କହିଛି ଯେ ଯଦି କୌଣସି ଛାତ୍ର କଲେଜର ପଲିସିି ଅନୁସରଣ ନ କରନ୍ତି ତେବେ ତାଙ୍କ ବିରୋଧରେ ୧୦,୦୦୦ ଟଙ୍କା ଜୋରିମାନା ଲାଗୁ କରାଯିବ। ଏଥିସହ  ବିଶୃଙ୍ଖଳା କରୁଥିବା ସେହି ଛାତ୍ରଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri