Posted inଜାତୀୟ

ଦିଲ୍ଲୀ ଆଇଆଇଟି ହଷ୍ଟେଲରେ ଜୀବନ ହାରିଲେ ଏମ୍‌ଟେକ୍‌ ଛାତ୍ର

ନୂଆଦିଲ୍ଲୀ,୧୬।୨: ଦିଲ୍ଲୀସ୍ଥିତ ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି(ଆଇଆଇଟି)ର ହଷ୍ଟେଲ ରୁମ୍‌ରୁ ଜଣେ ଏମ୍‌ଟେକ୍‌ ଛାତ୍ରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଛାତ୍ର ଜଣକ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି। ମୃତ ଛାତ୍ର ଜଣକ ହେଲେ ସଞ୍ଜୟ ନରକର (୨୪)। ତାଙ୍କ ଘର ମହାରାଷ୍ଟ୍ରର ନାଶିକ ଅଞ୍ଚଳରେ। ସଞ୍ଜୟ ଦ୍ରୌଣଚାର୍ଯ୍ୟ ହଷ୍ଟେଲର ୭୫୭ ରୁମ୍‌ରେ ରହୁଥିଲେ।

ପୋଲିସ ସୂଚନା ମୁତାବକ, ସଞ୍ଜୟଙ୍କ ପରିବାର ଲୋକେ ସଞ୍ଜୟଙ୍କୁ ବାରମ୍ବାର ଫୋନ କରିଥିଲେ। ହେଲେ ସେ କୌଣସି ଉତ୍ତର ଦେଇ ନ ଥିଲେ। ଏନେଇ ପରିବାର ଲୋକେ ହଷ୍ଟେଲରେ ରହୁଥିବା ସଞ୍ଜୟଙ୍କ ଜଣେ ସାଙ୍ଗଙ୍କୁ ଫୋନ କରି ଘଟଣା ସମ୍ପର୍କରେ ପଚାରିଥିଲେ। ପରେ କେତେଜଣ ସାଙ୍ଗ ହେଷ୍ଟଲ ରୁମ୍‌କୁ ଯାଇଥିଲେ। ହେଲେ ରୁମ୍‌ କବାଟ ବନ୍ଦ ରହିଥିଲା। ଏନେଇ ସେମାନେ ଓ୍ବାଡେନଙ୍କୁ ଜଣାଇଥିଲେ। ଓ୍ବାଡେନ ଆସି କବାଟ ଭାଙ୍ଗି ଦେଖିଲା ବେଳକୁ ସଞ୍ଜୟଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଦେଖିବାକୁ ମିଳିଥିଲା। ଏନେଇ ସ୍ଥାନୀୟ ପୋଲିସକୁ ଖବର ଦିଆଯାଇଥିଲା। ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇ ପଠାଇଛି। କେଉଁ ପରିସ୍ଥିତିରେ ସଞ୍ଜୟ ଆତ୍ମହତ୍ୟା କଲେ ସେ ନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ପୋଲିସ ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ ଜଣାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri