‘ଭିତ୍ତିଭୂମି ସଜାଡ଼ି ପାରିଛି ଆଇଆଇଆଇଟି’

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ଦ୍ୱାରା ଭୁବନେଶ୍ୱରରେ ପ୍ରତିଷ୍ଠିତ ଅନ୍ତର୍ଜାତୀୟ ସୂଚନା ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଆଇଟି) ଜାତୀୟସ୍ତରରେ ପ୍ରମୁଖ ଅନୁଷ୍ଠାନ ଭାବେ ଉଭା ହୋଇଛି। ୨୦୦୬ରେ ଆରମ୍ଭ ହୋଇଥିବା ଏହି ପ୍ରତିଷ୍ଠାନ ନିଜର ଭିତ୍ତିଭୂମି ସଜାଡ଼ି ପାରିଛି। ଶୈଖିକ ପରିବେଶ, ଗୁଣବତ୍ତା, ଉଚ୍ଚ ପ୍ରଶିକ୍ଷିତ ଶିକ୍ଷକମଣ୍ଡଳୀ, ଡିଗ୍ରୀଧାରୀଙ୍କୁ ବୃତ୍ତିଗତ ନିୟୋଜନ ଲାଗି ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରତିଷ୍ଠାନର ବୋର୍ଡ ଅଫ ଗଭର୍ନାନ୍ସ ବୈଠକରେ ଏହି ମତ ପ୍ରକାଶ ପାଇଛି। ଶୁକ୍ରବାର ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ ମୋଡ୍‌ରେ ଆୟୋଜିତ ଏହି ବୈଠକରେ ଦେଶର ବିଭିନ୍ନ ସ୍ଥାନରୁ ସ୍ବାଧୀନ ନିର୍ଦ୍ଦେଶକ ସଦସ୍ୟମାନେ ଯୋଗଦେଇ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ଅନୁଷ୍ଠାନର କାର୍ଯ୍ୟକଳାପ ଓ ବର୍ତ୍ତମାନ ସ୍ଥିତି ସମୀକ୍ଷା କରି ମୁଖ୍ୟ ଶାସନ ସଚିବ ବିଭିନ୍ନ କ୍ଷେତ୍ରରେ ସଫଳତା ଲାଗି ଅନୁଷ୍ଠାନକୁ ଅଭିନନ୍ଦନ ଜଣାଇଛନ୍ତି। ଏ କ୍ଷେତ୍ରରେ ନିରନ୍ତର ଉଦ୍ୟମ ଲାଗି ନିର୍ଦ୍ଦେଶକ ଗୋପାଳ ନାୟକ ଏବଂ ରେଜିଷ୍ଟ୍ରାର ପ୍ରଫେସର ଅଜିତ ଦାସଙ୍କୁ ସାଧୁବାଦ ଜ୍ଞାପନ କରିଛନ୍ତି। ଟ୍ରିପଲ ଆଇଟି ଭୁବନେଶ୍ୱର ନିଜର ଭିତ୍ତିଭୂମି ସୁଦୃଢ କରିସାରିଛି। ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଗବେଷଣା, ନୂତନ ଆବିଷ୍କାର ଦିଗରେ କାର୍ଯ୍ୟ କରିବା ସହ ଅନ୍ତର୍ଜାତୀୟ ଅନୁଷ୍ଠାନଗୁଡ଼ିକ ସହ ସମକକ୍ଷ ହେବାକୁ ମୁଖ୍ୟ ଶାସନ ସଚିବ ପ୍ରତିଷ୍ଠାନର ସବୁ ଶିକ୍ଷକ ଓ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶକ ନାୟକ କହିଛନ୍ତି, ଚଳିତ ଶିକ୍ଷାବର୍ଷ ପାଇଁ ଅନୁଷ୍ଠାନର ଶତ ପ୍ରତିଶତ ସିଟ୍‌ ପୂରଣ ହୋଇଛି। ଓଡ଼ିଶାର ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦେଲେ ଜୋସା, ସିସାବ ଭଳି ଜାତୀୟସ୍ତରୀୟ କାଉନସେଲିଂ ଏବଂ ବିଦେଶର ଛାତ୍ରୀଛାତ୍ର ନାମ ଲେଖାଇଛନ୍ତି। ଗତବର୍ଷ ଯାଏ ଡିଗ୍ରୀଧାରୀ ଛାତ୍ରୀଛାତ୍ରଙ୍କ କ୍ୟାମ୍ପସ ଚୟନ ମାଧ୍ୟମରେ ବୃତ୍ତି ନିୟୋଜନ କ୍ଷେତ୍ରରେ ୯୫% ସଫଳତା ମିଳିଥିଲା। କୋଭିଡ୍‌ ମହାମାରୀ ସମୟରେ ୭୭% ଛାତ୍ରୀଛାତ୍ରଙ୍କୁ ବୃତ୍ତି ନିୟୋଜନ ମିଳିଛି। ଏମାନେ ବାର୍ଷିକ ୫ ଲକ୍ଷ ଟଙ୍କା ପ୍ୟାକେଜରୁ ନିଜର ଚାକିରି ଆରମ୍ଭ କରିଛନ୍ତି। ଏ ପର୍ଯ୍ୟନ୍ତ ୩୯ ଜାତୀୟ ଓ ଆନ୍ତର୍ଜାତୀୟ କମ୍ପାନୀ କ୍ୟାମ୍ପସ ଚୟନ ନିମନ୍ତେ ଆସିଛନ୍ତି। କ୍ୟାମ୍ପସ ଚୟନରେ ୯୦% ଯାଏ ଲକ୍ଷ୍ୟ ହାସଲ ହେବ ବୋଲି ଆଶା ରହିଛି। ସେହିପରି ଗୋଠପାଟଣାରେ ଅଧିକ ୪ ଏକର ଜମି ଟ୍ରିପଲ ଆଇଟିକୁ ଦେବା ସମ୍ବନ୍ଧିତ ବିଷୟ ଆଲୋଚନାରେ ସ୍ଥାନ ପାଇଥିଲା। ଏହି ଜମିରେ ଛାତ୍ରୀଛାତ୍ରଙ୍କ ପାଇଁ ହଷ୍ଟେଲ, ଶିକ୍ଷକଙ୍କ ଲାଗି ଆବାସ, ଅଡିଟୋରିୟମ ଏବଂ ଖେଳପଡ଼ିଆ ନିର୍ମାଣ ଲାଗି ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?