Posted inଜାତୀୟ

ବିଦେଶୀ ପିଲାଙ୍କ ପାଇଁ ଆଇଆଇଟି-ଜେଇଇ

ନୂଆଦିଲ୍ଲୀ,୨୩।୫: ଆମେରିକା, ଭିଏତ୍‌ନାମ ସମେତ ୨୫ ଦେଶରେ ଏକସଙ୍ଗେ ଆଇଆଇଟି-ଜେଇଇ (ଆଇଆଇଟି ଯୁଗ୍ମ ପ୍ରବେଶିକା ପରୀକ୍ଷା) କରାଇବାକୁ ଭାରତ ସରକାର ଯୋଜନା କରିଛନ୍ତି। ଫଳରେ ବିଦେଶୀ ଛାତ୍ରୀଛାତ୍ର ଭାରତୀୟ ଶିକ୍ଷାନୁଷ୍ଠାନଗୁଡ଼ିକରେ ଶିକ୍ଷାଗ୍ରହଣ କରିବାର ସୁଯୋଗ ପାଇବେ। ଗତବର୍ଷ କୁଆଲାଲମ୍ପୁର ଏବଂ ଲାଗୋସରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

ପୂର୍ବରୁ ଭାରତ ସରକାରଙ୍କ ସହଯୋଗ କ୍ରମେ ୧୨ଟି ଦେଶରେ ଆଇଆଇଟି-ଜେଇଇ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଆମେରିକା ସମେତ ଅଷ୍ଟ୍ରେଲିଆ, ଦକ୍ଷିଣ ଆଫ୍ରିକା, ସିଙ୍ଗାପୁର, ଚାଇନା, ନେପାଳ, ଇଣ୍ଡୋନେସିଆ, ମାଲେସିଆ, ବାହରିନ୍‌, କୁଏଟ୍‌, କାତାର ଆଦି ଦେଶରେ ଏହି ପରୀକ୍ଷା ହେବ। ବିଦେଶରେ ପଢ଼ୁଥିବା ଏନ୍‌ଆର୍‌ଆଇ, ଭାରତୀୟ ଏବଂ ଅନ୍ୟ ଦେଶର ପିଲାଙ୍କ ପାଇଁ ଦେଶର ଶ୍ରେଷ୍ଠ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନରେ ୩,୯୦୦ ଅଣ୍ଡର ଗ୍ରାଜୁଏଟ୍‌ ଏବଂ ୧,୩୦୦ ପୋଷ୍ଟ ଗ୍ରାଜୁଏଟ୍‌ ସିଟ୍‌ ସଂରକ୍ଷିତ ରହିବ।

ବିଦେଶୀ ଛାତ୍ରୀଛାତ୍ରଙ୍କୁ ପ୍ରତ୍ୟକ୍ଷ ନାମଲେଖା ଯୋଜନା (ଡିଏଏସ୍‌ଏ)ରେ ଏହି ପିଲାମାନଙ୍କୁ ଆଡ୍‌ମିଶନ ସୁଯୋଗ ଦିଆଯିବ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେମାନେ କେନ୍ଦ୍ର ସରକାରଙ୍କ ପାଣ୍ଠିରେ ପରିଚାଳିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍‌ନୋଲୋଜି (ଏନ୍‌ଆଇଟି), ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇନ୍‌ଫର୍ମେଶନ ଟେକ୍‌ନୋଲୋଜି (ଏନ୍‌ଆଇଆଇଟି), ପ୍ଲାନିଂ ଆଣ୍ଡ ଆର୍କିଟେକ୍ଟ ଓ ଅନ୍ୟାନ୍ୟ ବୈଷୟିକ ଶିକ୍ଷାନୁଷ୍ଠାନରେ ନାମ ଲେଖାଇବାର ସୁଯୋଗ ପାଇବେ। ତେବେ ଏହି ବ୍ୟବସ୍ଥା ଆଇଆଇଟିଗୁଡ଼ିକ ପାଇଁ ଲାଗୁ ହେବନାହିଁ। କାରଣ ଡିଏଏସ୍‌ଏରୁ ଆଇଆଇଟିକୁ ବାଦ୍‌ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri