ଅକ୍ଟୋବର-ନଭେମ୍ବରରେ ଆସିବ କରୋନାର ତୃତୀୟ ଲହର, ଯାହା ହେବନାହିଁ ଭୟଙ୍କର: ଆଇଆଇଟି କାନପୁର

କାନପୁର,୧୯ ।୭: କରୋନା ଭାଇରସର ଦ୍ୱିତୀୟ ଲହରକୁ ଲୋକେ କେବେବି ଭୁଲିବେ ନାହିଁ । ସେହି ଭୟାବହ ଦୃଶ୍ୟକୁ ମନେପକାଇ ଆଜିବି ଆଖିର ଲୁହକୁ ଅଟକାଇ ପାରନ୍ତି ନାହିଁ ଅନେକ ପରିବାର । କରୋନାର ଦ୍ୱିତୀୟ ଲହର ଶେଷ ହୋଇ ନ ଥିବା ବେଳେ ଏବେ ତୃତୀୟ ଲହରକୁ ନେଇ ଲୋକଙ୍କ ମନରେ ଛନକା ପଶିଲାଣି । ଏହା ଦ୍ୱିତୀୟ ଅପେକ୍ଷା ଅଧୁକ କ୍ଷତି ଘଟାଇବ ବୋଲି କୁହାଯାଉଛି । ଏହାରି ମଧ୍ୟରେ କିନ୍ତୁ ଆଇଆଇଟି କାନପୁରର ପ୍ରଫେସର ନିଶ୍ୱାସ ନେବା ଭଳି ଏକ ଖବର ଦେଇଛନ୍ତି । ପ୍ରଫେସର ମଣିନ୍ଦ୍ର ଅଗ୍ରୱାଲ ଗାଣିତିକ ବିଶ୍ଳେଷର ‘ସୂତ୍ର’ ଆଧାରରେ କହିଛନ୍ତି କି କରୋନାର ଦ୍ୱିତୀୟ ଲହର ଅପେକ୍ଷା ତୃତୀୟ ଲହର ଏତେ ମାରାତ୍ମକ ହେବ ନାହିଁ । ଏହା ଅକ୍ଟୋବର-ନଭେମ୍ବର ମଧ୍ୟ ଭାଗରେ ଆସିପାରେ । ପ୍ରଫେସର ଅଗ୍ରୱାଲ କହିଛନ୍ତି ତୃତୀୟ ଲହରର ଆକଳନ ପାଇଁ ଆମେ ଗତ ଏକ ମାସ ହେବ ଆମ ମଡେଲ ମାଧ୍ୟମରେ ଖୁବ୍ ଗଣନା କରିଛୁ । ଯାହାର ଏହା ହେଉଛି ଫଳାଫଳ । ଏହି ଗବେଷଣାରୁ ଜଣାପଡିଛି କି ଯଦି କୌଣସି ନୂଆ ଭାରିଏଣ୍ଟ ଅଗଷ୍ଟ ଶେଷ ବେଳକୁ ଆସିଯାଉଛି, ଯାହା ଡେଲ୍ଟା ଭାରିଏଣ୍ଟ ଠାରୁ ବି ଦ୍ରୁତ ବେଗରେ ସଂକ୍ରମିତ କରୁଛି, ତାହାହେଲେ ତୃତୀୟ ଲହର ଦେଶକୁ ଅକ୍ଟୋବର-ନଭେମ୍ବର ମଧ୍ୟରେ ଆସିପାରେ । ଯାହା ଦ୍ୱିତୀୟ ଭଳି ମାରାତ୍ମକ ନ ହୋଇ ପ୍ରଥମ ଭଳି ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?