ଫିଲ୍ମ ଦୁନିଆକୁ ଅଲବିଦା କରିବେ ଇଲିଆନା, କାରଣ…

ମୁମ୍ବାଇ : ଅନେକ ଚଳଚ୍ଚିତ୍ରରେ ନଜର ଆସିଥିବା ଅଭିନେତ୍ରୀ ଇଲିଆନା ଡି’କ୍ରୁଜ ଦୀର୍ଘ ଦିନ ଧରି ଚଳଚ୍ଚିତ୍ର ଜଗତରୁ ଦୂରେଇ ରହିଛନ୍ତି। ସମ୍ପ୍ରତି ଅଭିନେତ୍ରୀ ତାଙ୍କ ମାତୃତ୍ୱକୁ ଉପଭୋଗ କରୁଛନ୍ତି । ତେବେ ତାଙ୍କ ପ୍ରଶଂସକମାନେ ଇଣ୍ଡଷ୍ଟ୍ରି ଏବଂ ଚଳଚ୍ଚିତ୍ରରେ ତାଙ୍କର ପ୍ରତ୍ୟାବର୍ତ୍ତନକୁ ଅପେକ୍ଷା କରିଛନ୍ତି। ଏହି ସମୟରେ ତାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ ଖବର ଆସୁଛି, ଯାହା ସେମାନଙ୍କୁ ନିରାଶ କରିପାରେ। ବାସ୍ତବରେ ଦାବି ହେଉଛି ଅଭିନେତ୍ରୀ ତାଙ୍କ ଚଳଚ୍ଚିତ୍ର କ୍ୟାରିୟକୁ ଅଲବିବା କହିବେ। କୁହାଯାଉଛି ସେ ଶୀଘ୍ର ନିଜ ପରିବାର ସହିତ ଆମେରିକା ପଳାଇବେ।

ତେବେ ଏହି ଦାବି ସମ୍ପର୍କରେ ଅଭିନେତ୍ରୀଙ୍କ ପକ୍ଷରୁ କୌଣସି ସୂଚନା ପ୍ରକାଶ କରାଯାଇ ନାହିଁ। ଆମେରିକାର ଏକ ପ୍ରମୁଖ ନ୍ୟୁଜ ପୋର୍ଟାଲ ଅନୁଯାୟୀ ଇଲିଆନା ତାଙ୍କ ସ୍ବାମୀ ମାଇକେଲ ଡୋଲାନ ଏବଂ ପୁଅ କୋଆ ଫିନିକ୍ସ ଡୋଲାନଙ୍କ ସହ ଆମେରିକାରେ ବସବାସ କରିବାକୁ ଯାଉଛନ୍ତି। ଏହି ପୋର୍ଟାଲ ଦାବି କରିଛି ଅଭିନେତ୍ରୀ ତାଙ୍କ ଚଳଚ୍ଚିତ୍ର କ୍ୟାରିୟରରୁ ବିଦାୟ ନେବାକୁ ଯାଉଛନ୍ତି।

ତେବେ ଇଲିଆନା ଡି’କ୍ରୁଜ ଦୀର୍ଘ ଦିନ ଧରି ଚଳଚ୍ଚିତ୍ରଠାରୁ ଦୂରରେ ଥିଲେ। ଏହି ଅଭିନେତ୍ରୀ ଚଳିତ ବର୍ଷ ଅଗଷ୍ଟରେ ମା’ ହୋଇଥିଲେ ଏବଂ ସେ ଆହୁରି ମଧ୍ୟ ପ୍ରକାଶ କରିଥିଲେ ସେ ମେ ମାସରେ ମାଇକେଲ ଡୋଲାନଙ୍କୁ ବିବାହ କରିଥିଲେ। ଅଭିନେତ୍ରୀ ବିବାହ ପୂର୍ବରୁ ଗର୍ଭବତୀ ହୋଇଥିଲେ। ରିପୋର୍ଟରେ ଏହା ମଧ୍ୟ ଦାବି କରାଯାଇଛି ଏବେ ସେ କୌଣସି ଫିଲ୍ମ ଅଫର ଗ୍ରହଣ କରୁନାହାଁନ୍ତି କାରଣ ସେ ଆମେରିକା ଯିବାକୁ ଯୋଜନା କରୁଛନ୍ତି। ଇଲିଆନା ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଟନ୍ତି ଏବଂ ତାଙ୍କ ସ୍ବାମୀ ଏବଂ ପୁଅଙ୍କ ସହ ଫଟୋ ଏବଂ ଭିଡିଓ ଶେୟାର କରନ୍ତି, ଯେଉଁଥିରୁ ଅନୁମାନ କରାଯାଇପାରେ ବର୍ତ୍ତମାନ ଅଭିନେତ୍ରୀ ତାଙ୍କ ପରିବାର ଉପରେ ଅଧିକ ଧ୍ୟାନ ଦେଉଛନ୍ତି।

ଇଲିଆନା ଡି’କ୍ରୁଜ ମଡେଲିଂରୁ ତାଙ୍କ କ୍ୟାରିଅର୍‌ ଆରମ୍ଭ କରିଥିଲେ, ଏହା ପରେ ଅଭିନେତ୍ରୀ ମାତ୍ର ୧୯ ବର୍ଷ ବୟସରେ ଦକ୍ଷିଣ ଚଳଚ୍ଚିତ୍ରରେ ଡେବ୍ୟୁ କରିଥିଲେ। ଏହା ପରେ ସେ ରଣବୀର କପୁର ଏବଂ ପ୍ରିୟଙ୍କା ଚୋପ୍ରାଙ୍କ ଫିଲ୍ମ ‘ବର୍ଫି’ ଦ୍ୱାରା ବଲିଉଡରେ ଡେବ୍ୟୁ କରିଥିଲେ। ଏହା ପରେ ଅଭିନେତ୍ରୀ ‘ରୁସ୍ତମ’, ସ୍‌‘ରାଇଡ’, ‘ମେ ତେରା ହିରୋ’ ଏବଂ ‘ପାଗଲପନ୍ତୀ’ ଭଳି ଅନେକ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri