Posted inଜାତୀୟ

ମୁଖ୍ୟମନ୍ତ୍ରୀ ହେବି, ନହେଲେ ଘରେ ବସିବି

ଡେରାଡୁନ,୧୯।୨: ସଦ୍ୟ ଅନୁଷ୍ଠିତ ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ଫଳ ନ ଆସୁଣୁ ମୁଖ୍ୟମନ୍ତ୍ରୀ ଚୌକି ପାଇଁ କଂଗ୍ରେସରେ କନ୍ଦଳ ଆରମ୍ଭ ହୋଇଗଲାଣି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦଳର ବରିଷ୍ଠ ନେତା ହରିଶ୍‌ ରାଓ୍ବତ୍‌ ଏନେଇ ପୂର୍ବତନ ପିସିସି ସଭାପତି ପ୍ରୀତମ୍‌ ସିଂଙ୍କ ସହ ମୁହାଁମୁହିଁ ହୋଇଛନ୍ତି।
ଉତ୍ତରାଖଣ୍ଡ ବିଧାନସଭାର ୭୦ ଆସନ ଲାଗି ଗତ ୧୪ରେ ମତଦାନ ହୋଇଥିଲା। ମାର୍ଚ୍ଚ ୧୦ରେ ଭୋଟ ଗଣତି ପରେ ଫଳାଫଳ ଆସିବ। ହେଲେ ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଶାୟୀଙ୍କ ମଧ୍ୟରେ ବିବାଦ ଦେଖାଦେଲାଣି। ରାଜ୍ୟରେ କଂଗ୍ରେସ କ୍ଷମତାକୁ ଆସିଲେ କିଏ ମୁଖ୍ୟମନ୍ତ୍ରୀ ହେବେ ବୋଲି ଶୁକ୍ରବାର ଖବରଦାତାମାନେ ହରିଶ ରାଓ୍ବତ୍‌ଙ୍କୁ ପ୍ରଶ୍ନ କରିଥିଲେ। ରାଓ୍ବତ୍‌ କହିଥିଲେ, ସେ ମୁଖ୍ୟମନ୍ତ୍ରୀ ହେବେ। ତାଙ୍କୁ ମୁଖ୍ୟମନ୍ତ୍ରୀ କରା ନ ଗଲେ ସେ ଘରେ ବସିରହିବାକୁ ଉଚିତ ମଣିବେ। ପ୍ରୀତମ୍‌ ସିଂ ଜବାବରେ କହିଛନ୍ତି, କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ହାଇକମାଣ୍ଡ ସ୍ଥିର କରିବେ। ପରମ୍ପରା ଅନୁସାରେ ଦଳୀୟ ବିଧାୟକମାନେ ଜଣେ ବ୍ୟକ୍ତିଙ୍କ ସପକ୍ଷରେ ସହମତି ଦେବେ। ପରେ ଦଳୀୟ ନେତୃତ୍ୱ ସେହି ନାମ ଉପରେ ମୋହର ମାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri