ତୁମକୁ ନ ପାଇଲେ ଗଳା କାଟିଦେବି

କୋଲକାତା,୧୧।୧: ଜଣେ ଯୁବତୀଙ୍କୁ ମହଙ୍ଗା ପଡ଼ିଛି ଫେସ୍‌ବୁକ୍‌ ପ୍ରେମ। ପ୍ରଥମେ ବନ୍ଧୁତା ପରେ ଯୁବକଙ୍କୁ ବିବାହ କରିଥିଲେ ଯୁବତୀ ଜଣକ। ଏବେ ତାଙ୍କ ସ୍ବାମୀ ପ୍ରେମିକା ତଥା ସ୍ତ୍ରୀଙ୍କୁ ଛାଡ଼ି ତାଙ୍କର ସମସ୍ତ ସୁନା ଅଳଙ୍କାର ନେଇ କେଉଁଆଡ଼େ ଫେରାର ହୋଇଯାଇଛନ୍ତି। ସ୍ତ୍ରୀ ଜଣକ ଏବେ ଶାଶୁଘରେ ପହଞ୍ଚି ହଙ୍ଗାମା କରିଛନ୍ତି। କୋଲାକାତାର ଏହି ମହିଳାଙ୍କୁ ବିବାହ ପୂର୍ବରୁ ଆତ୍ମହତ୍ୟା ଧମକ ଦେଉଥିବା ସ୍ବାମୀ ଜଣକ ପ୍ରତାରକ ସାଜିଛନ୍ତି। ମହିଳା ଜଣକ କହିଛନ୍ତି, ବିବାହ ପୂର୍ବରୁ କୁହନ୍ତି ତୁମେ ଯଦି ମତେ ବିବାହ ନ କରିବ ମୁଁ ବ୍ଲେଡ୍‌ରେ ଗଳାକାଟି ଆତ୍ମହତ୍ୟା କରିବି ଏବେ ସେ ତାଙ୍କୁ ଛାଡ଼ି ଚାଲି ଯାଇଛନ୍ତି।
ପରେ ମହିଳା ଜଣଙ୍କ ଉତ୍ତରପ୍ରଦେଶର ଫତେହପୁର ପୋଲିସର ସହାୟତା ଲୋଡ଼ିଛନ୍ତି। ସେ କହିଛନ୍ତି, ବିବାହ ପରେ ତାଙ୍କ ସ୍ବାମୀ ଘରେ ରଖାଯାଇଥିବା ସମସ୍ତ ଅଳଙ୍କାର ସହିତ ନଗଦ ଟଙ୍କା ଲୁଟି ନେଇ ପଳାଇ ଯାଇଥିଲେ। ମହିଳା ଜଣକ ତାଙ୍କ ସ୍ବାମୀଙ୍କୁ ଖୋଜିବା ପାଇଁ କୋଲକାତାରେ ପହଞ୍ଚିଛନ୍ତି। ମହିଳାଙ୍କ ସହ ଅଭିଷେକ ଆର୍ଯ୍ୟ ବନ୍ଧୁତା କରିଥିଲେ। ପରିଚିତ ହେବା ପରେ ପରିବାର ଏବଂ ସମ୍ପର୍କୀୟମାନେ ଆସି ବିବାହ ପାଇଁ କହିଥିଲେ। ଏପରିକି ଅଭିଷେକ ବିବାହ କରିବାକୁ ତାଙ୍କ ଉପରେ ଚାପ ପକାଉଥିଲେ। ବିଭିନ୍ନ ସମୟରେ ତାଙ୍କୁ ନ ପାଇଲେ ଆତ୍ମହତ୍ୟା କରିବେ ବୋଲି ଧମକାଉଥିଲେ। ଶେଷରେ ମହିଳା ଜଣକ ରାଜି ହୋଇଯାଇଥିଲେ। ବିବାହ ପରେ ଅଭିଷେକ ମହିଳାଙ୍କୁ ଛାଡ଼ି ତାଙ୍କ ସୁନା ଅଳଙ୍କାର ସବୁ ଲୁଟି ନେଇ କେଉଁଆଡ଼େ ଫେରାର ହୋଇଯାଇଛନ୍ତି। ଏବେ ପୋଲିସ ଅଭିଷେକଙ୍କୁ ଖୋଜୁଛି। ଖୁବ୍‌ଶୀଘ୍ର ତାଙ୍କୁ ଗିରଫ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri