‘କରୋନା ଗଲେ ତିର୍ତ୍ତୋଲ ଯିବି’

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): କରୋନା ଦୂର ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିର୍ତ୍ତୋଲ ଗସ୍ତ କରିବେ। ଲୋକଙ୍କୁ ଭେଟି ବିକାଶ କାମ ବୁଲି ଦେଖିବେ। ବୁଧବାର ଭର୍ଚୁଆଲ ରାଲିରେ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀର ଲୋକଙ୍କୁ ଏହି ପ୍ରତିଶ୍ରୁତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନା ପରିଚାଳନାରେ ଓଡ଼ିଶା ସାରା ଦେଶରେ ଏକ ମଡେଲ ରାଜ୍ୟ ହୋଇଛି। ଆମ କାମକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ପ୍ରଶଂସା କରିଛି। କୋଭିଡ୍‌ ଯୋଦ୍ଧାଙ୍କ ନିଷ୍ଠା, ପରିଶ୍ରମ ଓ ଜନସାଧାରଣଙ୍କ ସହଯୋଗ ଯୋଗୁ ଏହା ସମ୍ଭବ ହୋଇପାରିଛି। ଆଗକୁ ଆମେ ସମସ୍ତେ କୋଭିଡ୍‌ ଗାଇଡ୍‌ଲାଇନ ପାଳି କରୋନାକୁ ହରାଇବା ବୋଲି ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ତାଙ୍କ ପ୍ରତି ଜନସାଧାରଣଙ୍କ ଭଲ ପାଇବା, ସ୍ନେହଆଦର ରହିଛି। ତିର୍ତ୍ତୋଲ ଯାଇଥିଲେ ବହୁ ସଂଖ୍ୟାରେ ଜନସମାଗମ ହୋଇଥାନ୍ତା। କୋଭିଡ୍‌ ପରିସ୍ଥିତିରେ ଏହା ଉଚିତ ନୁହେଁ। ସୁରକ୍ଷାକୁ ଦୃଷ୍ଟିରୁ ଭିଡିଓ କନ୍‌ଫରେନ୍ସରେ ଜନସାଧାରଣଙ୍କୁ ଭେଟିବାକୁ ନିଷ୍ପତ୍ତି ନେଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ ନିର୍ବାଚନରେ ବିଷ୍ଣୁ ବାବୁଙ୍କୁ ଭୋଟରମାନେ ଜିତାଇଥିଲେ। ଦୁଃଖର କଥା ସେ ଆଜି ଆମ ଗହଣରେ ନାହାନ୍ତି। ତିର୍ତ୍ତୋଲ ବିକାଶ କାମ ନେଇ ସେ ବହୁବାର ଭେଟୁଥିଲେ। ଅଞ୍ଚଳର ସମସ୍ୟାର ସମାଧାନ ପାଇଁ ପ୍ରସ୍ତାବ ଦେଇଥିଲେ। ତିର୍ତ୍ତୋଲବାସୀ ସବୁବେଳେ ବିଜୁ ପରିବାର ସହିତ ଅଛନ୍ତି। ନିକଟରେ ତିର୍ତ୍ତୋଲ ଅଞ୍ଚଳରେ ଯୋଗାଯୋଗର ବିକାଶ ପାଇଁ ମହାନଦୀ ଉପରେ ଦୁଇଟି ବଡ଼ ସେତୁ ପାଇଁ କାମ ଆରମ୍ଭ ହୋଇଛି। ଶିକ୍ଷା, ସ୍ବାସ୍ଥ୍ୟ ଓ ଅନ୍ୟ ଭିତ୍ତିଭୂମି ବିକାଶ ସହ ଅଞ୍ଚଳରେ ବନ୍ୟା ନିୟନ୍ତ୍ରଣ ପାଇଁ ପଦକ୍ଷେପ ନିଆଯାଇଛି। ଗତ ୮ ମାସରେ କୋଭିଡ୍‌ ପରିସ୍ଥିତିରେ ମଧ୍ୟ ରାଜ୍ୟକୁ ଅନେକ ଶିଳ୍ପସଂସ୍ଥା ଆସିଛନ୍ତି। କେତେକ କାମ ଆରମ୍ଭ କଲେଣି। ଯୁବତୀଯୁବକଙ୍କ ପାଇଁ ନୂଆ ରୋଜଗାର ସୁଯୋଗ ସୃଷ୍ଟି କରିବା ସରକାରଙ୍କ ପ୍ରାଥମିକତା। କେହି ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ନ ହେବେ ତାହା ହିଁ ପ୍ରଥମ ଲକ୍ଷ୍ୟ। ତିର୍ତ୍ତୋଲ ଅଞ୍ଚଳରେ ମିଶନ ଶକ୍ତିର ମା’ମାନେ ବହୁତ ଭଲ କାମ କରୁଛନ୍ତି। ସେମାନେ ବିକାଶର ନୂଆ ପରିଚୟ ଦେଇଛନ୍ତି। ଅଞ୍ଚଳର ବିକାଶକୁ ଆଗେଇ ନେବାକୁ ବିଜୁ ଜନତା ଦଳର ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁ। ଶଙ୍ଖ ଚିହ୍ନରେ ଭୋଟ୍‌ ଦିଅନ୍ତୁ। ଭୋଟ୍‌ କେନ୍ଦ୍ରକୁ ଗଲାବେଳେ ସାବଧାନତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ମତଦାତାଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?