‘ସିନେଟ୍‌ରେ ଦେଖିନେବି’

ଓ୍ବାଶିଂଟନ,୧୫ା୧:୨୦୨୦ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରିପବ୍ଲିକାନ୍‌ ପାର୍ଟିରେ ଏକଚ୍ଛତ୍ରବାଦୀ ନେତା ଥିଲେ। ହ୍ବାଇଟ୍‌ ହାଉସ୍‌କୁ ଦ୍ୱିତୀୟ ଥର ଯିବା ପାଇଁ ଦଳରେ ସେ ଏକମାତ୍ର ପ୍ରାର୍ଥୀ ଥିବାବେଳେ ଡେମୋକ୍ରାଟିକ୍‌ ପାର୍ଟିର ଉପରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ୍‌ଙ୍କୁ ପ୍ରତିଦ୍ୱନ୍ଦ୍ୱିତାରୁ ବାଦ୍‌ ଦେବା ପାଇଁ ପ୍ରାଣପଣେ ଉଦ୍ୟମ କରିଥିଲେ। ସେତେବେଳେ ଟ୍ରମ୍ପ୍‌ ଉପହାସ କରି ଟୁଇଟ୍‌ କରିଥିଲେ, ଆମେ ତୁମକୁ ମିସ୍‌ କରିବୁ। ଏବେ ସମୟର ଚକ ଘୂରିଛି। ଟ୍ରମ୍ପ୍‌ଙ୍କ ପାଳି ଖରାପ ପଡ଼ିଛି। ହାରିସ୍‌ ଟୁଇଟରରେ ତାଙ୍କୁ ଜବାବ ଦେଇଛନ୍ତି, ରାଷ୍ଟ୍ରପତି ମହୋଦୟ, ଚିନ୍ତା କରନ୍ତୁ ନାହିଁ। ଆପଣଙ୍କୁ ସିନେଟରେ ଶୁଣାଣି ବେଳେ ଦେଖିନେବି।
ଆମେରିକାର ବିଦାୟୀ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିରୋଧରେ ଆଗତ ମହାଭିଯୋଗ ପ୍ରସ୍ତାବ ବୁଧବାର ବିଳମ୍ବିତ ରାତିରେ ନିମ୍ନ ସଦନ ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସରେ ୨୩୨-୧୯୭ ସଂଖ୍ୟାଗରିଷ୍ଠ ଭୋଟରେ ଗୃହୀତ ହୋଇଛି। ଏବେ ସିନେଟରେ ଏହାର ଶୁଣାଣି ହେବାକୁ ଯାଉଛି। ରାଷ୍ଟ୍ରପତିଙ୍କୁ ଦୋଷୀ ସାବ୍ୟସ୍ତ କରି ତାଙ୍କ ରାଜନୈତିକ କ୍ୟାରିୟରରେ ପୂର୍ଣ୍ଣଚ୍ଛେଦ ପକାଇବାର ସାମର୍ଥ୍ୟ ରଖୁଥିବା ସିନେଟରେ ରିପବ୍ଲିକାନ୍‌ ନେତା ମିଚ୍‌ ମେକ୍‌କୋନ୍ନେଲ କହିଛନ୍ତି, ଜାନୁୟାରୀ ୨୦ରେ ଟ୍ରମ୍ପ୍‌ ଅଫିସ ଛାଡ଼ିବା ପରେ ଯାଇ ମହାଭିଯୋଗ ପ୍ରସ୍ତାବକୁ ଉଚ୍ଚ ସଦନକୁ ପଠାଯିବ। ସିନେଟରେ ଉଭୟ ଡେମୋକ୍ରାଟ୍‌ ଓ ରିପବ୍ଲିକାନ୍‌ ପାର୍ଟିର ପଲା ଏବେ ପ୍ରାୟ ସମାନ ଅଛି। କିନ୍ତୁ ହାରିସ୍‌ ଉପରାଷ୍ଟ୍ରପତି ଭାବେ ଶପଥନେଇ ଗୃହରେ ଅଧ୍ୟକ୍ଷତା କରିବା ବେଳକୁ ଜର୍ଜିଆର ଦୁଇଜଣ ନବନିର୍ବାଚିତ ଡେମୋକ୍ରାଟ ମଧ୍ୟ ସେଠାକୁ ଯାଇସାରିଥିବେ। ତେଣୁ ଟ୍ରମ୍ପ୍‌ଙ୍କ ଭାଗ୍ୟ ନିର୍ଣ୍ଣୟ ବେଳେ ହାରିସ୍‌ଙ୍କ ଭୂମିକା ବିଶେଷ ତାତ୍ପର୍ଯ୍ୟପୂର୍ଣ୍ଣ ହୋଇପାରେ ବୋଲି କୁହାଯାଉଛି। ଏହି ପରିପ୍ରେକ୍ଷୀରେ ହାରିସ୍‌ ଟ୍ରମ୍ପ୍‌ଙ୍କୁ ମୁହଁତୋଡ଼ ଜବାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri