ନିର୍ବାଚନରେ ବେଆଇନ କାର୍ଯ୍ୟ: ୨ ଶିକ୍ଷକ ନିଲମ୍ବିତ

ଫୁଲବାଣୀ ଅଫିସ, ୧୧ା୪: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ ଗ୍ରହଣ କେନ୍ଦ୍ରରେ ବେଆଇନ କାର୍ଯ୍ୟ କରିବା ୨ ଶିକ୍ଷକଙ୍କୁ ମହଙ୍ଗା ପଡିଛି ା ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ଡା.ବୃନ୍ଦା ଡି ସେମାନଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ନିଲମ୍ବିତ ଶିକ୍ଷକ ହେଲେ ରାଇକିଆ ବ୍ଲକର ପ୍ରଧାନ ଶିକ୍ଷକ ରବୀନ୍ଦ୍ରନାଥ ପାତ୍ର ଓ କ.ନୂଆଗାଁ ବ୍ଲକର ସହକାରୀ ଶିକ୍ଷକ ନବ କିଶୋର ଓଝା। ଗତ ପଞ୍ଚାୟତ ନିର୍ବାଚନରେ ଏହି ଦୁଇଜଣ ଶିକ୍ଷକ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରିଥିବା ନେଇ ଅଭିଯୋଗ ହୋଇଥିଲା।
ଅଭିଯୋଗ ଅନୁସାରେ, ସହକାରୀ ଶିକ୍ଷକ ଓଝା ଫୁଲବାଣୀ ବ୍ଲକ ମିଣିଆ ପଞ୍ଚାୟତର ବିଘାପଦର ୧୨ନଂ. ବୁଥ ଓ ପାତ୍ରଙ୍କୁ ମାସାପଦର ୧୩ନଂ ବୁଥ୍‌ରେ ପ୍ରଥମ ପୋଲିଂ ଅଫିସର ଭାବେ ଦାୟିତ୍ୱ ଦିଆଯାଇଥିଲା। ଉଭୟେ ବୁଥ୍‌ରେ ସରପଞ୍ଚ ପ୍ରାର୍ଥୀଙ୍କ ବାଲଟ ପେପରକୁ ଉଦ୍ଦେଶ୍ୟମୂଳକ ଭାବେ ଭୁଲ ମୋଡ଼ି ଚିହ୍ନକୁ ଲୁଚାଇଥିଲେ। ଭୋଟ ଦେବାକୁ ଯାଇଥିବା ବେଳେ ସରପଞ୍ଚ ପ୍ରାର୍ଥିନୀ ମାଳତୀ ପ୍ରଧାନ ବୁଥକୁ ଯାଇ ଏହା ଦେଖିଥିଲେ। ଏପରିକି ପୋଲିଂ ଅଧିକାରୀ ତାଙ୍କୁ ଚିହ୍ନି ନ ପାରି ଅନ୍ୟ ଚିହ୍ନରେ ଭୋଟ ଦେବାକୁ କହିବା ସହ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ଏ ନେଇ ଅଭିଯୋଗ ହେବାରୁ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରିଥିଲେ। ସେକ୍ଟର ଅଫିସର ସୁରେନ୍ଦ୍ର ପାଣିଗ୍ରାହୀ ମଧ୍ୟ ବୁଥ୍‌ ପରିଦର୍ଶନରେ ଯାଇଥିବା ବେଳେ ବାଲଟ ତ୍ରୁଟି ନଜରକୁ ଆସିଥିଲା। ଏ ନେଇ ସରପଞ୍ଚ ପ୍ରାର୍ଥତ୍ନୀ ମାଳତୀ ପ୍ରଧାନଙ୍କ ଅଭିଯୋଗ କ୍ରମେ ଫୁଲବାଣୀ ବିଡିଓ ତଥା ନିର୍ବାଚନ ଅଧିକାରୀ ସେକ୍ଟର ଅଫିସର ସୁରେନ୍ଦ୍ର ପାଣିଗ୍ରାହୀଙ୍କୁ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଘଟଣାରେ ସତ୍ୟତା ଥିବା ନେଇ ତଦନ୍ତ ଅଧିକାରୀ ରିପୋର୍ଟ କରିବା ପରେ ସମ୍ପୃକ୍ତ ଶିକ୍ଷକମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଫୁଲବାଣୀ ବିଡିଓ ଜିଲାପାଳଙ୍କୁ ସୁପାରିସ କରିଥିଲେ ା ଜିଲାପାଳ ଚିଠି ସଂଖ୍ୟା ୧୪୦୮/୫.୪.୨୨ ଓ ୧୪୧୨/୫.୪.୨୨ କ୍ରମେ ଉଭୟଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?