ନିର୍ବାଚନରେ ବେଆଇନ କାର୍ଯ୍ୟ: ୨ ଶିକ୍ଷକ ନିଲମ୍ବିତ

ଫୁଲବାଣୀ ଅଫିସ, ୧୧ା୪: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ ଗ୍ରହଣ କେନ୍ଦ୍ରରେ ବେଆଇନ କାର୍ଯ୍ୟ କରିବା ୨ ଶିକ୍ଷକଙ୍କୁ ମହଙ୍ଗା ପଡିଛି ା ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ଡା.ବୃନ୍ଦା ଡି ସେମାନଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ନିଲମ୍ବିତ ଶିକ୍ଷକ ହେଲେ ରାଇକିଆ ବ୍ଲକର ପ୍ରଧାନ ଶିକ୍ଷକ ରବୀନ୍ଦ୍ରନାଥ ପାତ୍ର ଓ କ.ନୂଆଗାଁ ବ୍ଲକର ସହକାରୀ ଶିକ୍ଷକ ନବ କିଶୋର ଓଝା। ଗତ ପଞ୍ଚାୟତ ନିର୍ବାଚନରେ ଏହି ଦୁଇଜଣ ଶିକ୍ଷକ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରିଥିବା ନେଇ ଅଭିଯୋଗ ହୋଇଥିଲା।
ଅଭିଯୋଗ ଅନୁସାରେ, ସହକାରୀ ଶିକ୍ଷକ ଓଝା ଫୁଲବାଣୀ ବ୍ଲକ ମିଣିଆ ପଞ୍ଚାୟତର ବିଘାପଦର ୧୨ନଂ. ବୁଥ ଓ ପାତ୍ରଙ୍କୁ ମାସାପଦର ୧୩ନଂ ବୁଥ୍‌ରେ ପ୍ରଥମ ପୋଲିଂ ଅଫିସର ଭାବେ ଦାୟିତ୍ୱ ଦିଆଯାଇଥିଲା। ଉଭୟେ ବୁଥ୍‌ରେ ସରପଞ୍ଚ ପ୍ରାର୍ଥୀଙ୍କ ବାଲଟ ପେପରକୁ ଉଦ୍ଦେଶ୍ୟମୂଳକ ଭାବେ ଭୁଲ ମୋଡ଼ି ଚିହ୍ନକୁ ଲୁଚାଇଥିଲେ। ଭୋଟ ଦେବାକୁ ଯାଇଥିବା ବେଳେ ସରପଞ୍ଚ ପ୍ରାର୍ଥିନୀ ମାଳତୀ ପ୍ରଧାନ ବୁଥକୁ ଯାଇ ଏହା ଦେଖିଥିଲେ। ଏପରିକି ପୋଲିଂ ଅଧିକାରୀ ତାଙ୍କୁ ଚିହ୍ନି ନ ପାରି ଅନ୍ୟ ଚିହ୍ନରେ ଭୋଟ ଦେବାକୁ କହିବା ସହ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ଏ ନେଇ ଅଭିଯୋଗ ହେବାରୁ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରିଥିଲେ। ସେକ୍ଟର ଅଫିସର ସୁରେନ୍ଦ୍ର ପାଣିଗ୍ରାହୀ ମଧ୍ୟ ବୁଥ୍‌ ପରିଦର୍ଶନରେ ଯାଇଥିବା ବେଳେ ବାଲଟ ତ୍ରୁଟି ନଜରକୁ ଆସିଥିଲା। ଏ ନେଇ ସରପଞ୍ଚ ପ୍ରାର୍ଥତ୍ନୀ ମାଳତୀ ପ୍ରଧାନଙ୍କ ଅଭିଯୋଗ କ୍ରମେ ଫୁଲବାଣୀ ବିଡିଓ ତଥା ନିର୍ବାଚନ ଅଧିକାରୀ ସେକ୍ଟର ଅଫିସର ସୁରେନ୍ଦ୍ର ପାଣିଗ୍ରାହୀଙ୍କୁ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଘଟଣାରେ ସତ୍ୟତା ଥିବା ନେଇ ତଦନ୍ତ ଅଧିକାରୀ ରିପୋର୍ଟ କରିବା ପରେ ସମ୍ପୃକ୍ତ ଶିକ୍ଷକମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଫୁଲବାଣୀ ବିଡିଓ ଜିଲାପାଳଙ୍କୁ ସୁପାରିସ କରିଥିଲେ ା ଜିଲାପାଳ ଚିଠି ସଂଖ୍ୟା ୧୪୦୮/୫.୪.୨୨ ଓ ୧୪୧୨/୫.୪.୨୨ କ୍ରମେ ଉଭୟଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri