ବେଆଇନ ବ୍ଲାଷ୍ଟିଂ: ମାଟି ଅତଡ଼ା ତଳୁ ମିଳିଲା ୨ ମୃତଦେହ

ଢେଙ୍କାନାଳ,୪ା୧(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲ ବଦାଳୁ ନିକଟସ୍ଥ ଗୋପାଳପୁରଠାରେ ଥିବା ପଥରଖଣିରେ ଶନିବାର ସନ୍ଧ୍ୟାରେ ଏକ ଭୟଙ୍କର ବିସ୍ଫୋରଣ ହୋଇଥିଲା। ରାତିରେ ଉଦ୍ଧାର କାର୍ଯ୍ୟ ହୋଇପାରି ନ ଥିଲା। ରବିବାର ସକାଳେ ମୋଟଙ୍ଗା ଥାନା ପୋଲିସ, ଓଡ଼ାପଡ଼ା ତହସିଲଦାର ଓ ଅଗ୍ନିଶମ ସଂସ୍ଥା ଓ ଓଡ୍ରାଫ୍ଟ ଦଳ ଜେସିବି ମେଶିନ ଓ ସନ୍ଧାନୀ କୁକୁର ଜରିଆରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଜିଲାପାଳ ଆଶିଷ ପାଟିଲ ଓ ଏସ୍‌ପି ଅଭିନବ ସୋନକର ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ୨ଜଣ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ୨ ମୃତକଙ୍କ ମଧ୍ୟରୁ ଜଣେ ମୟୂରଭଞ୍ଜ ଓ ଅନ୍ୟ ଜଣେ ବାଲେଶ୍ୱର ଜିଲାର ବୋଲି ସୂଚନା ମିଳିଥିଲେ ମଧ୍ୟ ସେମାନଙ୍କର ସମ୍ପୂର୍ଣ୍ଣ ପରିଚୟ ମିଳିନାହିଁ। ଉକ୍ତ ଖଣିର ବ୍ଲାଷ୍ଟିଂ ଅନୁମତି ସେପ୍ଟେମ୍ବର ମାସରୁ ସରିଥିବା ବେଳେ ଡିସେମ୍ବର ମାସରୁ ଲିଜ୍‌ ଅବଧି ମଧ୍ୟ ସରିଥିଲା। ଏହି ଘଟଣାର ତଦନ୍ତ ଓ ଯାଞ୍ଚ କରାଯାଇ ଖଣି ଚଳାଉଥିବା ବ୍ୟକ୍ତିଙ୍କ ବିରୋଧରେ ଆଇନଗତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri