ପଥର ଖଣିରେ ଚାଲିଛି ବେଆଇନ ବ୍ଲାଷ୍ଟିଂ

ଜମନକିରା,୧୭ା୧(ଡି.ଏନ.ଏ.): ଜମନକିରା ବ୍ଲକ ଭୋଜପୁର ପଞ୍ଚାୟତ କୁଇଲାରିଯୋର ପଥର ଖଣିରେ ଗତ କିଛିମାସ ହେବ ବେଆଇନ ଭାବେ ପଥର ବ୍ଲାଷ୍ଟିଂ ଓ କ୍ରଶିଂ ଚାଲିଛି। ପ୍ରଶାସନ ଏ ଦିଗରେ ପଦକ୍ଷେପ ନ ନେଲେ ଅଞ୍ଚଳବାସୀ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ଚେତାବନୀ ଦେଇଛନ୍ତି।
ସୂଚନା ଅନୁଯାୟୀ, କୁଇଲାରିଜୋର ଗାଁ ନିକଟରେ ଅନେକ ପଥରଖଣି ରହିଛି। ୨୦୨୧ ମସିହାରେ ଜଣେ ବ୍ୟକ୍ତି ଏହାକୁ ୩ ବର୍ଷ ଲାଗି ଲିଜ୍‌ ନେଇଛନ୍ତି। ନିୟମ ଅନୁସାରେ ବ୍ଲାଷ୍ଟିଂ ପାଇଁ ପରିବେଶ ପ୍ରଦୂଷଣ ବୋର୍ଡର ସ୍ବତନ୍ତ୍ର ଅନୁମତି ଦରକାର। ପଥର କ୍ରଶିଂ ହେଉଥିବା ଅଞ୍ଚଳରେ ପରିବେଶ ସନ୍ତୁଳନ ପାଇଁ ପାଣି ସିଞ୍ଚନ, ବୃକ୍ଷ ରୋପଣ କରିବା, ଗାଁ ଓ ବସ୍ତିଠାରୁ ଅଧାକିଲୋମିଟର ଦୂରରେ ଖନନ, ରାଜରାସ୍ତାଠାରୁ ଅତି କମରେ ୫ଶହ ମିଟର ଦୂରତାରେ ପଥର କ୍ରଶିଂ କରିବା କଥା। କିନ୍ତୁ ଏଠାରେ ଏହାର ବ୍ୟତିକ୍ରମ ପରିଲକ୍ଷିତ ହେଉଛି। କେତେଜଣ ପ୍ରଶାସନିକ ଅଧିକାରୀଙ୍କୁ ହାତବାରିଶି କରି କିମ୍ବା ସେମାନଙ୍କୁ ସୁହାଇଲା ଭଳି ସମ୍ପୃକ୍ତ ବ୍ୟକ୍ତିମାନେ ଏଭଳି ବେଆଇନ କାମ କରିଚାଲିଛନ୍ତି। ଏହାଦ୍ବାରା ଖଣି ଚାରିପଟେ ଥିବା ଏକର ଏକର ଜମି ପ୍ରଭାବିତ ହେଉଛି। ଲୋକଙ୍କ କଷ୍ଟୋପାର୍ଜିତ ଅମଳ ଜମିରେ ହିଁ ନଷ୍ଟ ହୋଇଯାଉଛି। କୁଇଲାରିଯୋର ଗାଁ ଲୋକେ ଏ ନେଇ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ କରିଛନ୍ତି। ତୁରନ୍ତ ଏହାକୁ ବନ୍ଦ ନ କଲେ ଆନ୍ଦୋଳନ କରାଯିବ ବୋଲି ଅଞ୍ଚଳବାସୀ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଜମନକିରା ତହସିଲଦାର ବ୍ରଜ କିଶୋର ସାହୁଙ୍କୁ ପଚାରିବାରୁ ସେ ଲିଜ୍‌ରେ ନେଇଥିବା କଥାକୁ ସ୍ବୀକାର କରିଥିଲେ ମଧ୍ୟ ପଥର ବ୍ଲାଷ୍ଟିଂ ଓ କ୍ରଶିଂ ହେଉଥିବା ବିଷୟରେ ଧାରଣା ନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri