ପୋଲ ନିର୍ମାଣରେ ବାଧକ ସାଜିଛି ବେଆଇନ ଇଟାଭାଟି

ନୀଳଗିରି,୨୯।୪:(ସ୍ବ.ପ୍ର) ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଛତ୍ରପୁରରୁ ପିଠାହତା ପଞ୍ଚାୟତକୁ ସଂଯୋଗ କରୁଥିବା ନିର୍ମାଣାଧିନ ଏକ ପୋଲ ପାଇଁ ବାଧକ ସାଜିଛି ବେଆଇନ ଇଟାଭାଟି। ଅଞ୍ଚଳବାସୀ ଏହାକୁ ବିରୋଧ କରିବା ସହ ଉପ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ସୂଚନା ଅନୁଯାୟୀ, ଖୁଁଟାଡିହା ଓ ପିଠାହତାକୁ ସଂଯୋଗ କରୁଥିବା ତରତରି ନାଳ ନିକଟରେ ବେଆଇନ ଭାବେ ଜଣେ ବ୍ୟକ୍ତି ଚଦର ଇଟାଭାଟି କରି ପ୍ରଶାସନ ଆଖିରେ ଧୂଳି ଦେଇ ଲକ୍ଷାଧିକ ଟଙ୍କାର ରାଜସ୍ବ ଫାଙ୍କି ଚାଲିଛନ୍ତି। ଏବେ ୨ଟି ଇଟାଭାଟି କରିଥିବା ଦେଖିବାକୁ ମିଳିଛି। ଏପଟେ ଉଭୟ ପଞ୍ଚାୟତକୁ ଯାତାୟାତ ପାଇଁ ବାଲେଶ୍ୱର ଡ୍ରେନେଜ ବିଭାଗ ପକ୍ଷରୁ ୫ ବର୍ଷ ପୂର୍ବରୁ ଦେଢ଼ କୋଟିରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ଏକ ପୋଲ ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଇଟାଭାଟି ମାଲିକ ପୋଲର ଶେଷମୁଣ୍ଡରେ ଇଟାଭାଟି କରି ଯାତାୟତ କରୁଥିବା ରାସ୍ତାକୁ ଅବରୋଧ କରିଥିବା ଅଭିଯୋଗ ଆଣିଛନ୍ତି ଅଞ୍ଚଳବାସୀ। ଫଳରେ ଉଭୟ ଛତ୍ରପୁର ଓ ପିଠାହତା ପଞ୍ଚାୟତର ଅଧିବାସୀମାନଙ୍କ ଯାତାୟତରେ ବାଧା ସୃଷ୍ଟି ହେଉଛି। ସମ୍ପୃକ୍ତ ଇଟାଭାଟି ମାଲିକ ନିଜସ୍ବ ଜାଗା କହୁଥିବା ବେଳେ ଡ୍ରେନେଜ୍‌ ବିଭାଗ ପୋଲ ନିର୍ମାଣ କରିବା ପୂର୍ବରୁ ସରଜମିନ ତଦନ୍ତ କରିଥିଲା କି, ଯଦି ବିଭାଗୀୟ ଅଧିକାରୀମାନେ ସରଜମିନ ତଦନ୍ତ ଠିକ୍‌ ଭାବେ କରିଥିଲେ ତେବେ ବ୍ୟକ୍ତିିଗତ ଜାଗା ଆସିଲା କିପରି ବୋଲି ପ୍ରଶ୍ନ ଉଠିଛି। ପୋଲ ନିର୍ମାଣର ଦିଗ ଯଦି ପରିବର୍ତ୍ତନ କରାଯାଇଥାନ୍ତା ତାହେଲେ ଏହି ସମସ୍ୟା ଉପୁଜି ନ ଥାନ୍ତା ବୋଲି ସାଧାରଣରେ ମତ ପ୍ରକାଶ ପାଇଛି। ଏନେଇ ଉପ-ଜିଲାପାଳ ଉଭୟ ପଞ୍ଚାୟତବାସୀଙ୍କ ସମୂହ ସ୍ବାର୍ଥକୁ ଦୃଷ୍ଟିରଖି ଉପଯୁକ୍ତ ପଦକ୍ଷେପ ନେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri