ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ଆରମ୍ଭ, ବେଆଇନ ଇଟା ଭାଟି ଭାଙ୍ଗିଲା, ଭୟରେ ଜମି ମାଫିଆ

ବାଲିଗୁଡା, ୨୦।୧ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ଦିନକୁ ଦିନ ସରକାରୀ ଜମି ଜବରଦଖଲ ବେଆଇନ ଇଟାଭାଟି ଗଢି ଉଠୁଥିବାରୁ ବାଲିଗୁଡା ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି ।  ପ୍ରଥମ ପର୍ଯ୍ୟାୟରେ ବାଲିଗୁଡା ମୌଜାର ବାଲିଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦର ପଣସ ପଡି ଅଞ୍ଚଳରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ଦୀର୍ଘ ବର୍ଷ ହେବ ବାଲିଗୁଡା ଏନଏସିର ନୂଆସାହି ଦଣ୍ଡପଦର ପଣସପଡି ଗୁଳିମରା ମୁଣ୍ଡାସାହି ଭଗାମୁଣ୍ଡା, ସୁନାପାଙ୍ଗା ଜାମପଦା ଆଦି ବସ୍ତିରେ ଜମି ମାଫିଆ ବେଶ ସକ୍ରିୟ ହୋଇ ବଡ ବଡ ଅଟ୍ଟାଳିକା ନିର୍ମାଣ କରି କ୍ରୟ ଓ ଭଡା ସୂତ୍ରରେ ଦେଇ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଥିବା ଅଭିଯୋଗ ପରେ ଆକ୍ସନ ମୋଡ଼ରେ ତହସିଲଦାର।  ସୋମବାର ବାଲିଗୁଡା ଏନଏସିର ୧୧ ନମ୍ବର ୱାର୍ଡରେ ତହସିଲଦାର ଦୀପ୍ତି ରଞ୍ଜନ ବେହେରା ଓ ପୋଲିସ ପ୍ରଶାସନ ଉପସ୍ଥିତି ର ବିଭିନ୍ନ ସରକାରୀ ଜମିକୁ ଜବରଦଖଲ କରି ସରକାରୀ କର୍ମଚାରୀ ଓ ଧନୀକ ଶ୍ରେଣୀର ବ୍ୟକ୍ତି ଅଟ୍ଟାଳିକା ନିର୍ମାଣ କରିଥିବା ଜବର ଦଖଲ ଜମିକୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଛନ୍ତି ଏବଂ ବେଆଇନ ଇଟା ଭାଟି କୁ ମଧ୍ୟ ଭାଙ୍ଗି ନଷ୍ଟ କରିଛନ୍ତି । ବାଲିଗୁଡ଼ା ଏନଏସିର ବିଭିନ୍ନ ୱାର୍ଡରେ ହୋଇଥିବା ସରକାରୀ ଜମି ବେଦଖଲ ଉପରେ ଉଚ୍ଛେଦ ଅଭିଯାନ ପର୍ଯ୍ୟାୟ କ୍ରମେ ସବୁ ୱାର୍ଡରେ ଆରମ୍ଭ ହେବ ବୋଲି ତହସିଲଦାର ଦିପ୍ତୀ ରଞ୍ଜନ ବେହେରା ସୂଚନା ଦେଇଛନ୍ତି । ବାଲିଗୁଡାରେ ସହରରେ ୭୦ ପ୍ରତିଶତ ସରକାରୀ ଜମି ଉପରେ ବେଆଇନ କୋଠା ନିର୍ମାଣ ହୋଇଛି । ପର୍ଯ୍ୟାୟ କ୍ରମେ ବେଆଇନ ଦଖଲ ଉଚ୍ଛେଦ କରି ସମସ୍ତ ସରକାରୀ ଜମି ସରକାରୀ ଖାତାକୁ ଫେରିବ ବୋଲି ତହସିଲଦାର ଗଣମାଧ୍ୟମକୁ କହିଛନ୍ତି। ଶ୍ରୀ ବେହେରା ସ୍ବଳ୍ପ ସମୟ ମଧ୍ୟରେ ବହୁ ଉନ୍ନତିମୂଳକ କାର୍ଯ୍ୟ ଆରମ୍ଭ କରିଥିବାରୁ ସହରବାସୀ ସାଧୁବାଦ ଜଣାଇଥିବା ବେଳେ କିଛି ଜମି ମାଫିଆଙ୍କ ଆଖିରୁ ନିଦ ହଜିବା ସହ କୋକୁଆ ଭୟ ସୃଷ୍ଟି ହୋଇଛି । କିଛି ସରକାରୀ କର୍ମଚାରୀ ଦଲାଲଙ୍କ ଠାରୁ ଜମି କିଣି ଘର କରିବା ପ୍ରସ୍ତୁତ ଚଳାଇ ଥିବା ବେଳେ ହଠାତ୍‌ ତହସିଲଦାରଙ୍କ ଚଢାଉ ଦ୍ୱାରା ଭୟବିତ ହୋଇଯାଇଛନ୍ତି । ଏପଟେ ଜମି ଦଲାଲଙ୍କ ଠାରୁ ସରକାରୀ ଜମି କିଣି ଥିବା ଲୋକ କିପରି ନିଜ ଟଙ୍କା ଫେରସ୍ତ ପାଇବେ ସେ ନେଇ ଚିନ୍ତାରେ ପଡ଼ିଯାଇଛନ୍ତି। ବର୍ତ୍ତମାନ ଜମି ମାଫିଆ ବେଆଇନ ଭାବେ ଲକ୍ଷ ଲକ୍ଷ ଟଙ୍କା ଅର୍ଜନ କରି ବିଳାସମୟ ଜୀବନ ବିତାଉଥିବା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?