ବେଆଇନ ଇଟାଭାଟି: ପରିବେଶ ପ୍ରଦୂଷଣ ସହ ତାପମାତ୍ରା ବୃଦ୍ଧି

ବାଣପୁର,୧୩।୨(ଦିଲ୍ଲୀପ କୁମାର ସ୍ବାଇଁ ): ବାଣପୁର ତହସିଲ ଅଞ୍ଚଳର ବିଭିନ୍ନ ରାଜସ୍ବ ଗ୍ରାମରେ ମାତିଛନ୍ତି ଇଟା ମାଫିଆ। ଲୁଟୁଛନ୍ତି ଶତାଧିକ ଏକର ଗୋଚର, ଅନାବାଦୀ ଜମି, ନଦୀପଠା ଓ ରାଜସ୍ବ ଜମି। କୁମାରାଙ୍ଗ, ବିଷ୍ଟୁଗାଲୁଆ, ନରେନ୍ଦ୍ରପୁର, ନନ୍ଦପୁର ପଞ୍ଚାୟତ ସମେତ ଗମ୍ଭାରୀମୁଣ୍ଡା ପଞ୍ଚାୟତର କରଡାପଲ୍ଲୀ, ଗୋଡ଼ିଝର, ହଜ, କାଲୁଣିଆରି, ମତପୋଖରା ରୋଡ୍‌ରେ ମାଳମାଳ ବେଆଇନ ଇଟାଭାଟି ଗଢିଉଠିଛି। ପ୍ରଶାସନର କାର୍ଯ୍ୟାନୁଷ୍ଠାନ ହେଉଥିଲେ ମଧ୍ୟ ପୁନର୍ବାର ମାଲିକମାନେ ଇଟାଭାଟି ନିର୍ମାଣ କରୁଥିବାରୁ କାର୍ଯ୍ୟାନୁଷ୍ଠାନ ନେଇ ସ୍ଥାନୀୟ ଅଞ୍ଚଳରେ ସନ୍ଦେହ ପ୍ରକାଶ ପାଉଛି।
ଇଟାଭାଟି ଦ୍ୱାରା ପରିବେଶ ପ୍ରଦୂଷଣ ହେବା ସହ ତାପମାତ୍ରା ବୃଦ୍ଧି ପାଇ ପରିବେଶ ସନ୍ତୁଳନ ବିଗିଡ଼ିବାରେ ଲାଗିଛି। ଇଟାଭାଟିର ଧୂଅଁାରେ ଗ୍ରାମବାସୀ ଅଣନିଃଶ୍ୱାସୀ ହୋଇ ପଡୁଥିବାବେଳେ ବିଭିନ୍ନ ଶ୍ୱାସ ଏବଂ ଚର୍ମ ରୋଗରେ ଆକ୍ରାନ୍ତ ହେଉଛନ୍ତି। ସମ୍ପ୍ରତି ମାଘ ମାସ ନ ସରୁଣୁ ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ତେବେ ପ୍ରଶାସନ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ କେବଳ କିଛି ଟଙ୍କାର ଜରିମାନା ଆଦାୟ କରି ଚୁପ ରହି ଯାଉଥିବାରୁ ଏହା ଇଟାଭାଟି ମାଲିକଙ୍କୁ ପରୋକ୍ଷରେ ପ୍ରୋତ୍ସାହିତ କରୁଥିବା ଅଭିଯୋଗ ହେଉଛି। ଗୋଟିଏ ପଟେ ସରକାର ପରିବେଶ ପ୍ରଦୂଷଣ ରୋକିବାକୁ ବିଭିନ୍ନ ଆଇନକୁ କଡ଼ାକଡ଼ି କରୁଥିବାବେଳେ ଅନ୍ୟପଟେ ଇଟାଭାଟିଗୁଡ଼ିକ ପ୍ରଦୂଷଣ ବଢ଼ାଉଛି। ସରକାରୀ ନିୟମ ମୁତାବକ, ଇଟା ପୋଡ଼ିବା ପାଇଁ ରାଜ୍ୟ ପ୍ରଦୂଷଣ ବୋର୍ଡର ଅନୁମତି ସହ ସ୍ଥାନୀୟ ତହସିଲଦାର ଏବଂ ରାଜସ୍ବ ନିରୀକ୍ଷକଙ୍କ ଅନୁମତି ନିହାତି ଜରୁରୀ। ମାତ୍ର କୌଣସି ଇଟାଭାଟିର ଅନୁମତି ନ ଥିବାବେଳେ ଇଟା ଭାଟି ମାଲିକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୃଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ପ୍ରଶାସନ କେବଳ କିଛି ଜରିମାନା ଆଦାୟ କରୁଥିବାରୁ ବ୍ୟାପକ ରାଜସ୍ବ ହରିଲୁଟ ହେଉଥିବା ସାଧାରଣରେ ଚର୍ଚ୍ଚା ହେଉଛି। ଅନ୍ୟପକ୍ଷେ ଭାଟିରେ ନିୟୋଜିତ ଶ୍ରମିକଙ୍କ ପାଇଁ ମଧ୍ୟ କୌଣସି ନିର୍ଦ୍ଦେଶନାମା ନ ଥିବାରୁ ଅସ୍ବାସ୍ଥ୍ୟକର ପରିବେଶରେ ସେମାନେ କାର୍ଯ୍ୟ କରୁଥିବା ଅଭିଯୋଗ ହେଉଛି। ବର୍ତ୍ତମାନ ବାଣପୁର ଏବଂ ଆଖପାଖ ଅଞ୍ଚଳରେ ତାପମାତ୍ରା ୩୦ ଡିଗ୍ରୀକୁ ବୃଦ୍ଧି ପାଇଥିବାବେଳେ ଚୈତ୍ର ଓ ବୈଶାଖରେ ତାପମାତ୍ରା ଅଧିକ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ତେବେ ଇଟାଭାଟି ଯୋଗୁ ତାପମାତ୍ରା ଅହେତୁକ ବୃଦ୍ଧି ପାଇବ ବୋଲି ପରିବେଶବିତ୍‌ମାନେ ସନ୍ଦେହ ପ୍ରକାଶ କରିବା ସହ ସ୍ଥାନୀୟ ପ୍ରଶାସନ ଓ ଇଟାଭାଟି ମାଲିକ ଏଥିପ୍ରତି ସମ୍ପୂର୍ଣ୍ଣ ରୂପେ ଦାୟୀ ରହିବେ ବୋଲି କହିଛନ୍ତି। ଏନେଇ ତହସିଲଦାର ପି. ପଦ୍ମନାଭ ଦୋରାଙ୍କୁ ପଚାରିବାରେ, ତୁରନ୍ତ ଇଟାଭାଟିଗୁଡ଼ିକ ଉପରେ ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇ ଦୃଢ କାର୍ଯ୍ୟାନୃଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?