ଅଭୟାରଣ୍ୟ ଅଞ୍ଚଳରେ ବେଆଇନ ଇଟାଭାଟି

ନୀଳଗିରି, ୬।୨(ସ୍ବ.ପ୍ର.):ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡ଼ିହା ଇକୋ ସେନସିଟିଭ୍‌ ଜୋନ୍‌ (ଜୈବ ସମ୍ବେଦନଶୀଳ ଅଞ୍ଚଳ) ଭିତରେ ଏକାଧିକ ବେଆଇନ ଇଟାଭାଟି ଚାଲିଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇଛି।
ସୂଚନାଯୋଗ୍ୟ, ୨୭୨.୭୫ ବର୍ଗ କି.ମି. ପରିବ୍ୟାପ୍ତ କୁଲଡ଼ିହା ଅଭୟାରଣ୍ୟ ଓ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ କେନ୍ଦ୍ର ପରିବେଶ ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ୨୦୧୭ ଅଗଷ୍ଟ ୯ରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏଥିରେ ମୋଟ ୨୧୯.୧୮ବର୍ଗ କି.ମି. ଅଞ୍ଚଳକୁ କୁଲଡ଼ିହା ଇକୋ ସେନସିଟିଭ୍‌ ଜୋନ୍‌ରେ ଅନ୍ତର୍ଭୁକ୍ତ କରାଯାଇଥିଲା। ପରେ ଏହି ସେନ୍‌ସିଟିଭ ଜୋନ ଓ ଅଭୟାରଣ୍ୟ ସୀମାନ୍ତରେ ୧୪ଟି ଚିମିନି ଭାଟି ଥିବା ବନବିଭାଗ ଜାଣିବାକୁ ପାଇଥିଲା। ବେଆଇନ ଇଟାଭାଟି ଯୋଗୁ ଅଭୟାରଣ୍ୟ ଓ ଏହା ମଧ୍ୟରେ ଥିବା ବନ୍ୟପ୍ରାଣୀଙ୍କ ପ୍ରତି ଘୋର ବିପଦ ସୃଷ୍ଟି ହୋଇଛି। ଅଭୟାରଣ୍ୟ ବାହାରେ ମଧ୍ୟ କିଛି ଇଟାଭାଟି ଚାଲିଥିବା ବେଳେ ସ୍ଥାନୀୟ ପ୍ରଶାସନ ପଦକ୍ଷେପ ଗ୍ରହଣ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରୁଥିଲା। ଏନେଇ ନାଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ ବିଧାନସଭାରେ ପ୍ରଶ୍ନ ଉଠାଇବା ପରେ ପ୍ରଶାସନ ଇଟାଭାଟି ଭାଙ୍ଗିବାକୁ ତତ୍ପର ହୋଇଉଠିଥିଲା। ବର୍ଷକ ତଳେ ତକତ୍ାଳୀନ ଜିଲାପାଳ ଓ ଡିଏଫ୍‌ଓ ବେଆଇନ ଚିମିନି ଇଟାଭାଟି ଭାଙ୍ଗିଦେବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ପ୍ରଶାସନ ଇଟାଭାଟିଗୁଡ଼ିକୁ ଭାଙ୍ଗିବାକୁ ନେଇ ଦୁଇଥର ଚେଷ୍ଟା କରି ବିଫଳ ହୋଇଥିଲା। ଚିମିନି ଭାଟିରୁ ବାହାରୁଥିବା କୋଇଲା ଧୂଅଁାରେ ପ୍ରଦୂଷଣ ବଢ଼ି ଚାଲିଥିବା ବେଳେ ଏଥିପ୍ରତି ପ୍ରଶାସନ ଅଙ୍କୁଶ ଲଗାଇ ପାରିନାହିଁ।
ଏ ସମ୍ପର୍କରେ ନୀଳଗିରି ଉପଜିଲାପାଳ ମନ୍ଦରଧର ମହାଳିକଙ୍କୁ ପଚରାଯିବାରୁ ସେ କହିଛନ୍ତି ଯେ, ଏ ବିଷୟରେ ତହସିଲଦାରଙ୍କ ସହିତ ଆଲୋଚନା କରି ପଦକ୍ଷେପ ନେବେ। ସେହିପରି ବାଲେଶ୍ୱର ଡିଏଫ୍‌ଓ ସୁମିତ କୁମାର କର ୭ ଦିନ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri