ବେଆଇନ ଗୋରୁ ଚାଲାଣ: ପିକଅପ୍‌ ଜବତ, ୭ ଚମ୍ପଟ

ମୋରଡା,୫।୮(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ଗୋଚାଲାଣ ବୃଦ୍ଧି ପାଉଥିବାର ପରିଲକ୍ଷିତ ହୋଇଛି l ସୂଚନା ମୁତାବକ, ଆଜି ଭୋରରୁ ୧୦ ରୁ ୧୨ଟି ପିକଅପରେ ବେଆଇନ ଭାବେ ଗୋଚାଲାଣ ହେଉଥିବା ସମୟରେ ଉକ୍ତ ଥାନା ଅଧୀନ ନୂହାଝାଳିଆ ପଞ୍ଚାୟତର ବ୍ରାହ୍ମଣମରା ଗ୍ରାମ ନିକଟରେ ବନବିଭାଗ ଗାଡିକୁ ଦେଖି ପିକଅପଗୁଡିକ ୟୁଟର୍ନ ମାରିଥିଲେ l ତେବେ ୭ଟି ପିକଅପ ଘଟଣାସ୍ଥଳରୁ ଚମ୍ପଟ ମାରିଥିବାବେଳେ ଗୋଟିଏ ପିକଅପ ଉକ୍ତ ଗ୍ରାମର ଅଜୟ ଦତ୍ତଙ୍କ ଘର ପାଖରେ ଭାରସ୍ୟାମ ହରାଇ ଗୋଟିଏ ପଟକୁ ଢଳି ପଡିଥିଲା l ଗ୍ରାମବାସୀ ଉକ୍ତ ପିକଅପକୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ l ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପିକଅପକୁ ଜବତ କରିଥିବାର ଜଣାପଡିଛି l
ସୂଚନାଯୋଗ୍ୟ ଯେ, ମୋରଡା ପଶ୍ଚିମବଙ୍ଗ ସୀମାନ୍ତ ହୋଇଥିବାରୁ ଉକ୍ତ ଗୋରୁ ବୋଝେଇ ପିକଅପ ଗୁଡିକ ପଶ୍ଚିମବଙ୍ଗକୁ ଚାଲାଣ ହେଉଛି ଏବଂ ସପ୍ତାହରେ ଦୁଇରୁ ତିନି ଥର ଚାଲାଣ ହୁଏ ବୋଲି କହିଛନ୍ତି ସ୍ଥାନୀୟ ବାସିନ୍ଦାl


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri