ବେଆଇନ ଚେମିନି ଇଟାଭାଟିକୁ ଲଗାମ ନାହିଁ

କୋରେଇ,୧୫। ୧୧(ଚନ୍ଦ୍ରକାନ୍ତ ପତି): ବ୍ୟାସନଗର ତହସିଲ ଅଧୀନ କୋରେଇ ଅଞ୍ଚଳରେ ଅନେକ ବେଆଇନ ଚେମିନି ଇଟାଭାଟି ଗଢ଼ି ଉଠିଛି। ହେଲେ ଏଗୁଡ଼ିକ ଉପରେ ଯାଜପୁର ଜିଲା ପ୍ରଶାସନର କାର୍ଯ୍ୟାନୁଷ୍ଠାନ ନୈରାଶ୍ୟଜନକ ରହିଛି। ଖବର ଅନୁଯାୟୀ, ବ୍ଲକର ମୂଳାପାଳ, ପଥରପଦା, ବନ୍ଦାଳ, ରଣପୁର ଓ ମକୁନ୍ଦୁପୁର ଆଦି ପଞ୍ଚାୟତରେ ଚେମିନି ଇଟାଭାଟି ରହିଛି। ସେହିପରି ଅନେକ ଗ୍ରାମ ଓ ରାସ୍ତା କଡ଼ରେ ଫ୍ଲାଏ ଆସ ଇଟା ଭାଟି ଚାଲିଛି। ଫଳରେ ପରିବେଶ ପ୍ରଦୂଷିତ ହେଉଛି। ଏଥିରୁ ନିର୍ଗତ ଧୂଆଁ ଓ ଧୂଳି ଦ୍ୱାରା ସାଧାରଣ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପଡୁଛି। ଅଧିକାଂଶ ଇଟାଭାଟି ସରକାରୀ, ଅନାବାଦୀ, ଗୋଚର ଓ ସର୍ବସାଧାରଣ ଜମିରେ ହୋଇଥିବା ଅଭିଯୋଗ ହେଉଛି। ହେଲେ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ଇଟା ଭାଟି ମାଲିକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଇଟା ନିର୍ମାଣ ପାଇଁ କଞ୍ଚା ମାଲ ସ୍ବରୂପ ମାଟି ଓ ବାଲି ବୈତରଣୀ ନଦୀ ପଠାରୁ ସଂଗ୍ରହ କରାଯାଉଥିବା ସୂଚନା ମିଳିଛି। ନଦୀ ପଠାରେ ଥିବା ମାଟି ଓ ବାଲି ଉଠାଇ ଅଣାଯାଉଥିବାରୁ ସେଠାରେ ବଡ଼ବଡ଼ ଗର୍ତ୍ତ ସୃଷ୍ଟି ହେଉଛି। ନଦୀଶଯ୍ୟା ମଧ୍ୟ ବଢ଼ି ଚାଲିଛି। ଫଳରେ ନଦୀ କୂଳରେ ଅବସ୍ଥିତ ଗ୍ରାମଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୋଇଛି। ଏହି ଚେମିନି ଇଟାଗୁଡ଼ିକୁ ନିଆଁରେ ପୋଡ଼ିବାକୁ କାଠର ଆବଶ୍ୟକତା ହେତୁ ଜଙ୍ଗଲ କ୍ଷୟ ହେଉଛି। ସ୍ଥାନୀୟ ଅଞ୍ଚଳରେ ଉତ୍ତପ୍ତ ବଳୟ ମଧ୍ୟ ସୃଷ୍ଟି ହେଉଛି।
ମୃତ୍ତିକା କ୍ଷୟ ଓ ପ୍ରଦୂଷଣ ରୋକିବା ପାଇଁ ରାଜ୍ୟ ସରକାର ମାଟି ତିଆରି ଇଟା ନିର୍ମାଣରେ ରୋକ ଲଗାଇଛନ୍ତି। ହେଲେ ଏଠାରେ ଆଇନ ଉଲ୍ଲଂଘନ କରାଯାଇ ଜାତୀୟ ରାଜପଥ ୧୬ ନମ୍ବରର ମୂଳପାଳ ପଞ୍ଚାୟତଠାରୁ ରଣପୁର ପଞ୍ଚାୟତ ପର୍ଯ୍ୟନ୍ତ ବୈତରଣୀ ନଦୀ ପାର୍ଶ୍ୱରେ ଯାଇଥିବା ୨୦ କିମିରୁ ଊଦ୍ଧର୍‌ବ ନଦୀବନ୍ଧ ରାସ୍ତାର ଉଭୟ ପାର୍ଶ୍ୱରେ ଅନେକଗୁଡ଼ିଏ ବେଆଇନ ଇଟାଭାଟି ଗଢ଼ି ଉଠିଛି। ଇଟାଭାଟି ମାଲିକମାନେ ନିଜ ଇଚ୍ଛା ମୁତାବକ ଇଟା ତିଆରି କରୁଛନ୍ତି। ବିଶେଷ କରି ନଦୀପଠା ଓ ପୋଖରୀ ନିକଟବର୍ତ୍ତୀ ଇଟାଭାଟି ମାଲିକଙ୍କ ପାଇଁ ସୁରକ୍ଷିତ ହୋଇଛି। ରାଜ୍ୟକୁ ପ୍ରଦୂଷଣ ମୁକ୍ତ କରିବାକୁ ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ କାମ କରୁଛି। ହେଲେ ଏହି ଇଟାଭାଟି ମାଲିକଙ୍କ ପାଇଁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଆଖି ବୁଜିଦେଇଛି।
ବ୍ୟାସନଗର ତହସିଲ ଓ କଳିଙ୍ଗନଗର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର କେତେଜଣ ତଳିଆ କର୍ମଚାରୀଙ୍କୁ ମାସିକ ହାତଗୁଞ୍ଜା ଦେଇ ବ୍ୟବସାୟୀ ନିଜର କାୟା ବିସ୍ତାର କରୁଥିବା ଅଭିଯୋଗ ହେଉଛି। ହେଲେ ପ୍ରଶାସନ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ଅବାଧରେ ଏହି ଇଟାଭାଟି ଚାଲୁଥିବା ସ୍ପଷ୍ଟ ଜଣାପଡୁଛି। ଅଭିଯୋଗ ହେଲେ କାଁଭାଁ ଚଢ଼ାଉ କରି କିଛି ଜରିମାନା ଆଦାୟ କରି ଛାଡ଼ି ଦିଆଯାଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ବ୍ୟାସନଗର ତହସିଲଦାର ଦେବାଶିଷ ରାଉତଙ୍କୁ ଫୋନ୍‌ କରାଯାଇଥିଲେ ମଧ୍ୟ ସେ ଫୋନ୍‌ କଲ ଗ୍ରହଣ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri