ଖେଣ୍ତରାରେ ଚାଲୁଛି ବେଆଇନ କୁକୁଡ଼ା ଲଢ଼େଇ

କେନ୍ଦୁଝର,୨୫ା୧୧(ସ୍ବ.ପ୍ର): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ଖେଣ୍ତରା ଗ୍ରାମର ଶାଳ ଜଙ୍ଗଲରେ ଦୀର୍ଘ ଦିନ ହେବ ବେଆଇନ କୁକୁଡ଼ା ଲଢ଼େଇ ହେଉଛି। ଫଳରେ ଅଞ୍ଚଳରେ ବିଭିନ୍ନ ଅସାମାଜିକ କାର୍ଯ୍ୟ ବୃଦ୍ଧି ପାଉଛି। ଏହାକୁ ପୋଲିସ ପ୍ରଶାସନ ରୋକିବାରେ ବିଫଳ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି।
ନିଛାଟିଆ ଖେଣ୍ତରା ଶାଳଜଙ୍ଗଲେ ବହୁମାତ୍ରାରେ କୁ-କାର୍ଯ୍ୟକଳାପ ବଡ଼ିଚାଲିଛି। ବେଆଇନ ଭାବେ କୁକୁଡ଼ା ଲଢ଼େଇ ଚାଲିବା ଫଳରେ ଲୋକମାନେ ଜୁଆଖେଳରେ ମାତି ରହୁଛନ୍ତି। ଘରର ସାମଗ୍ରୀ ସହ ଗହଣା ବିକି କୁକୁଡ଼ା ଲଢ଼େଇରେ ଲଗାଉଛନ୍ତି। ଫଳରେ ଅଞ୍ଚଳର ଘରେ ଘରେ କଳହ ଲାଗି ରହୁଛି। ସେହିପରି ହାଣ୍ତିଆ ମହୁଲି ମଦ କୁକୁଡ଼ା ଲଢ଼େଇ ସ୍ଥାନରେ ବସୁଥିବା କାରଣରୁ ଲୋକେ ମଦ ପିଇ ନିଶାରେ ମାନସିକ ସନ୍ତୁଳନ ହରାଇ ବସୁଛନ୍ତି। ପୋଲିସ ପ୍ରଶାସନ ଏଥିପ୍ରତି ଅବଗତ ଥିବା ସୁଦ୍ଧା କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ। ଅସାଧୁ ବ୍ୟକ୍ତିମାନେ ଖୁଲମଖୁଲା କୁକୁଡ଼ା ଲଢ଼େଇ ଜାରି ରଖିଛନ୍ତି। ଭୟରେ କେହି ପାଟି ଫିଟାଉ ନ ଥିଲେ ମଧ୍ୟ ତୁରନ୍ତ ପୋଲିସ ପ୍ରଶାସନ କୁକୁଡ଼ା ଲଢ଼େଇ ରୋକିବା ସହ ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଏ ନେଇ ଝୁମ୍ପୁରା ଥାନା ଅଧିକାର ମରେନ୍ଦ୍ର ସିଆଲ ପଚାରିବାରୁ ଆଦିବାସୀମାନେ ପରମ୍ପରା ନାମରେ ଜୁଆ ଖେଳ ଚଳାଇଛନ୍ତି। ଶୀଘ୍ର ଧରପଗଡ଼ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri