ବିନା ଲାଇସେନ୍ସରେ ବେଆଇନ ମହୁଲ ଫୁଲ ସଂଗ୍ରହ: ପିକ୍‌ଅପ୍‌ ଜବତ, ଜଣେ ଗିରଫ

ଦେବଗଡ଼,୧୨ା୪(ଶଶାଙ୍କ ଶେଖର ଝାଙ୍କର): ବିନା ଲାଇସେନ୍ସରେ ବେଆଇନ ମହୁଲ ସଂଗ୍ରହ ବେଳେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୪ କ୍ୱିଣ୍ଟାଲ ମହୁଲ ଜବତ କରାଯିବା ସହ ଏଥିରେ ବ୍ୟବହୃତ ଏକ ପିକ୍‌ଅପ୍‌ ଭ୍ୟାନକୁ ଜବତ କରାଯାଇଛି। ସେହିପରି ଜବତ ପିକ୍‌ଅପ୍‌ ଚାଳକଙ୍କୁ ଗିରଫ କରିଥିବା ଜଣାପଡ଼ିଛି।

ଅବକାରୀ ବିଭାଗ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ ଦେବଗଡ଼ ଥାନା ଅନ୍ତର୍ଗତ ଧୋବଲିପଥର ଗ୍ରାମରେ ବେଆଇନ ଭାବେ ମହୁଲ ସଂଗ୍ରହ କରାଯାଉଥିବା କୌଣସି ସୂତ୍ରରୁ ସୂଚନା ପାଇ ଦେବଗଡ଼ ମୋବାଇଲ ଅବକାରୀ ଇନ୍ସପେକ୍ଟର ଟେଲେସ୍ଫୋର ଲାକରା ଓ ସବ ଇନ୍ସପେକ୍ଟର ଶଶିକାନ୍ତ ରାଉତ ସେଠାରେ ସଦଳବଳ ଚଢ଼ାଉ କରିବା ସହ ମହୁଲ ସଂଗ୍ରହ କରୁଥିବା ପିକ୍‌ଅପ୍‌ ଭ୍ୟାନ୍‌ (ନଂ-ଓଡି-୧୫-ଆର୍‌-୮୭୪୯)ର ଚାଳକକୁ ପଚରାଉଚରା କରିଥିଲେ। ତେବେ ଚାଳକ ଜଣକ କୌଣସି ସନ୍ତୋଷଜନକ ଉତ୍ତର କିମ୍ବା ମହୁଲ ସଂଗ୍ରହ ସମ୍ପର୍କିତ ବୈଧ କାଗଜପତ୍ର ମଧ୍ୟ ଦେଖାଇ ପାରି ନ ଥିଲା। ଫଳରେ ଅବକାରୀ ବିଭାଗ ଉକ୍ତ ମହୁଲ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ଟିକୁ ଜବତ କରିବା ସହ ଚାଳକଙ୍କୁ ଗିରଫ କରି ଅବକାରୀ କାର୍ଯ୍ୟାଳୟକୁ ଆଣିଥିଲା। ଗିରଫ ଚାଳକ ଜଣକ ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମର ଲିପୁନ ସାହୁ ବୋଲି ଜଣାପଡ଼ିଛି। ସେହିପରି ଜବତ ମହୁଲର ଓଜନ ୧୦ କ୍ୱିଣ୍ଟାଲ ବୋଲି ଜଣାପଡ଼ିଛି। ଗିରଫ ଚାଳକଙ୍କୁ ଶନିବାର କୋର୍ଟ ଚାଲାଣ କରାଯିବ ବୋଲି ଅବକାରୀ ବିଭାଗ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri