ସିଂହଦ୍ୱାର ନିକଟରେ ଚାଲିଛି ବେଆଇନ ନିର୍ମାଣ

ପୁରୀ ଅଫିସ, ୨୦ା୧୨:ଶ୍ରୀମନ୍ଦିର ସିଂହଦ୍ୱାର ନିକଟ ମଙ୍ଗୁମଠ ପାର୍ଶ୍ୱରେ ବେଆଇନ ଭାବେ ନିର୍ମାଣ କାର୍ଯ୍ୟ ଚାଲିଥିବା ଅଭିଯୋଗ ଆଣି ପୁରୀ ଜିଲା କମାକନ୍ତିଆ ଗ୍ରାମର ମାନବାଧିକାର କର୍ମୀ ଦିଲୀପ କୁମାର ବରାଳ ସୋମବାର ମୁଖ୍ୟମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ବରାଳ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ସମ୍ପ୍ରତି ଶ୍ରୀମନ୍ଦିର ସିଂହଦ୍ୱାର ନିକଟ ମଙ୍ଗୁ ମଠ ପାର୍ଶ୍ୱରେ ନିର୍ମାଣ କାର୍ଯ୍ୟ ଚାଲିଛି। ଏହି ନିର୍ମାଣ କାର୍ଯ୍ୟ ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ଏଏସ୍‌ଆଇ) କିମ୍ବା ଜାତୀୟ ଐତିହ୍ୟ ପ୍ରାଧିକରଣ (ଏନ୍‌ଏମ୍‌ଏ) ପକ୍ଷରୁ ଅନୁମତି କିମ୍ବା ଏନ୍‌ଓସି ନିଆଯାଇ ନାହିଁ। ବେଆଇନ ଭାବେ ଓଡ଼ିଶା ବ୍ରିଜ୍‌ ଆଣ୍ଡ୍‌ କନଷ୍ଟ୍ରକ୍‌ଶନ କର୍ପୋରେଶନ ଲିମିଟେଡ୍‌ (ଓବିସିସି) ପକ୍ଷରୁ ଉକ୍ତ ସ୍ଥାନରେ ନିର୍ମାଣ କାର୍ଯ୍ୟ କରାଯାଉଛି। ଏହି ବେଆଇନ କାର୍ଯ୍ୟକୁ ଜିଲା ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନର କେତେଜଣ ଅଧିକାରୀ ସମର୍ଥନ କରୁଛନ୍ତି ବୋଲି ବରାଳ ଅଭିଯୋଗ କରିଛନ୍ତି। ଶ୍ରୀମନ୍ଦିର ମେଘନାଦ ପାଚେରିଠାରୁ ୧୦୦ ମିଟର ମଧ୍ୟରେ କାୈଣସି ନିର୍ମାଣ କାର୍ଯ୍ୟ କରିବାକୁ ହେଲେ ଏଏସ୍‌ଆଇ ଏବଂ ଏନ୍‌ଏମ୍‌ଏର ଅନୁମତି କିମ୍ବା ଏନ୍‌ଓସିର ଆବଶ୍ୟକତା ରହିଛି। ମାତ୍ର ଏଠାରେ ତାହାକୁ ଅଣଦେଖା କରାଯାଇ ବିନା ଅନୁମତିରେ କାର୍ଯ୍ୟ କରାଯାଉଛି। ଏହି ବେଆଇନ କାର୍ଯ୍ୟକୁ ବନ୍ଦ କରିବା ପାଇଁ ଏଏସ୍‌ଆଇ ଚିଠି କରିଥିଲେ ମଧ୍ୟ ସେଥିପ୍ରତି ଦୃଷ୍ଟି ଦିଆଯାଉ ନାହିଁ, ଯାହା ଦୁର୍ଭାଗ୍ୟର ବିଷୟ। ତୁରନ୍ତ ବେଆଇନ ନିର୍ମାଣ କାର୍ଯ୍ୟକୁ ବନ୍ଦ କରିବା ସହ ସମ୍ପୃକ୍ତ ଅଧିକାରୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ବରାଳ ଦାବି କରିଛନ୍ତି। ଅନ୍ୟପକ୍ଷରେ ଏଭଳି ଅଭିଯୋଗ ନେଇ ଶ୍ରୀମନ୍ଦିର ପ୍ରଶାସନ କିମ୍ବା ଓବିସିସି ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri