ଜଙ୍ଗଲରେ ବେଆଇନ ରାସ୍ତା ନିର୍ମାଣ

କାମାକ୍ଷାନଗର, ୧୬ା୫(ଡି.ଏନ୍‌.ଏ.): ଜଙ୍ଗଲ ଜମିରେ ବେଆଇନ ଭାବେ ନିର୍ମାଣ ଚାଲିଛି ରାସ୍ତା। ବ୍ୟକ୍ତିଗତ ସ୍ବାର୍ଥ ପାଇଁ ଜଳସେଚନ ଲାଗି ଉଦ୍ଦିଷ୍ଟ କାଡା କେନାଲକୁ ଜେସିବି ସହାୟତାରେ ଭାଙ୍ଗି ଦିଆଯାଇଛି। ଫଳରେ ୨ ପଞ୍ଚାୟତର ଚାଷୀ ଜଳସେଚନରୁ ବଞ୍ଚତ୍ତ ହୋଇଛନ୍ତି। ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ହଳଦୀକୁଣ୍ଡି ଗ୍ରାମ୍ୟ ଜଙ୍ଗଲରେ ଚାଲିଥିବା ଏଭଳି ଅବୈଧ ନିର୍ମାଣ ବିରୋଧରେ ଗ୍ରାମବାସୀ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।
ଅଭିଯୋଗ ଅନୁଯାୟୀ, କଙ୍କଡ଼ାହାଡ଼ ବ୍ଲକ ବାଟଗଁା ଛକଠାରୁ ୨ କି.ମି. ଦୂର ପୂର୍ତ୍ତ ବିଭାଗ ରାସ୍ତାରୁ ହଳଦୀକୁଣ୍ଡି ଗ୍ରାମ୍ୟ ଜଙ୍ଗଲ ଦେଇ ଏହି ରାସ୍ତା ନିର୍ମାଣ କରାଯାଉଛି। ଏଥିଲାଗି ରାଜସ୍ବ ବିଭାଗ ବିନା ଅନୁମତିରେ ଗୋଚର ଜମିରୁ ଜେସିବି ମେଶିନ ସହାୟତାରେ ମୋରମ ଖନନ କରାଯାଇ ରାସ୍ତା ନିର୍ମାଣରେ ବ୍ୟବହାର କରାଯାଉଛି। ଜଣେ ପ୍ରଭାବଶାଳୀ ବ୍ୟକ୍ତି ଫାର୍ମହାଉସ୍‌କୁ ଯାତାୟାତ ପାଇଁ ବେଆଇନ ଭାବେ ଏହି ରାସ୍ତା ନିର୍ମାଣ କରୁଥିବା ନେଇ ଗତ ମେ’ ୧ରେ ଅନୁଷ୍ଠିତ ଜନଶୁଣାଣି ଶିବିରରେ ହଳଦୀକୁଣ୍ଡି ଗ୍ରାମବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। କେବଳ ଏତିକି ନୁହେଁ, ଉକ୍ତ ରାସ୍ତା ପାଇଁ କାଡା କେନାଲକୁ ଭାଙ୍ଗି ଦିଆଯାଇଛି। ଫଳରେ ଏହା ଉପରେ ନିର୍ଭରଶୀଳ ବାଟଗଁା ଏବଂ ମକୁଆକାଟେଣୀ ପଞ୍ଚାୟତର ଶତାଧିକ ଚାଷୀଙ୍କ ଜମିକୁ ଜଳସେଚନ ଠପ୍‌ ହୋଇଯାଇଛି। ଏତେ ସବୁ ସତ୍ତ୍ୱେ ରାଜସ୍ବ ବିଭାଗ ପକ୍ଷରୁ ଏ ଦିଗରେ କୌଣସି ପଦକ୍ଷେପ ନିଆ ନ ଯିବା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ନେଇ ସହକାରୀ ନିର୍ବାହୀ ଯନ୍ତ୍ରୀ ହେମନ୍ତ କୁମାର ନାୟକଙ୍କୁ ପଚାରିବାରେ ରାସ୍ତା ନିର୍ମାଣ ପାଇଁ ବ୍ଲକରୁ ଅର୍ଥ ମଞ୍ଜୁର ହୋଇଛି ବୋଲି ପ୍ରଥମେ କହିଥିଲେ। ତେବେ ପରବର୍ତ୍ତୀ ସମୟରେ ମତ ବଦଳାଇ ବ୍ଲକ ପ୍ରଶାସନ ପକ୍ଷରୁ ରାସ୍ତା ପାଇଁ କୌଣସି ଅର୍ଥ ମଞ୍ଜୁର ହୋଇ ନ ଥିବା କହିଥିଲେ। ତେଣୁ କିଏ ଏବଂ କେଉଁ ସ୍ବାର୍ଥରେ ଜନବସତି ବିହୀନ ଜଙ୍ଗଲ ଜମିରେ ଏଭଳି ରାସ୍ତା ନିର୍ମାଣ କରୁଛି, ତାହାର ବିଧିବଦ୍ଧ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri