ଜଙ୍ଗଲରେ ବେଆଇନ ରାସ୍ତା ନିର୍ମାଣ

କାମାକ୍ଷାନଗର, ୧୬ା୫(ଡି.ଏନ୍‌.ଏ.): ଜଙ୍ଗଲ ଜମିରେ ବେଆଇନ ଭାବେ ନିର୍ମାଣ ଚାଲିଛି ରାସ୍ତା। ବ୍ୟକ୍ତିଗତ ସ୍ବାର୍ଥ ପାଇଁ ଜଳସେଚନ ଲାଗି ଉଦ୍ଦିଷ୍ଟ କାଡା କେନାଲକୁ ଜେସିବି ସହାୟତାରେ ଭାଙ୍ଗି ଦିଆଯାଇଛି। ଫଳରେ ୨ ପଞ୍ଚାୟତର ଚାଷୀ ଜଳସେଚନରୁ ବଞ୍ଚତ୍ତ ହୋଇଛନ୍ତି। ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ହଳଦୀକୁଣ୍ଡି ଗ୍ରାମ୍ୟ ଜଙ୍ଗଲରେ ଚାଲିଥିବା ଏଭଳି ଅବୈଧ ନିର୍ମାଣ ବିରୋଧରେ ଗ୍ରାମବାସୀ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।
ଅଭିଯୋଗ ଅନୁଯାୟୀ, କଙ୍କଡ଼ାହାଡ଼ ବ୍ଲକ ବାଟଗଁା ଛକଠାରୁ ୨ କି.ମି. ଦୂର ପୂର୍ତ୍ତ ବିଭାଗ ରାସ୍ତାରୁ ହଳଦୀକୁଣ୍ଡି ଗ୍ରାମ୍ୟ ଜଙ୍ଗଲ ଦେଇ ଏହି ରାସ୍ତା ନିର୍ମାଣ କରାଯାଉଛି। ଏଥିଲାଗି ରାଜସ୍ବ ବିଭାଗ ବିନା ଅନୁମତିରେ ଗୋଚର ଜମିରୁ ଜେସିବି ମେଶିନ ସହାୟତାରେ ମୋରମ ଖନନ କରାଯାଇ ରାସ୍ତା ନିର୍ମାଣରେ ବ୍ୟବହାର କରାଯାଉଛି। ଜଣେ ପ୍ରଭାବଶାଳୀ ବ୍ୟକ୍ତି ଫାର୍ମହାଉସ୍‌କୁ ଯାତାୟାତ ପାଇଁ ବେଆଇନ ଭାବେ ଏହି ରାସ୍ତା ନିର୍ମାଣ କରୁଥିବା ନେଇ ଗତ ମେ’ ୧ରେ ଅନୁଷ୍ଠିତ ଜନଶୁଣାଣି ଶିବିରରେ ହଳଦୀକୁଣ୍ଡି ଗ୍ରାମବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। କେବଳ ଏତିକି ନୁହେଁ, ଉକ୍ତ ରାସ୍ତା ପାଇଁ କାଡା କେନାଲକୁ ଭାଙ୍ଗି ଦିଆଯାଇଛି। ଫଳରେ ଏହା ଉପରେ ନିର୍ଭରଶୀଳ ବାଟଗଁା ଏବଂ ମକୁଆକାଟେଣୀ ପଞ୍ଚାୟତର ଶତାଧିକ ଚାଷୀଙ୍କ ଜମିକୁ ଜଳସେଚନ ଠପ୍‌ ହୋଇଯାଇଛି। ଏତେ ସବୁ ସତ୍ତ୍ୱେ ରାଜସ୍ବ ବିଭାଗ ପକ୍ଷରୁ ଏ ଦିଗରେ କୌଣସି ପଦକ୍ଷେପ ନିଆ ନ ଯିବା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ନେଇ ସହକାରୀ ନିର୍ବାହୀ ଯନ୍ତ୍ରୀ ହେମନ୍ତ କୁମାର ନାୟକଙ୍କୁ ପଚାରିବାରେ ରାସ୍ତା ନିର୍ମାଣ ପାଇଁ ବ୍ଲକରୁ ଅର୍ଥ ମଞ୍ଜୁର ହୋଇଛି ବୋଲି ପ୍ରଥମେ କହିଥିଲେ। ତେବେ ପରବର୍ତ୍ତୀ ସମୟରେ ମତ ବଦଳାଇ ବ୍ଲକ ପ୍ରଶାସନ ପକ୍ଷରୁ ରାସ୍ତା ପାଇଁ କୌଣସି ଅର୍ଥ ମଞ୍ଜୁର ହୋଇ ନ ଥିବା କହିଥିଲେ। ତେଣୁ କିଏ ଏବଂ କେଉଁ ସ୍ବାର୍ଥରେ ଜନବସତି ବିହୀନ ଜଙ୍ଗଲ ଜମିରେ ଏଭଳି ରାସ୍ତା ନିର୍ମାଣ କରୁଛି, ତାହାର ବିଧିବଦ୍ଧ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri