ବେଆଇନ କୋଠା ନିର୍ମାଣ ଯାଞ୍ଚ ହେବ

ପୁରୀ ଅଫିସ ୧୨ା୧୨: ପୁରୀ ବଡ଼ଦାଣ୍ଡରୁ ଆରମ୍ଭକରି ବେଳାଭୂମି ପର୍ଯ୍ୟନ୍ତ ଅନେକ ବେଆଇନ କୋଠା ନିର୍ମାଣ ହୋଇଛି। କେଉଁଠି ପିକେଡିଏ ନିୟମ ତ ଆଉ କେଉଁଠାରେ ସିଆର୍‌ଜେଡ୍‌ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରାଯାଇ ବେଆଇନ କୋଠା ନିର୍ମାଣ ଚାଲିଛି। ଏହା ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି। ତେଣୁ ବେଆଇନ ନିର୍ମାଣ ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପ୍ରଶାସନ ଅଣ୍ଟା ଭିଡ଼ିଛି। ଜିଲାପାଳଙ୍କ ନେତୃତ୍ୱରେ ପିକେଡିଏ, ପୁରୀ ପୌରସଂସ୍ଥା, ପୋଲିସ ଏବଂ ରାଜସ୍ବ ବିଭାଗକୁ ନେଇ ଏକ ଟିମ୍‌ ଗଠିତ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ସହରରେ ଥିବା ହୋଟେଲ ଓ ଲଜ୍‌ଗୁଡ଼ିକରେ ଏହି କମିଟି ପକ୍ଷରୁ ଯାଞ୍ଚ ପକ୍ରିୟା ଆରମ୍ଭ ହେବ ବୋଲି ଜଣାପଡ଼ିଛି। ତେବେ ବେଳାଭୂମି ନିକଟରେ ଅନେକ ହୋଟେଲ ସିଆର୍‌ଜେଡ୍‌ ନିୟମ ଉଲ୍ଲଂଘନ କରିଥିଲେ ସୁଦ୍ଧା ପିକେଡିଏ ଅଧିକାରୀଙ୍କ ମଧୁଚନ୍ଦ୍ରିକା ଯୋଗୁ ବେଆଇନ ନିର୍ମାଣ ସଂଖ୍ୟା ବଢିବାରେ ଲାଗିଛି ବୋଲି ଅଭିଯୋଗ ହେଉଛି। ବିଳମ୍ବରେ ହେଲେ ମଧ୍ୟ ପ୍ରଶାସନ ଏହା ବିରୋଧରେ ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଥିବାରୁ ଏହାକୁ ସାଧାରଣରେ ସ୍ବାଗତ କରାଯାଇଛି। ବିଶେଷକରି ପୁରୀ ବେଳାଭୂମିରେ ସିଆର୍‌ଜେଡ୍‌ ନିୟମ ଅନୁସାରେ କୂଳରୁ ୫୦୦ ମିଟର ଦୂରରେ ନିର୍ମାଣ ହେବା କଥା। ତେବେ ଏହା ଉଲ୍ଲଂଘନ କରାଯାଇ ୩୦୦ ମିଟର ଭିତରେ ଅନେକ ହୋଟେଲ ଓ ଲଜିଂ ନିର୍ମାଣ କରାଯାଇଥିବା ଜଣାପଡ଼ିଛି। ତେଣୁ ବଡ଼ଦାଣ୍ଡରୁ ଆରମ୍ଭ କରି ବେଳାଭୂମିରେ ହୋଟେଲ ଓ ଲଜ ଉପରେ ଚଢ଼ାଉ କରାଯିବ। ବେଳାଭୂମିରେ ସିଆର୍‌ଜେଡ୍‌ ଏବଂ ପିକେଡିଏ ନିୟମ ଉଲ୍ଲଂଘନକାରୀଙ୍କ ହୋଟେଲ ଯାଞ୍ଚ କରିବା ପରେ ତାଙ୍କର ତଥ୍ୟ ରଖାଯିବ। କେଉଁ ସବୁ ହୋଟେଲ କି’ କି ନିୟମ ଉଲ୍ଲଂଘନ କରିଛନ୍ତି ତାହାର ତଥ୍ୟ କମିଟି ପ୍ରସ୍ତୁତ କରାଯିବ। ଏହାପରେ ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ। ସେହିପରି ବଡ଼ଦାଣ୍ଡରେ ମଧ୍ୟ ପିକେଡିଏ ନିୟମ ଉଲଙ୍ଘନ କରି ହୋଟେଲ, କୋଠା ଓ ଶପିଙ୍ଗ ମଲ ନିର୍ମାଣ ହୋଇଛି। ତେଣୁ ଏହି ଟିମ୍‌ ସମ୍ପୃକ୍ତ ବେଆଇନ ନିର୍ମାଣ ଉପରେ ଯାଞ୍ଚ କରିବ। ତଥ୍ୟ ଆସିବା ପରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଜିଲାପାଳ ସମର୍ଥ ବର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri