ବେଆଇନ କ୍ରସର, ବଢୁଛି ପ୍ରଦୂଷଣ

କେନ୍ଦୁଝର,୧୪ା୯(ସ୍ବ.ପ୍ର.): ଖଣି ଲିଜ୍‌ ସୀମା ଭିତରେ ବା ଏହାଠାରୁ ୫ କିଲୋମିଟର ଦୂରରେ କୌଣସି କ୍ରସର ପ୍ରତିଷ୍ଠା ହୋଇପାରିବ ନାହିଁ ବୋଲି ସିଆ ବା ଷ୍ଟେଟ ଏନ୍‌ଭାଇରନମେଣ୍ଟ ଇମ୍ପାକ୍ଟ ଆସେସମେଣ୍ଟ ଅଥରିଟିର କଡ଼ା ନିର୍ଦ୍ଦେଶ ରହିଛି। ମାତ୍ର ସିଆ ନିୟମ ଉଲ୍ଲଙ୍ଘନ କରି ଘଟଗାଁ ତହସିଲ ଢେଙ୍କିକୋଟ ରାଜସ୍ବ ସର୍କଲ ଅନ୍ତର୍ଗତ ଖଣ୍ଟଘରଠାରେ ଏକ ପଥର ଖଣି ଲିଜ୍‌ ନିକଟରେ ଆଦିବାସୀ ଜମିରେ ଏକ ସଂସ୍ଥା କ୍ରସର ଏବଂ ଦୁଇଟି ପିଚୁ ପ୍ଲାଣ୍ଟ ପ୍ରତିଷ୍ଠା କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ତେବେ ଏହାକୁ ନେଇ ରାଜସ୍ବ ବିଭାଗ ତଥା ପ୍ରଦୂଷଣ ନିୟନ୍ତ୍ରଣ ବିଭାଗ କିପରି ଜାଣି ପାରୁନାହାନ୍ତି କିମ୍ବା ଜାଣି ଚୁପ୍‌ ରହିଛନ୍ତି ତାହାର ତଦନ୍ତ କରିବାକୁ ସ୍ଥାନୀୟ ଲୋକ ସରକାରଙ୍କ ନିକଟରେ ଦାବି କରିଛନ୍ତି।

ପ୍ରକାଶ ଯେ, ଘଟଗାଁ ତହସିଲ ଢେଙ୍କିକୋଟ ରାଜସ୍ବ ସର୍କଲ ଅନ୍ତର୍ଗତ ଖଣ୍ଟଘର ନିକଟ ଖଜୁରୀଜୁଆଣୀ ଠାରେ ଏନ୍‌ଏଚ୍‌ ୨୦ର ବକେୟା କାମ ପାଇଁ ଏକ ପଥର ଖଣି ଲିଜ୍‌ ଦିଆଯାଇଛି। ତେବେ ଏହା ପରିସରରେ ବେଆଇନ ଭାବେ ଏକ କ୍ରସର ଦୀର୍ଘ ବର୍ଷ ଧରି ଚାଲିଆସୁଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଜିଲା ପ୍ରଶାସନ ଠାରୁ ସାଇଟିଂ କ୍ରାଇଟେରିଆ ସାର୍ଟିଫିକେଟ ମିଳି ନ ଥିବାବେଳେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ନିକଟରୁ ମଧ୍ୟ ସିଟିଓ ବା କନସେଣ୍ଟ- ଟୁ – ଅପରେଟ ନ ପାଇ ବେଆଇନ ଭାବେ ଚାଲିଥିବା ଅଭିଯୋଗ ହୋଇଛି। ଏଣୁ ଏହାର ତଦନ୍ତ ହେଲେ ସତ୍ୟାସତ୍ୟ ଜଣାପଡ଼ିବ ବୋଲି ମତପ୍ରକାଶ ପାଉଛି। ଏହି କ୍ରସରଟି ଖଣ୍ଟଘର ମୌଜାର ଖାତା ନଂ ୫୦, ପ୍ଲଟ ନଂ ୩୬୮ର ଏକ ଘରବାଡ଼ି କିସମରେ ୨ ଏକର ୯୦ ଡିସିମିଲ ଆଦିବାସୀ ଜମିରେ ପ୍ରତିଷ୍ଠା ହୋଇଥିବା ସ୍ଥାନୀୟ ଲୋକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri