ବେଆଇନ ଔଷଧ କାରବାର: ୪ ଗିରଫ

ଜୟପୁର,୧।୫(ନି.ପ୍ର.): ଜୟପୁର ସହରରେ ଚାଲିଥିବା ବେଆଇନ ପେନ୍‌କିଲର ଔଷଧ କାରବାରର ଖୁଲାସା କରିଛି ଜୟପୁର ପୋଲିସ। ଏହି ଘଟଣାରେ ଜଡ଼ିତ ଥିବା ୪ ଜଣଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଗଞ୍ଜାମର ସୁଶାନ୍ତ ମହାନ୍ତି, ଜୟପୁର ବାପୁଜୀ ନଗରର ନବୀନ ରାଉତ, ଦିଲୀପ ହାନ୍ତାଳ ଏବଂ ଡଙ୍ଗାଗୁଡାର ରାମ ହରିଜନ। ଶନିବାର ଜୟପୁର ଏସ୍‌ଡିପିଓ ଅରୂପ ଅଭିଷେକ ବେହେରା ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ସେମାନଙ୍କଠାରୁ ନଗଦ ୫୧ ହଜାର ଟଙ୍କା ଓ ଏକ କାର ଜବତ ହୋଇଥିବା ସେ କହିଛନ୍ତି।
ଶୁକ୍ରବାର ସନ୍ଧ୍ୟାରେ ଅଭିଯୁକ୍ତମାନେ ପେଣ୍ଟାଜୋସି ନାମକ ପେନ୍‌କିଲର ଔଷଧକୁ ବିକ୍ରି କରୁଥିଲେ। ଏହି ଔଷଧକୁ କୌଣସି ରୋଗୀଙ୍କ ଅସ୍ତ୍ରୋପ୍ରଚାର କରିବା ପୂର୍ବରୁ ଡାକ୍ତର ସେମାନଙ୍କୁ ଦେଇଥାନ୍ତି। ଡାକ୍ତରଙ୍କ ପ୍ରେସ୍‌କ୍ରିପଶନ ବିନା ଏହି ଔଷଧ ବିକ୍ରି କରିବା ମନା। ଅଭିଯୁକ୍ତଙ୍କ ନିକଟରୁ କୌଣସି ବିଲ୍‌ ନ ଥାଇ ୭୯୦ଟି ସାମ୍ପୁଲ ବାହାରିଥିଲା। ଏହି ଔଷଧକୁ ଜୟପୁର ସହରରେ ନିଶା ରୂପେ ବ୍ୟବହାର ନିମନ୍ତେ କାରବାର ହେଉଥିଲା। ବିଶେଷକରି ଏହାକୁ ଯୁବକମାନେ ବ୍ୟବହାର କରୁଥିବା ଜଣାପଡୁଛି। ଜବତ ଔଷଧର ସାମ୍ପୁଲ ଟେଷ୍ଟ ପାଇଁ ପଠାଯାଇଛି। ପୋଲିସ ଓ ଡ୍ରଗ୍ସ ଇନ୍ସପେକ୍ଟରଙ୍କ ମିଳିତ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri