ଚିଲିକାରୁ ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୧।୮(କୈଳାଶ ଚନ୍ଦ୍ର ପଟନାୟକ ): ପୁରୀ ଜିଲାପାଳଙ୍କ ନିର୍ଦ୍ଧେଶ କ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକାରୁ ଘେରି ଉଚ୍ଛେଦ ଆରମ୍ଭ ହୋଇଛି। ଜିଲା ପ୍ରଶାସନ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ମିଳିତ ସହଯୋଗରେ ବେଆଇନ ଘେରି ଉଚ୍ଛେଦ ଆରମ୍ଭ ହୋଇଛି । ପ୍ରଥମ ଦିବସରେ ବୁଦ୍ଧିବର ନାସି ଅଞ୍ଚଳରୁ ୯୨ ଏକର ଚିଲିକାରେ ହୋଇଥିବା ମାଟି ବନ୍ଧ ଓ ଜାଲ ଘେରିକୁ ପ୍ରଶାସନ ଉଚ୍ଛେଦ କରିଛି । ଏହି ଉଚ୍ଛେଦରେ କୃଷ୍ଣପ୍ରସାଦ ତହସିଲଦାର ବିକାଶ ସେଠୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ୪୦ ଜଣ ଶ୍ରମିକଙ୍କୁ ନେଇ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି । ଶାନ୍ତି ଶୃଙ୍ଖଳା ଲାଗି କୃଷ୍ଣପ୍ରସାଦ ପୋଲିସ ଉପଖଣ୍ଡ ଅଧିକାରୀ ଭାବଗ୍ରାହୀ ରାଉତଙ୍କ ନେତୃତ୍ୱରେ ୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଅନ୍ୟମାନଙ୍କ ମଧ୍ୟରେ ରାଜସ୍ବ ନିରୀକ୍ଷକ ଫତେପୁର ପ୍ରତୀକ ପଣ୍ଡା, ସୁପରଭାଇଜର ଲକ୍ଷ୍ମୀକାନ୍ତ ପାତ୍ର, ସହକାରୀ ରାଜସୱ ନିରୀକ୍ଷକ ଗୋକୁଳ ପ୍ରଧାନ, କୃଷ୍ଣପ୍ରସାଦ ଥାନା ସବଇନ୍ସପେକ୍ଟର ଚନ୍ଦ୍ରଶେଖର ନାୟକ, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ଜିପିଏସ ଅପରେଟର ରାକେଶ ରାଉତ ପ୍ରମୁଖ ସହଯୋଗ କରିଥିଲେ । ଚିଲିକାକୁ ସମ୍ପୂର୍ଣ୍ଣ ଘେରି ମୁକ୍ତ କରିବା ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଚାଲୁ ରହିବ ବୋଲି ତହସିଲଦାର ବିକାଶ ସେଠୀ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri