Posted inପୁରୀ

ଚିଲିକା ମଝିରୁ ବେଆଇନ ଫାର୍ମ ହାଉସ ଉଚ୍ଛେଦ: ୫ ବର୍ଷ ଧରି ୩୦ ଡିସିମିଲ ଜାଗା ଉପରେ ଠିଆ ହୋଇଥିଲା ୨ ମହଲା କୋଠା

କୃଷ୍ଣପ୍ରସାଦ୧୧।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଳକ ବିରିପଦର ମଜାର ଚିଲିକା ମଝିରେ ଥିବା ବେଆଇନ ଫାର୍ମ ହାଉସକୁ ଆଜି ଉଚ୍ଛେଦ କରାଯାଇଛି । ଏହି ଫାର୍ମ ହାଉସ ଦୀର୍ଘ ୫ ବର୍ଷ ଧରି ୩୦ ଡିସିମିଲ ଜାଗା ଉପରେ ଦୁଇ ମହଲାର ଅଟ୍ଟାଳିକା ଠିଆ ହୋଇଥିଲା । ଏହି ବେଆଇନ ଫାର୍ମ ହାଉସ କୃଷ୍ଣପ୍ରସାଦ ବ୍ଳକ ବଡଝାଡ଼ ଗ୍ରାମର ଅକ୍ଷୟ ତରେଇ ନିର୍ମାଣ କରିଥିବା ଜଣାପଡିଛି । ବେଆଇନ ଅଟ୍ଟାଳିକା ଉଚ୍ଛେଦ ନିମନ୍ତେ ଦୀର୍ଘ ଦିନ ଧରି ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ ବିଜେଡି ଛାମୁଆଙ୍କ ଛତ୍ର ଛାୟା ତଳେ ରହିଯାଉଥିଲା । ଲୋକଙ୍କ ମୁହଁରୁ ଶୁଣିବାକୁ ମିଳେ ଦଳୀୟ ସଭା ଏବଂ ବିଭିନ୍ନ କାର୍ଯ୍ୟ ପାଇଁ ତାହା ସୁରକ୍ଷିତ ଅଞ୍ଚଳ ଥିଲା । ବେଆଇନ ଫାର୍ମ ହାଉସକୁ ଭାଙ୍ଗିବା ପାଇଁ ୨୦୨୨ ଏବଂ ୨୦୨୪ ରେ ଦୁଇଥର କୃଷ୍ଣପ୍ରସାଦ ତହସିଲ ପକ୍ଷରୁ ନୋଟିସ କରାଯାଇଥିଲେ ମଧ୍ୟ ବେଖାତିର ମନୋଭାବ ପ୍ରଦର୍ଶନ କରୁଥିଲେ। ନୂତନ ସରକାର ଆସିବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଜବର ଦଖଲ ଉଚ୍ଛେଦକୁ ସରକାର ହାତକୁ ନେଇଛନ୍ତି । ଗୁରୁବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବିରିପଦର ମୌଜାର ଖାତା ନଂ୨୯, ପ୍ଲଟ ନଂ ୧୦୨ ଉପରେ ଚିଲିକା ମଝିରେ ଗଢ଼ି ଉଠିଥିବା ଜାଆଁଣ ଫାର୍ମ ହାଉସକୁ ଉଚ୍ଛେଦ କରାଯାଇଛି । ୩ ଗୋଟି ବୁଲଡୋଜର ସହିତ କିଛି ଶ୍ରମିକ ଭଙ୍ଗା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । ଶୃଙ୍ଖଳା ରକ୍ଷା କରିବା ପାଇଁ ୫ ପ୍ଲାଟୁନ ମହିଳା ପୁରୁଷ ପୋଲିସ ଫୋର୍ସ ଜଣେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ୨ ଜଣ ଡିଏସପି, ୪ ଜଣ ଆରକ୍ଷୀ ନିରୀକ୍ଷକ ଉପସ୍ଥିତ ରହିଛନ୍ତି। ମାଜିଷ୍ଟ୍ରେଟ ଶରତ ଚନ୍ଦ୍ର ଦେହୁରୀ, କୃଷ୍ଣପ୍ରସାଦ ତହସିଲଦାର ବିକାଶ ସେଠୀ, କୃଷ୍ଣପ୍ରସାଦ ପୋଲିସ ଉପଖଣ୍ଡ ଅଧିକାରୀ ଭାବଗ୍ରାହୀ ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉଛେଦ କାର୍ଯ୍ୟ ଚାଲିଛି । ଉଚ୍ଛେଦ ସମୟରେ ବାହାରର କୌଣସି ଜନସାଧାରଣଙ୍କୁ ଘଟଣାସ୍ଥଳ ପ୍ରବେଶକୁ ବାରଣ କରାଯାଇଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?