ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ପଦ୍ମନାଭପୁର ପଞ୍ଚାୟତ ନନ୍ଦଗାଁର ଜିତୁ ସାହୁଙ୍କ ସ୍ତ୍ରୀ ସୁଷମା ସାହୁ (୩୨) ଗୁରୁବାର ଅପରାହ୍ନରେ ନିଜ ସ୍ୱାମୀଙ୍କ ସହ ଏକ୍ସଏଲ୍ ବାଇକରେ ପଦ୍ମନାଭପୁର ଗ୍ରାମକୁ ଯାଉଥିଲେ। ସେହି ସମୟରେ ମେଡିକାଲ ଛକ ସାହାଣୀ ସାହି ନିକଟରେ ଥିବା ହମ୍ପସ୍‌ରେ ବାଇକଟି ଭାରସାହ୍ୟ ହରାଇବାରୁ ସୁଷମା ତଳେ ଖସିପଡ଼ିଥିଲେ। ଦୁର୍ଘଟଣାରେ ମହିଳାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା ଏବଂ ପରେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।

ପ୍ରକାଶ ଯୋଗ୍ୟ ଯେ, ଗତ କିଛିଦିନ ତଳେ ସାହାଣୀ ସାହି ଛକରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ତେଣୁ ସେହି ସ୍ଥାନରେ ଯାନବାହାନ ଗୁଡ଼ିକର ବେଗ ନିୟନ୍ତ୍ରଣ କରିବା ପାଇଁ ସାହି ବାସିନ୍ଦାଙ୍କ ଉଦ୍ୟମରେ ଏବଂ ପୂର୍ତ୍ତ ବିଭାଗ ଜାଣତରେ ୩ଟି ଉଚ୍ଚ ଧରଣର ହମ୍ପସ୍ ନିର୍ମାଣ କରାଯାଇଥିଲା। କିନ୍ତୁ ଏହି ହମ୍ପସ୍ ଗୁଡ଼ିକ କୌଣସି ବୈଷୟିକ କୌଶଳ ବିନା ଜମିହିଡ଼ ଭଳି ମୁଖ୍ୟ ରାସ୍ତାରେ ନିର୍ମିତ ହୋଇଥିବାରୁ ପ୍ରତ୍ୟହ ଦୁର୍ଘଟଣା ଘଟୁଥିବା ଦେଖିବାକୁ ମିଳୁଛି। ତେଣୁ ଦିଗପହଣ୍ଡି ପୂର୍ତ୍ତ ବିଭାଗ ଓ ସ୍ଥାନୀୟ ପ୍ରଶାସନ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ଏହି ବେଆଇନ ହମ୍ପସ୍ ଗୁଡ଼ିକୁ ହଟାଇବା ପାଇଁ ସାଧାରଣରେ ଦୃଢ଼ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri