ବେଆଇନ ପ୍ରବାସନ ବିଲ: ଲଣ୍ଡନ ରାଜରାସ୍ତାରେ ପ୍ରଦର୍ଶନ…

ଲଣ୍ଡନ,୧୯।୩ : ପ୍ରଧାନମନ୍ତ୍ରୀ ଋଷି ସୁନକ ସରକାରଙ୍କ ବେଆଇନ ପ୍ରବାସନ ବିଲ ବିରୋଧରେ ହଜାର ହଜାର ବିକ୍ଷୋଭକାରୀ ଲଣ୍ଡନର ରାଜରାସ୍ତାରେ ପ୍ରଦର୍ଶନ କରିଛନ୍ତି। କେନ୍ଦ୍ରୀୟ ଲଣ୍ଡନର ବିବିସି ମୁଖ୍ୟାଳୟ ବାହାରେ ପୋର୍ଟଲାଣ୍ଡ ପ୍ଲେସରେ ବିକ୍ଷୋଭକାରୀମାନେ ‘ଏଠାରେ ଶରଣାର୍ଥୀଙ୍କୁ ସ୍ବାଗତ’ ସ୍ଲୋଗାନ ଦେଇ ନିଜର ଅସନ୍ତୋଷ ବ୍ୟକ୍ତ କରିଥିଲେ।

ଆନାଡୋଲୁ ଏଜେନ୍ସି ଅନୁଯାୟୀ ଷ୍ଟାଣ୍ଡ ଅପ ଟୁ ଜାତିଭେଦ ଗୋଷ୍ଠୀ ଦ୍ୱାରା ଏହି ପଦଯାତ୍ରା ଆୟୋଜିତ ହୋଇଥିଲା। ଏହାକୁ ଷ୍ଟପ ୱାର୍‌ ସମନ୍ବୟ ସମିତି, ବ୍ଲାକ ଲାଇଭସ ମ୍ୟାଟର୍‌, ମୁସଲିମ ଏବଂ ଇହୁଦୀ ସମାଜ ତଥା ଅନେକ ୟୁନିଅନ ଓ ପରିବେଶ ସଂଗଠନ ସମେତ ବିଭିନ୍ନ ଗୋଷ୍ଠୀ ତଥା ସଂଗଠନ ସମର୍ଥନ କରିଥିଲେ।

ପ୍ରଦର୍ଶନକାରୀମାନେ କଞ୍ଜେରଭେଟିବ ପାର୍ଟିର ପ୍ରବାସନ ନୀତିକୁ ପ୍ରତ୍ୟାଖ୍ୟାନ କରିବା ସହିତ ବିବାଦୀୟ ରୁୱାଣ୍ଡା ଯୋଜନା ଏବଂ ସମ୍ପ୍ରତି ବେଆଇନ ପ୍ରବାସନ ବିଲ ନେଇ ଦେଶର ଗୃହମନ୍ତ୍ରୀ ସୁଏଲା ବ୍ରାଭରମ୍ୟାନଙ୍କୁ କଡ଼ା ସମାଲୋଚନା କରିଥିଲେ। ରାଲିରେ ବିକ୍ଷୋଭକାରୀଙ୍କ ଦ୍ୱାରା ନିଆଯାଇଥିବା ବ୍ୟାନରରେ ନିର୍ବାସନ ବନ୍ଦ କର ଏବଂ ’ଆଶ୍ରୟ ନେବା ଅପରାଧ ନୁହେଁ ବୋଲି ଲେଖାଥିଲା। ପରେ ବିକ୍ଷୋଭକାରୀମାନେ ଡାଉନିଂ ଷ୍ଟ୍ରିଟ ଆଡକୁ ଯାତ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri