ଆମେରିକାରୁ ବେଆଇନ ଭାରତୀୟ ପ୍ରବାସୀ ବିଦା

ଓ୍ବାଶିଂଟନ,୨୭ା୧୦: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ମାସରେ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ସେଠାରେ ବେଆଇନ ଭାବେ ପ୍ରବେଶ କରି ରହିଯାଇଥିବା ଭାରତୀୟମାନଙ୍କୁ ବିଦା କରିଦିଆଯାଇଛି। ଗତ ୨୨ ତାରିଖରେ ଚାର୍ଟାର୍ଡ ବିମାନ ଭଡ଼ାକରି ସେମାନଙ୍କୁ ସ୍ବଦେଶ ପଠାଇ ଦିଆଯାଇଥିବା ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ଶୁକ୍ରବାର କୁହାଯାଇଛି। ଭାରତ ସରକାରଙ୍କ ସହ ସମନ୍ବୟ ରଖାଯାଇ ଏଭଳି ପଦକ୍ଷେପ ନିଆଯାଇଥିଲା।

କାଗଜପତ୍ର ନ ଥାଇ ଆମେରିକାରେ ରହିଥିବା ଭାରତୀୟମାନଙ୍କୁ ତୁରନ୍ତ ବିଦା କରିବାକୁ ହେବ। ଏଠାରେ କୌଣସି ବେଆଇନ କାର୍ଯ୍ୟ ପାଇଁ ସେମାନଙ୍କୁ ସମ୍ପୃକ୍ତ କରା ନ ଯାଉ ବୋଲି ଆମେରିକା ସୁରକ୍ଷା ବିଭାଗର ବରିଷ୍ଠ ଅଧିକାରୀ କ୍ରିଷ୍ଟି ଏ. କାନେଗାଲୋ କହିଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ବେଆଇନ ଭାବେ ରହିଥିବା ୧.୬ ଲକ୍ଷ ଲୋକଙ୍କୁ ବହିଷ୍କାର କରିଥିଲା ବା ସ୍ବଦେଶକୁ ଫେରାଇ ଦେଇଥିଲା। ଭାରତ ସମେତ ୧୪୫ରୁ ଊର୍ଦ୍ଧ୍ୱ ଦେଶକୁ ଏହି ଲୋକମାନଙ୍କୁ ପଠାଇବା ପାଇଁ ୪୯୫ଟି ବିମାନ ବ୍ୟବହାର କରିବାକୁ ପଡ଼ିଥିଲା।

ସୂଚନାଯୋଗ୍ୟ, ଆମେରିକା ଜୀବନଶୈଳୀ ଦ୍ୱାରା ପ୍ରଲୋଭିତ ହୋଇ ବହୁସଂଖ୍ୟାରେ ଭାରତୀୟଙ୍କ ସମେତ ବିଭିନ୍ନ ଦେଶର ଲୋକେ ବେଆଇନ ଭାବେ ଉକ୍ତ ଦେଶରେ ଅନୁପ୍ରବେଶ ଉଦ୍ୟମ କରିଥାନ୍ତି। ଗତବର୍ଷ ଅକ୍ଟୋବର ୧ରୁ ଚଳିତବର୍ଷ ସେପ୍ଟେମ୍ବର ୩୦ ମଧ୍ୟରେ ମେକ୍ସିକୋ ଏବଂ କାନାଡା ଦେଇ ଆମେରିକାରେ ବେଆଇନ ପ୍ରବେଶ ଉଦ୍ୟମ ବେଳେ ୨୯ ଲକ୍ଷ ପ୍ରବାସୀ ଧରାପଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ଭାରତୀୟଙ୍କ ସଂଖ୍ୟା ୯୦,୪୧୫ ବୋଲି ଆମେରିକା ସୀମାଶୁଳ୍କ ଏବଂ ସୀମା ସୁରକ୍ଷା ତଥ୍ୟରୁ ଜଣାପଡ଼ିଛି। ଅର୍ଥାତ୍‌ ପ୍ରତି ଘଣ୍ଟାରେ ୧୦ ଭାରତୀୟ ବେଆଇନ ଭାବେ ଆମେରିକାରେ ପ୍ରବେଶ ଉଦ୍ୟମ କରୁଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri